ଆଉଟ୍‌ଲୁକ୍‌ର ସଫଳତମ ମହିଳା ତାଲିକାରେ ଆଦ୍ୟାଶା ସତପଥୀ

ଭୁବନେଶ୍ୱର,୮।୩(ଶର୍ମିଷ୍ଠା ପାଣିଗ୍ରାହୀ): ଅନ୍ତର୍ଜାତୀୟ ମହିଳା ଦିବସ ଅବ୍ୟବହିତ ପୂର୍ବରୁ ଆଉଟଲୁକ୍‌ ପତ୍ରିକା ପକ୍ଷରୁ କରାଯାଇଥିବା ଏକ ସର୍ଭେରେ ଭାରତର ୩୬ଜଣ ସଫଳତମ ମହିଳାଙ୍କ ମଧ୍ୟରେ ଓଡ଼ିଶାରୁ ଆଦ୍ୟାଶା ସତପଥୀଙ୍କୁ ସ୍ଥାନିତ କରାଯାଇଛି। ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଭାବେ ଆଦ୍ୟାଶା ଉଭୟ ଖବରକାଗଜକୁ ନିଜର ଦୂରଦୃଷ୍ଟି ଦ୍ୱାରା ଦିଗ୍‌ଦର୍ଶନଦେଇ ଆସୁଛନ୍ତି। ବିଶେଷକରି ପରିବେଶ ଓ ପ୍ରକୃତି ସଂକ୍ରାନ୍ତୀୟ ବିପର୍ଯ୍ୟୟରେ ସୁଧାର ଆଣିବା ପାଇଁ ଧରିତ୍ରୀ ତରଫରୁ ଅନୁଷ୍ଠିତ ବିଭିନ୍ନ ଜାତୀୟ ଯୁବ ସମ୍ମିଳନୀ ହେଉଛି ତାଙ୍କ ଅଭିନବ ପ୍ରୟାସର ସଫଳ ଦୃଷ୍ଟାନ୍ତ। ଜଳବାୟୁୁ ପରିବର୍ତ୍ତନ ପାଇଁ ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଭାବେ କାର୍ଯ୍ୟ କରୁଥିବା ଯୁବତୀଯୁବକଙ୍କୁ ଚିହ୍ନଟ କରି ପୁରସ୍କୃତ କରିବା ପାଇଁ ‘ଧରିତ୍ରୀ କ୍ଲାଇମେଟ୍‌ ଗ୍ରାଣ୍ଟ’ ପ୍ରତିଷ୍ଠା ହେଉଛି ତାଙ୍କର ଏକ ଯୁଗୋପଯୋଗୀ ପରିକଳ୍ପନା, ଯାହା ଯୁବବର୍ଗଙ୍କ ମଧ୍ୟରେ ଜଳବାୟୁ ପରିବର୍ତ୍ତନ ପାଇଁ ଅସୀମ ଉଦ୍ଦୀପନା ଭରି ଦେଇଛି।
ଉଲ୍ଲେଖଯୋଗ୍ୟ, ଆଉଟଲୁକ୍‌ର ଏହି ସଂଖ୍ୟାରେ ଭାରତର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌, ଫିଲ୍ମ ନିର୍ମାତା ଗୁନିତ ମୋଙ୍ଗା କପୁର୍‌, ଅଭିନେତ୍ରୀ ନୟନତାରା, ପାଇଲଟ୍‌ ପୁନ୍ୟା ନଞ୍ଜାପ୍ପା, ଆମେରିକା କଂଗ୍ରେସର ପୂର୍ବତନ ସଦସ୍ୟ ତୁଲ୍‌ସୀ ଗବାର୍ଡ, ଭାରତ-ଆମେରିକାର ଅର୍ଥନୀତିଜ୍ଞ ଗୀତା ଗୋପିନାଥ୍‌, କଣ୍ଠଶିଳ୍ପୀ ଅନନ୍ୟା ବିର୍ଲା ଭଳି ବ୍ୟକ୍ତିତ୍ୱ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

ଭରତପୁର କାଣ୍ଡକୁ ନେଇ ବଡ଼ ଖବର: ମିଳିଗଲା ଜାମିନ୍‌

ଭୁବନେଶ୍ୱର,୨୧॥୯: ମେଜରଙ୍କ ବାନ୍ଧବୀଙ୍କୁ ଚନ୍ଦକା ରାସ୍ତାରେ ମାଡ଼ ଅଭିଯୋଗ ଘଟଣାରେ ଶନିବାର ୭ଜଣ ରୋଡ୍‌ ରୋମିଓଙ୍କୁ ଗିରଫ କରାଯାଇଥିଲା। କିନ୍ତୁ ବନ୍ଧା ହେବାର ୪ଘଣ୍ଟା ନ...

ଭୁବନେଶ୍ୱରରେ ଏକାଠି ହୋଇଗଲେ ଶହ-ଶହ ପୋଲିସ, ସ୍ଥିତି ସାଂଘାତିକ!

ଭୁବନେଶ୍ୱର,୨୧।୯: ଘନେଇଲା ଭରତପୁର ପୋଲିସ-ସେନା ବିବାଦ। ଭୁବନେଶ୍ୱରରେ ଏକାଠି ହେଲେ ଶହଶହ ପୋଲିସ। ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନର ପ୍ରତିବାଦ କରି ହଠାତ୍‌ ଭୁବନେଶ୍ୱରରେ ଏକାଠି ହୋଇଛନ୍ତି...

ବନ୍ଧା ହେବା ପରେ ରୋଡ୍‌ ରୋମିଓଙ୍କ ଚାଞ୍ଚଲ୍ୟକର ବୟାନ! ସେଦିନ ରାତିରେ…

ଭୁବନେଶ୍ୱର,୨୧।୯: ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ହଇରାଣ କରିବା ଘଟଣାରେ ୭ ଜଣ ରୋଡ ରୋମିଓଙ୍କୁ ଶେଷରେ ଗିରଫ କରିଛି ପୋଲିସ ।...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଭରତପୁର ଘଟଣା: ରାଜ୍ୟ ରାଜନୀତି ସରଗରମ: ପୂର୍ବତନ ପିସିସି ସଭାପତି କହିଲେ….

ଭୁବନେଶ୍ୱର,୨୧।୯: ରାଜ୍ୟ ରାଜନୀତିକୁ ସରଗରମ କରିଛି ଭରତପୁର ଘଟଣା। କିନ୍ତୁ ଚୁପ ବସିଛନ୍ତି ରାଜ୍ୟ ସରକାର । ଜେର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିଲେ...

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri