ଇତିହାସ ରଚିଲା ଆଫଗାନିସ୍ତାନ, ପ୍ରଥମ ଥର ପହଞ୍ଚିଲା ସେମିଫାଇନାଲ

ନୂଆଦିଲ୍ଲୀ, ୨୫।୬: ଟି-୨୦ ବିଶ଼୍ବକପ୍‌ ୨୦୨୪ରେ ଇତିହାସ ରଚିଛି ଆଫଗାନିସ୍ତାନ ଟିମ୍‌ । ଦଳ ସେମିଫାଇନାଲ୍‌ ରାସ୍ତା ସଫା କରିଛି । ପ୍ରଥମ ଥର ଏହି ଟିମ୍‌ ବିଶ଼୍ବକପ୍‌ ସେମିଫାଇନାଲ୍‌ ଖେଳିବାକୁ ଯାଉଛି । ଆଫଗାନିସ୍ତାନ କ୍ରିକେଟ୍‌ ଟିମ୍‌ ପାଇଁ ଏହା ଐତିହାସିକ ମୁହୂର୍ତ୍ତ ।
ବାଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ବିଜୟ ହାସଲ କରିଛି ଦଳ । ଫଳରେ ସେମିଫାଇନାଲ୍‌ରେ ସାଉଥ୍‌ ଆଫ୍ରିକାକୁ ଭେଟିବାକୁ ଯାଉଛି ଆଫଗାନିସ୍ତାନ । ଏହି ମ୍ୟାଚ୍‌ ୨୭ ଜୁନ୍‌ ସକାଳ ୬ଟା ସମୟରେ ଖେଳାଯିବ ।

ସୂଚନା ଥାଉକି, ଆଫଗାନିସ୍ତାନ ଟିମ୍‌ ଗ୍ରୁପ୍‌ ଷ୍ଟେଜ୍‌ରେ ଚମତ୍କାର ପ୍ରଦର୍ଶନ କରିଥିଲା । ଫଳରେ ଦଳ ସୁପର ୮ରେ ପହଞ୍ଚି ଥିଲା । ୪ଟି ମ୍ୟାଚ୍‌ରୁ ୩ଟିରେ ଜିତ୍‌ ହାସଲ କରି ସୁପର ୮ ଟିକେଟ୍‌ ପାଇଥିଲା । କିନ୍ତୁ ସୁପର ୮ରେ ଦଳ ନ୍ୟୁଜ୍‌ଲ୍ୟାଣ୍ଡ ଭଳି ଶକ୍ତିଶାଳୀ ଟିମ୍‌କୁ ହରାଇ ସମସ୍ତଙ୍କୁ ଚମକାଇ ଦେଇଥିଲା । ଏହାଛଡ଼ା ସୁପର ୮ରେ ଅଷ୍ଟ୍ରେଲିଆ ଭଳି ଦଳକୁ ହରାଇ ବିଶ଼୍ବ କ୍ରିକେଟ୍‌ର ଦୃଷ୍ଟି ଆକର୍ଷଣ କରିଥିଲା । କଙ୍ଗାରୁ ଦଳକୁ ହରାଇ ସେମିଫାଇନାଲ୍‌ ରେସ୍‌ରେ ଯୋଡ଼ି ହୋଇଥିଲା ଦଳ ।

ଅନ୍ୟପଟେ, ସେଣ୍ଟ ଲୁସିଆସ୍ଥିତ ଡାରେନ ସାମି ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପର ଶେଷ ସୁପର-୮ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୨୪ ରନ୍‌ରେ ପରାସ୍ତ କରି ଭାରତ ଅପରାଜେୟ ଭାବେ ସେମିଫାଇନାଲରେ ପହଞ୍ଚିଛି।

ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ଭାରତ ବ୍ୟାଟିଂ କରିଥିଲା। ଅଧିନାୟକ ରୋହିତ ଶର୍ମାଙ୍କ ଦମ୍‌ଦାର ୯୨ ରନ୍‌ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୨୦୫ ରନ୍‌ କରିଥିଲେ। ଯବାବରେ ଅଷ୍ଟ୍ରେଲିଆ ୨୦ ଓଭରରେ ୭ ଉଇକେଟ ହରାଇ ୧୮୧ ରନ୍‌ କରିବାରେ ସକ୍ଷମ ହୋଇଥିଲା।

ଅଧିନାୟକ ରୋହିତ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ବୋଲରଙ୍କ ମିଳିତ ଅବଦାନ ବଳରେ ଭାରତ ଟି୨୦ କ୍ରିକେଟ ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ: ସ୍ବୟମ୍‌ଜିତଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ଫିଜିର ସୁଭାରେ ଚାଲିଥିବା ରାଜ୍ୟଗୋଷ୍ଠୀ ୟୁଥ୍‌, ଜୁନିୟର ଓ ସିନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ସ୍ବୟମଜିତ ପ୍ରସାଦ ସାହୁ ବୁଧବାର...

ପ୍ରଥମ ଦିବସରେ ଏକାଧିକ ମିଟ୍‌ ରେକର୍ଡ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଓଡ଼ିଶା ଆଥଲେଟିକ୍ସ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ୭୦ତମ ରାଜ୍ୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌...

ଆସିଲା ଆଇପିଏଲ ମେଗା ନିଲାମୀ ତାରିଖ: ଜାଣନ୍ତୁ କେବେ ହେବ ?

ନୂଆଦିଲ୍ଲୀ,୧୮ା୯: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ପାଇଁ ମେଗା ନିଲାମ ଖୁବଶୀଘ୍ର ଅନୁଷ୍ଠିଟି ହେବାକୁ ଯାଉଛି। ନଭେମ୍ବର ଶେଷ କିମ୍ବା ଡିସେମ୍ବର ଆରମ୍ଭରେ ଅନୁଷ୍ଠିତ...

ପଞ୍ଜାବ କିଙ୍ଗ୍ସର ମୁଖ୍ୟ କୋଚ୍‌ ହେଲେ ପଣ୍ଟିଂ

ନୂଆଦିଲ୍ଲୀ,୧୮ା୯: ଆଇପିଏଲ୍‌ ଫ୍ରାଞ୍ଚାଇଜ ପଞ୍ଜାବ କିଙ୍ଗ୍ସର ନୂତନ ମୁଖ୍ୟ କୋଚ୍‌ ଭାବରେ ବୁଧବାର ରିକି ପଣ୍ଟିଂଙ୍କ ନାମ ଘୋଷଣା କରାଯାଇଛି। ଟ୍ରେଭର ବେଲିସ୍‌ଙ୍କ ସ୍ଥାନରେ ପୂର୍ବତନ...

ପୁଣି ମୁହାଁମୁହିଁ ହେଲେ କୋହଲି-ଗମ୍ଭୀର: ଦେଖନ୍ତୁ ଟ୍ରେଲର୍‌…

ନୂଆଦିଲ୍ଲୀ,୧୮।୯: ଭାରତୀୟ ଦଳର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରୁ ବିରାଟ କୋହଲି ଅନ୍ୟତମ। ଗୌତମ ଗମ୍ଭୀର ଟିମ ଇଣ୍ଡିଆର ମୁଖ୍ୟ କୋଚ ଦାୟିତ୍ୱ ତୁଲାଉଛନ୍ତି। ଟିମ ଇଣ୍ଡିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri