ମୁଖ୍ୟମନ୍ତ୍ରୀଙ୍କ କ୍ୱାର୍ଟର୍ସ ନିକଟରେ କମ୍ପି ଉଠିଥିଲା ଅଞ୍ଚଳ, ୨ ଶହ ବାଇକ୍ ଜବତ

ଭୁବନେଶ୍ୱର,୨୧।୧: ମୁଖ୍ୟମନ୍ତ୍ରୀଙ୍କ ତାଗିଦ ପରେ ବିକଟାଳ ଶବ୍ଦ କରି ସହରରେ ଆତଙ୍କ ଖେଳାଉଥିବା ଅସାମାଜିକ ବାଇକ୍ ଚାଳକଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଛି କମିଶରେଟ୍ ପୋଲିସ। ସକାଳୁ ସନ୍ଧ୍ୟା ମଧ୍ୟରେ ପୋଲିସ ୨ ଶହ ବାଇକ୍ ଜବତ କରି ସେଥିରୁ ସାଇଲେନ୍ସର ବାହାର କରିବା ସହ ଜରିମାନା ଆଦାୟ କରିଛି।

ବୁଲେଟ୍‌ରୁ ସର୍ବାଧିକ ସାଇଲେନ୍ସର ଜବତ ହୋଇଛି। ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀ ତାଙ୍କ କ୍ୱାର୍ଟର୍ସରେ ଥିବା ସମୟରେ ଲୋୟର ପିଏମ୍‌ଜି ରାସ୍ତା ଦେଇ କିଛି ରୋଡ୍ ରୋମିଓ ମାଷ୍ଟରକ୍ୟାଣ୍ଟିନ୍ ଆଡ଼କୁ ଯାଉଥିଲେ। ସେମାନଙ୍କ ବାଇକ୍ ସାଇଲେନ୍ସର ଶବ୍ଦରେ ପୂରା ଅଞ୍ଚଳ କମ୍ପି ଉଠିଥିଲା।

ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀ ବିରକ୍ତି ପ୍ରକାଶ କରିବା ସହ ପୋଲିସ କମିଶନରଙ୍କୁ ଡାକି ତାଗିଦ କରିଥିଲେ। ଆଉ ଏହା ଉପରେ ନଜର ଦେବାକୁ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ତାଗିଦ୍ ପରେ ପୋଲିସ କମିଶନର ଭୁବନେଶ୍ୱର ସବୁ ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ବିକଟାଳ ଶବ୍ଦ କରୁଥିବା ବାଇକ ଜବତ କରିବା ପାଇଁ।

ପୂର୍ବାହ୍ଣ ୧୧ଟାରୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଥିଲା ଏହି ଚଢ଼ଉ। ବିଭିନ୍ନ ଅଞ୍ଚଳରେ ବ୍ଲକିଂ କରି ଯାଞ୍ଚ କରାଯାଇ ୨ଶହ ବାଇକ୍ ଜବତ କରିଥିଲା ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ସ୍ବାୟତ୍ତତା ଉଦ୍ୟମ: ଉଚ୍ଚସ୍ତରୀୟ କମିଟି ଗଢ଼ିଲେ ଷ୍ଟାଲିନ୍‌

ଚେନ୍ନାଇ,୧୬।୪:ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍‌. କରୁଣାନିଧି କେନ୍ଦ୍ର-ରାଜ୍ୟ ସମ୍ପର୍କର ଅନୁଧ୍ୟାନ ପାଇଁ ଏକ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ପୂର୍ବରୁ ପି.ଭି. ରାଜମାନ୍ନାର କମିଟି ଗଠନ କରିଥିଲେ।...

ଭାରତର ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ୧୫ ବିଚାରପତି

ନୂଆଦିଲ୍ଲୀ, ୧୬।୪ (ପି.ଟି.):ଭାରତରେ ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ କେବଳ ୧୫ ଜଣ ବିଚାରପତି ରହିଛନ୍ତି। ମଙ୍ଗଳବାର ଜାରି ହୋଇଥିବା ‘ଇଣ୍ଡିଆ ଜଷ୍ଟିସ୍‌ ରିପୋର୍ଟ ୨୦୨୫’ରୁ...

