୨୬୬ ଦିନ ପରେ ସକ୍ରିୟ ମାମଲା ସର୍ବନିମ୍ନ…

ନୂଆଦିଲ୍ଲୀ,୧୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୩ ହଜାର ୯୧ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୪୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୧୧ ହଜାର ୯୬୧ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୫ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୩୮ ହଜାର ୫୫୬ ରହିଛି। ୨୬୬ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୧.୧୮ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୧.୧୧ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୪୧ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୬୨ ହଜାର ୧୮୯ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୧୦ କୋଟି ୨୩ ଲକ୍ଷ ୩୪ ହଜାର ୨୨୫ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୫୭ ଲକ୍ଷ ୫୪ ହଜାର ୮୧୭ ଜଣଙ୍କୁ ଟିକାଦାନ କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୮ ଲକ୍ଷ ୯୨୫ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ୩ କୋଟି ୪୪ ଲକ୍ଷ ୧ ହଜାର ୬୭୦ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

Share