୪ଦିନ ପରେ ସୁଭଦ୍ରା ଟଙ୍କା, କିନ୍ତୁ ଏମାନଙ୍କୁ ମିଳିବନି…

ଭୁବନେଶ୍ୱର,୨୦।୧୧: ଆପଣ ବି ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି କି, ଜାଣନ୍ତୁ ବଡ଼ ଅପଡେଟ । ସବୁ ଯୋଗ୍ୟ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ଯିବ । ନଭେମ୍ବର ୨୪ରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ତେବେ କେଉଁମାନଙ୍କ ଖାତାକୁ ସୁଭଦ୍ରା ଟଙ୍କା ଯିବ ଆସନ୍ତୁ ପୂରା ଜାଣିବା ।

କେଉଁ ବ୍ୟାଙ୍କ ଖାତାକୁ ଟଙ୍କା ଯିବ ଓ କେଉଁ ଖାତାକୁ ଟଙ୍କା ଆସିବ ନାହିଁ । ବ୍ୟାଙ୍କ ଖାତାରେ ଆଧାର ଇ-କେୱାସି ସମସ୍ୟା କିମ୍ବା ଅନ୍ୟ କୌଣସି ଅସୁବିଧା ଯୋଗୁଁ ସରକାରଙ୍କ ତରଫରୁ ଟଙ୍କା ପଠାଯାଇଥିଲେ ମଧ୍ୟ ପହଞ୍ଚିବାରେ ବିଳମ୍ବ ହେବ କିମ୍ବା ଅଟକି ଯିବ । ସରକାରଙ୍କ ଅନୁଯାୟୀ ସୁଭଦ୍ରା ଟଙ୍କା ସିଧା ବ୍ୟାଙ୍କ ଆକାଉଣ୍ଟରେ ଜମା ହେବ । ସପ୍ତାହ ପୂର୍ବରୁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟର ୧୫ ଦିନ ପରେ ଚତୁର୍ଥ ପର୍ଯ୍ୟାୟ ଟଙ୍କା ବଣ୍ଟା ଯିବ । ତୃତୀୟ ପର୍ଯ୍ୟାୟ ଟଙ୍କା ଯଦି ୨୪ ତାରିଖରେ ବଣ୍ଟନ କରାଯିବ ତେବେ ଚତୁର୍ଥ ପର୍ଯ୍ୟାୟ ଟଙ୍କାକୁ ନେଇ ବି ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା ।

ତେବେ ଜାଣନ୍ତୁ କେଉଁମାନଙ୍କ ଆକାଉଣ୍ଟକୁ ଏହି ୩ୟ ପର୍ଯ୍ୟାୟ ଟଙ୍କା ଯିବନାହିଁ। ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ଥିବା ମହିଳାଙ୍କ ବୟସ ୧ ଜୁଲାଇ, ୨୦୨୪ ସୁଦ୍ଧା ୨୧ ବର୍ଷରୁ କମ ହୋଇ ନ ଥିବା ଆବଶ୍ୟକ । ସେହିଭଳି ୬୦ ବର୍ଷରୁ ଅଧିକ କୌଣସି ମହିଳା ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବେ ନାହିଁ । ଏମାନେ ଯଦି ଆବେଦନ କରିଥିବେ ତେବେ ନାଁ କଟିଯିବ ।

ସେହିଭଳି ଯଦି କୌଣସି ମହିଳା ମାସକୁ ମୋଟ ୧୫୦୦ ଟଙ୍କା କିମ୍ବା ତା ଠାରୁ ଅଧିକ କିମ୍ବା ବାର୍ଷିକ ମୋଟ ୧୮,୦୦୦ ଟଙ୍କା ବା ତାଠାରୁ ଅଧିକ କୌଣସି ରାଜ୍ୟ କିମ୍ବା କେନ୍ଦ୍ର ସରକାରୀ ଯୋଜନା ଯଥା- ପେନସନ, ଛାତ୍ରବୃତ୍ତି ଇତ୍ୟାଦି ସହାୟତା ଗ୍ରହଣ କରୁଛନ୍ତି ସେମାନେ ସୁଭଦ୍ରା ଟଙ୍କା ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ । ସେହିଭଳି ଆୟକର ଦେଉଥିଲେ ଏହି ଯୋଜନାରେ ସାମିଲ ହୋଇପାରିବେ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri