Categories: ଖେଳ

ଟସ୍‌ ଜିତିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୧୧।୧୦: ବିଶ୍ୱକପ୍‌ ୨୦୨୨୩ରେ ଆଜି ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ମ୍ୟାଚ୍‌ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଆଫଗାନିସ୍ତାନ ଅଧିନାୟକ ହାଶମତୁଲ୍ଲା ଶାହିଦି ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀର ପିଚ ବ୍ୟାଟ୍ସମ୍ୟାନଙ୍କ ପାଇଁ ଉପଯୁକ୍ତ ଏବଂ ଏହି ମ୍ୟାଚରେ ଏକ ବଡ଼ ସ୍କୋର ଦେଖିବାକୁ ମିଳିବ ବୋଲି ଆଶା କରାଯାଉଛି। କିନ୍ତୁ ଭାରତିୟ ଅଧିନାୟକ ରୋହିତ ଶର୍ମା ଏହି ପିଚ୍‌ରେ ପ୍ରଥମେ ବୋଲିଂ କରିବାକୁ ଚାହୁଁଥିଲେ ବୋଲି କହିଛନ୍ତି। ଭାରତୀୟ ଦଳରେ ଅଶ୍ୱିନଙ୍କ ସ୍ଥାନରେ ଶାର୍ଦ୍ଦୁଲ ଠାକୁରଙ୍କୁ ସୁଯୋଗ ଦିଆଯାଇଛି।

Share