ଏକ ମାସ ପରେ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ

ଭୁବନେଶ୍ୱର,୨୭।୧୨: ପର୍ଯ୍ୟଟକଙ୍କ ପାଇଁ ପୁଣି ବୁଧବାରଠାରୁ ଶିମିଳିପାଳ ଅଭୟାରଣ୍ୟ ଖୋଲିଛି । ବିଭିନ୍ନ ସମସ୍ୟାକୁ ନେଇ ଶିମିଳିପାଳ ଜାତୀୟ ଉଦ୍ୟାନ ଦୀର୍ଘ ଏକ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା ।
ଶିମିଳିପାଳ ବିକାଶ ପରିଷଦ ପକ୍ଷରୁ ୫ ଦଫା ଦାବି ନେଇ ଅନିର୍ଦ୍ଧିଷ୍ଟ କାଳ ପାଇଁ ରାସ୍ତା ଅବରୋଧ କରି ଅଭୟାରଣ୍ୟକୁ ବନ୍ଦ କରି ରଖାଯାଇଥିଲା। ତେବେ ଶିମିଳିପାଳ ଅନ୍ତେବାସୀଙ୍କ ସହ ଅଭୟାରଣ୍ୟ କର୍ତ୍ତୃପକ୍ଷ ଏବଂ ସ୍ଥାନୀୟ ବିଭାଗୀୟ ଅଧିକାରୀଙ୍କର ମଙ୍ଗଳବାର ଆଲୋଚନା ପରେ ସମସ୍ୟାର ସମାଧାନ ହୋଇଥିଲା।

Share