ପାଣ୍ଡିଆନଙ୍କ ସ୍ଥାନରେ ନବୀନଙ୍କ ବ୍ୟକ୍ତିଗତ ସଚିବ ଭାବେ ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨ା୭: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ଆଦିତ୍ୟ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଥିଲେ ଆଦିତ୍ୟ।

ସୂଚନାଯୋଗ୍ୟ, ନବୀନ ପଟ୍ଟନାୟକ ଯେତେବେଳେ ମୁଖ୍ୟମନ୍ତ୍ରୀ ଥିଲେ, ସେତେବେଳେ ଆଇଏଏସ୍‌ କାର୍ତ୍ତିକ ପାଣ୍ଡିଆନଙ୍କୁ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ କରାଯାଇଥିଲା। ୨୦୨୪ ନିର୍ବାଚନରେ ବିଜେଡିର ଶୋଚନୀୟ ପରାଜୟ ପରେ ୨୪ ବର୍ଷର ଶାସନ ଭାଙ୍ଗିଯାଇଛି। ଏବେ ରାଜ୍ୟରେ ଭାଜପା ସରକାର ଗଢିଛି। ତେବେ ୫ ଥର ମୁଖ୍ୟମନ୍ତ୍ରୀ ଥିବା ନବୀନଙ୍କୁ ବିଧାନସଭା ନିର୍ବାଚନରେ ନିର୍ବାଚିତ ହୋଇଥିବା ବିଜେଡି ବିଧାୟକମାନେ ବିରୋଧି ଦଳ ନେତା ଏବଂ ବିଜେଡି ବିଧାନସଭା ଦଳର ନେତା ଭାବରେ ମନୋନୀତ କରିଥିଲେ।