ପୋଷାକକୁ ନେଇ ବିବାଦରେ ହ୍ବାଇଟ ହାଉସ୍‌ ପ୍ରେସ୍‌ ସେକ୍ରେଟାରି

ଓ୍ବାଶିଂଟନ, ୧୬।୪:ଆମେରିକା ଏବଂ ଚାଇନା ମଧ୍ୟରେ ଚାଲିଥିବା ବାଣିଜି୍ୟକ ଯୁଦ୍ଧ ସୋସିଆଲ ମିଡିଆରେ ପହଞ୍ଚିଛି। ଏକ ଖବରଦାତା ସମ୍ମିଳନୀରେ ହ୍ବାଇଟ ହାଉସ୍‌ ପ୍ରେସ୍‌ ସେକ୍ରେଟାରି କାରୋଲିନ...

ଶରଣକୁଳ ଥାନା ଏସ୍‌ଆଇଙ୍କୁ ଧରିଲା ଭିଜିଲାନ୍ସ: ମାମଲାରେ ସହଯୋଗ ପାଇଁ ନେଉଥିଲେ…

ଭୁବନେଶ୍ୱର,୧୬।୪(ସତ୍ୟଜିତ୍‌ ରାଉତ): ଏକ ଆପରାଧିକ ମାମଲାରେ ସହଯୋଗ କରିବା ପାଇଁ ବିଚାରବିଭାଗୀୟ ହାଜତରେ ଥିବା ଜଣେ ଅଭିଯୁକ୍ତଙ୍କ ଝିଅଙ୍କଠୁ ୪ ହଜାର ଟଙ୍କା ଲାଞ୍ଚ ନେବାବେଳେ...

ନ୍ୟାଶନାଲ ହେରାଲ୍ଡ ମାମଲା: ସୋନିଆ, ରାହୁଲଙ୍କ ନାଁରେ ଇଡିର ଚାର୍ଜଶିଟ୍‌

ନୂଆଦିଲ୍ଲୀ,୧୬।୪:ନ୍ୟାଶନାଲ ହେରାଲ୍ଡ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସ୍ବତନ୍ତ୍ର ଅଦାଲତରେ ଚାର୍ଜଶିଟ୍‌ ଦାଖଲ କରିଛି। ଉକ୍ତ ଚାର୍ଜଶିଟ୍‌ରେ କଂଗ୍ରେସ ଏମ୍‌ପି ସୋନିଆ ଗାନ୍ଧୀ, ରାହୁଲ...

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଢେଙ୍କାନାଳ,୧୬।୪(ରତନ ନାୟାର): ଢେଙ୍କାନାଳ ଜିଲା ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ...

ବିଭିନ୍ନ ଦାବି ନେଇ କଂଗ୍ରେସର ମଶାଲ ଶୋଭାଯାତ୍ରା

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ):ସୋରଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସୋରଡ଼ା ଏବଂ ବେଲଗୁଣ୍ଠାରେ କଂଗ୍ରେସ ପକ୍ଷରୁ ମଙ୍ଗଳବାର ରାତିରେ ମଶାଲ ଶୋଭାଯାତ୍ରା ଅନୁଷ୍ଟିତ ହୋଇଥିଲା। ନାରୀ ସୁରକ୍ଷା ଓ...

SHG ମହିଳାଙ୍କ ପାଇଁ ଖୁସି ଖବର: ବିନା ସୁଧରେ ସରକାର ଦେବେ ୧୦ ଲକ୍ଷ ଟଙ୍କା ଋଣ

ଭୁବନେଶ୍ୱର, ୧୫ା୪(ସୁନିତ୍‌ ମିଶ୍ର):ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚ୍‌ଜି)ଗୁଡ଼ିକ ପାଇଁ ସୁଧମୁକ୍ତ ଋଣ ବ୍ୟବସ୍ଥାକୁ ରାଜ୍ୟ ସରକାର ଜାରି ରଖିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image