୩ ଦିନ ପରେ ରିସର୍ଚ୍ଚ ଜାହାଜ ‘ସମୁଦ୍ର କୌସ୍ତୁଭ’ ଉଦ୍ଧାର

ପାରାଦୀପ,୨୬ା୧୦(ଶରତ ରାଉତ)ପାରାଦୀପ ତଟଠାରୁ ୩୫ ନଟିକାଲ ମାଇଲ (୬୩ କିମି) ସମୁଦ୍ରରେ ବିପଦରେ ରହିଥିବା ରିସର୍ଚ୍ଚ ଜାହାଜ ‘ସମୁଦ୍ର କୌସ୍ତୁଭ’ ବୁଧବାର ସାରେ ପାରାଦୀପ ପାଖରେ ପହଞ୍ଚତ୍ଛି। ଯେଉଁ ସ୍ଥାନରେ ସମୁଦ୍ର କୌସ୍ତୁଭ ରହିଛି ତାକୁ ଆଙ୍କରେଜ ଅଞ୍ଚଳ ବୋଲି କୁହାଯାଇଛି। କୂଳ ପାଖକୁ ଆସିବା ପରେ ଜାହାଜ ଓ ସେଥିରେ ଥିବା ୨୫ ଜଣ ନାବିକ ବିପଦମୁକ୍ତ ବୋଲି କୋଷ୍ଟଗାର୍ଡ ପକ୍ଷରୁ ସୂଚନା ମିଳିଛି। କୋଷ୍ଟଗାର୍ଡ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଭାରତ ସରକାରଙ୍କ ଏକ ସାମୁଦ୍ରିକ ରିସର୍ଚ୍ଚ ଜାହାଜ ନାଭିଗେଶନ ସମ୍ପର୍କରେ ତର୍ଜମା କରିଥାଏ। ଗତ ୨୨ ଓ ୨୩ ତାରିଖ ମଧ୍ୟରାତ୍ରରେ ସମୁଦ୍ର କୌସ୍ତୁଭ୍‌ ଜାହାଜରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା। ଏହି ସମୟରେ ବାତ୍ୟା ହମୁନ୍‌ ଯୋଗୁ ସମୁଦ୍ର ଅଶାନ୍ତ ହୋଇଯାଇଥିଲା। ସେମାନେ ତୁରନ୍ତ କୋଷ୍ଟଗାର୍ଡ ସହାୟତା ଲୋଡ଼ିଥିଲେ। କୋଷ୍ଟଗାର୍ଡ ପାଟ୍ରୋଲିଂ ଜାହାଜ ଅମୋଘ ସେହି ବାତ୍ୟା ମଧ୍ୟରେ ସମୁଦ୍ର ଭିତରକୁ ଯାଇ ୩୫ ନଟିକାଲ ମାଇଲ ଦୂରରୁ ସମୁଦ୍ର କୌସ୍ତୁଭକୁ ରଶି ଦ୍ୱାରା ଟାଣି ଟାଣି ଆଣିଥିଲା। ପାରାଦୀପ ବନ୍ଦର ମଧ୍ୟରେ ବର୍ଥିଂ ପରେ ମରାମତି ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଉପରେ ବହିକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୧୨(ସୁନିତ୍‌ ମିଶ୍ର): ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ‘ନବୀନ ପଟ୍ଟନାୟକ- ଦ ଅଥରିଟେଟିଭ ବାୟୋଗ୍ରାଫି ରିଭାଇଜ୍‌ଡ ଆଫ୍ଟର ୨୦୨୪ ଇଲେକ୍ସନ’ ପୁସ୍ତକ ଉନ୍ମୋଚନ ହୋଇଯାଇଛି। ସେ...

ବଢ଼ିଲା ଶୀତ, ପୁଣି ଆସୁଛି ବର୍ଷା

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): ଲଘୁଚାପଜନିତ ଅଦିନିଆ ବର୍ଷା ଛାଡିଯାଇଥିଲେ ମଧ୍ୟ ରବିବାରଠାରୁ ରାଜ୍ୟରେ ଶୀତର ପରିମାଣ ବଢ଼ିଛି। ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ଥିବାରୁ...

କୁଏତ ଗସ୍ତ ସାରି ଫେରିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୨: ଦୁଇ ଦିନିଆ କୁଏତ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି। କୁଏତରେ ପ୍ରଧାନମନ୍ତ୍ରୀ ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମରେ...

ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ...

ପ୍ରାକ୍‌ ବଜେଟ ପାଇଁ ପ୍ରସ୍ତୁତି ଆରମ୍ଭ: ଓଡ଼ିଶା ପାଇଁ ୯ ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ରବିବାର ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦୁଇ ବାଇକ୍‌ ମୁହାଁମୁହିଁ, ଚାଲିଗଲା ଦୁଇ ଜୀବନ 

ନବରଙ୍ଗପୁର,୨୨।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ସହର ଗ୍ଲେଜ ହୋଟେଲ ସମ୍ମୁଖ ରାସ୍ତାରେ ଦୁର୍ଘଟଣା ଘଟି ୨ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ବଡ଼ଡାଇଭଟ୍ଟା ଅଞ୍ଚଳର...

ଦୁଇ ଦିନିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ: ସଜେଇ ହେଉଛି ସହର

ରାୟଗଡ଼ା,୨୨।୧୨(ଆଶିଷ ରଞ୍ଜନ ପଣ୍ଡା)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିସେମ୍ବର ୨୬ରେ ଦୁଇ ଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ...

ରାତ୍ର ଜଗୁଆଳିଙ୍କ ଭରସାରେ ଅବକାରୀ ଥାନା: ଖବର ପ୍ରକାଶ ପରେ ମଧ୍ୟ ଅବକାରୀ ବିଭାଗର ଭାଙ୍ଗୁନି ନିଦ

ଥୁଆମୂଳ ରାମପୁର,୨୨।୧୧(ଦୁର୍ଗା କୀର୍ତ୍ତି) କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଥିବା ଅବକାରୀ ଅଫିସ ବାହାର ଓ ଭିତର ଗେଟ ପ୍ରାୟ ଅଧିକାଂଶ ମାସ ହେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri