୭୦ ଦିନ ପରେ ନୂଆ ଆକ୍ରାନ୍ତ ସଂଖ୍ୟା ସର୍ବନିମ୍ନ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୭୦ ଦିନ ପରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଶନିବାର ସର୍ବନିମ୍ନରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୪ ହଜାର ୩୩୨ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୪ ହଜାର ୨ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୨୧ ହଜାର ୩୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୧୧ ଲକ୍ଷ ୬୭ ହଜାର ୯୫୨ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୪ କୋଟି ୯୬ ଲକ୍ଷ ୩୦୪ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୭ କୋଟି ୬୨ ଲକ୍ଷ ୯୮ ହଜାର ୨୫୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

Share