୪ ଦିନ ପରେ ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୧୦।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହାଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ୪ ଦିନ ପରେ ନୂଆ ଆକ୍ରାନ୍ତଙ୍କ ସମେତ ମୃତକଙ୍କ ସଂଖ୍ୟା ସୋମବାର କମିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୬୬ ହଜାର ୧୬୧ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩,୭୫୪ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ୧୭ କୋଟି ୧ ଲକ୍ଷ ୭୬ ହଜାର ୬୦୩ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି।

Share