ମାଣ୍ଡିପଙ୍କାବାସୀଙ୍କ ଜୀବନଜୀବିକା ସ୍ବାବଲମ୍ବୀ ପାଇଁ ପ୍ରଶାସନର ବଡ଼ ପଦକ୍ଷେପ: ପ୍ରତି ପରିବାରକୁ ମିଳିଲା…

ଦାରିଙ୍ଗବାଡି,୨୬।୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଗରିବୀ ସୀମାରେଖା ତଳେ ଥିବା ପରିବାର ଲୋକଙ୍କୁ ଜୀବନଜୀବିକା ସ୍ବାବଲମ୍ବୀ କରିବାକୁ ଜିଲା ପ୍ରଶାସନ ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ମଙ୍ଗଳବାର ଦାରିଙ୍ଗବାଡି ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ୱାବଧାନରେ ଦାରିଙ୍ଗବାଡି ବ୍ଲକ ପ୍ରାଣୀଧନ ଚିକିତ୍ସା ଅଧିକାରୀ ଡାକ୍ତର ନୀହାର ରଞ୍ଜନ ମିଶ୍ର ମାଣ୍ଡିପଙ୍କାରେ ପହଞ୍ଚି କୁକୁଡ଼ାଛୁଆ ବଣ୍ଟନ କରିଛନ୍ତି। ପ୍ରତି ପରିବାର ଲୋକଙ୍କୁ ୪୫ଟି ଲେଖାଏ ପ୍ରଦାନ କରାଯିବା ସହ କୁକୁଡ଼ା ପାଳନ ପାଇଁ ଆବଶ୍ୟକ ପଦକ୍ଷେପ  ଗୋଷ୍ଠୀ ପ୍ରାଣୀଧନ ଚିକିତ୍ସାଳୟ ପକ୍ଷରୁ ପଦକ୍ଷେପ ନିଆଯିବ ବୋଲି ଜଣାପଡିଛି।
ପ୍ରଥମ ପର୍ଯ୍ୟାୟରେ ୩୭ଟି ପରିବାରକୁ ଏହା ବଣ୍ଟନ କରାଯାଇଥିବା ବିଡିଓ ପ୍ରୀତିରଞ୍ଜନ ରଥ କହିଛନ୍ତି। ଏହି କୁକୁଡ଼ା ପାଳନ ଦ୍ୱାରା ସେମାନଙ୍କ ଜରୁରୀକାଳୀନ ସମୟରେ ବିକ୍ରିବଟା କରି ପରିବାର ପ୍ରତିପୋଷଣ କରିପାରିବେ ଏଥିସହ ଉକ୍ତ କୁକୁଡ଼ା ଚାଷରୁ ସଂଖ୍ୟା ବୃଦ୍ଧି ହୋଇପାରିବ ବୋଲି କୁହାଯାଇଛି ।
ସୂଚନାଯୋଗ୍ୟ, ମାଣ୍ଡିପଙ୍କାରେ ଗତମାସ ଶେଷ ଆଡକୁ ଆମ୍ବ ଟାକୁଆ  ବାସିଯାଉ ଖାଇ  ମୃତ ଗୁରୁତର ହୋଇଥିଲେ।   ପ୍ରଥମେ ଏଥିରେ  ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ବ୍ରହ୍ମପୁରରେ ଚିକିତ୍ସା ହେଉଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ କଟକ ଏସସିବିକୁ ଅଧିକା ଚିକିତ୍ସା ପାଇଁ ନିଆଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ମଧ୍ୟ ଜଣଙ୍କ ମୃତ୍ୟୁ ହେବା ସହ ମୃତ୍ୟୁ  ସଂଖ୍ୟା ୩ରେ ପହଞ୍ଚିଥିଲା। ଘଟଣାକୁ ନେଇ ବିଭିନ୍ନ ରାଜନୈତିକ ଦଳ, ବିରୋଧୀ ଦଳ ସରକାରଙ୍କୁ ଘେରିବା ସହ ସାଧାରଣ ବଣ୍ଟନ ଚାଉଳ ମିଳିବା ବିଳମ୍ବ ଯୋଗୁ ଭୋକ ପାଇଁ ଆମ୍ବ ଟାକୁଆ ଖାଇଥିବା ଅଭିଯୋଗ ହୋଇଥିଲା। ଜିଲାପାଳ ଅମ୍ରିତ ଋତୁରାଜଙ୍କ ନିର୍ଦ୍ଦେଶ କ୍ରମେ ବିଡିଓ, ତହସିଲଦାର, ବାଲିଗୁଡା ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ପ୍ରମୁଖ ମାଣ୍ଡିପଙ୍କାରେ ପହଞ୍ଚି ଲୋକଙ୍କ ଜୀବନଜୀବିକା ସ୍ବାବଲମ୍ବୀ କରିବାକୁ ପ୍ରୟାସ ଜୋରଦାର କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଯିବେ ନବୀନ: ଚାଷୀଙ୍କୁ ଭେଟିବେ, କ୍ଷେତ ବୁଲି ଦେଖିବେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷା ଯୋଗୁ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ। କାହାର ଫସଲ ଉଜୁଡ଼ି ଯାଇଛି ତ କାହାର ଧାନ ପାଣିରେ ଭାସୁଛି। ଏମିତିରେ...

ହୀରକ ଜୟନ୍ତୀ ସମାରୋହ ଉଦ୍‌ଘାଟିତ

ପଞ୍ଚଲିଙ୍ଗେଶ୍ୱର, ୨୮।୧୨(ଲେଲିନ୍‌ କୁମାର ଦେ)-ବାଲେଶ୍ୱର ଜିଲା ଔପଦା ବ୍ଲକ ଅଧୀନ ସନ୍ତରାଗଡିଆ ନୋଡାଲ ହାଇସ୍କୁଲର ହୀରକ ଜୟନ୍ତୀ ଉଦ୍‌ଘାଟିତ ହୋଇଯାଇଛି। ପୁରାତନ ଛାତ୍ର ସଂସଦର ସଦସ୍ୟାସଦସ୍ୟ...

ସହାୟତା ପ୍ରତିଶ୍ରୁତି ପରେ ହଟିଲା ରାସ୍ତାରୋକୋ

କୋକସରା,୨୮ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଅନ୍ତର୍ଗତ ଜାତୀୟ ରାଜପଥର ମହାଜନଗୁଡ଼ା ଶିଉନି ମଧ୍ୟରେ ଏକ ଗାଡ଼ି ଧକ୍କାରେ କେନ୍ଦୁଡ଼ଙ୍ଗରି ଗ୍ରାମର ଧବଳେଶ୍ବର...

ମେଧାବୀ ଛାତ୍ରୀଙ୍କୁ ସହାୟତା

ବରଗଡ଼,୨୮।୧୨(ପ୍ରେମାନନ୍ଦ ଖମାରୀ): କ୍ରିଷ୍ଣା ବିକାଶ ଶିକ୍ଷାନୁଷ୍ଠାନର ଚେୟାରମ୍ୟାନ ଦାଶରୀ ମୁରଲୀ କ୍ରିଷ୍ଣା ମେଧାବୀ ଛାତ୍ରୀ ସୁମିତ୍ରା କରନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ସହିତ ଶୁଭକାମନା...

ଖାଦ୍ୟ ପୁଡ଼ିଆରେ ଫୁଟିଲା ବୋମା

ଗୋପାଳପୁର,୨୮ା୧୨(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକର ଭେଙ୍କଟରାୟପୁର ଓ ନୂଆବକ୍ସିପଲ୍ଲୀ ଗ୍ରାମ ମଧ୍ୟଭାଗରେ ଶୁକ୍ରବାର ରାତିରେ ଏକ ଗାଈ ରାସ୍ତାପାର୍ଶ୍ୱରେ ପଡ଼ିଥିବା ଖାଦ୍ୟ...

ପୁରୀରେ ଅଘଟଣ: ନିଗମାନନ୍ଦ ସମ୍ମିଳନୀରେ ଚାଲିଗଲା ୨ ଜୀବନ

ପୁରୀ,୨୮।୧୨: ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିଲା। ପୁରୀ ବାଲିଘାଇରେ ଏହି ଭକ୍ତ ସମ୍ମିଳନୀ ହେଉଥିଲା। ତେବେ ଏହି ସମୟରେ ୨ ଶ୍ରଦ୍ଧାଳୁ ଅସୁସ୍ଥ ହୋଇ ମୃତ୍ୟୁ...

ପାଇଥିଲେ ଘର: ଏବେ ପଟ୍ଟାରେ ଥିବା ପ୍ଲଟ ଗୋଚର

କର୍ଲାମୁଣ୍ଡା:୨୮।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡା ପଞ୍ଚାୟତ ରେଗଡା କଲୋନୀପଡାରେ ରହିବାର ୪୪ ବର୍ଷ ବିତିଯାଇଥିଲେ ମଧ୍ୟ ପଡାବାସୀଙ୍କୁ ସ୍ଥାୟୀ ପଟ୍ଟା...

ବିଶ୍ୱ ପ୍ରସିଦ୍ଧ ବରଗଡ଼ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ୧ କୋଟିକୁ ବୃଦ୍ଧି

ବରଗଡ଼,୨୮।୧୨: ବରଗଡ଼ ବିଶ୍ୱ ପ୍ରସିଦ୍ଧ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ବଢ଼ିଛି। ପୂର୍ବୁରୁ ଏହା ୧୦ ଲକ୍ଷ ଟଙ୍କା ଥିବା ବେଳେ ଏହାକୁ ରାଜ୍ୟ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri