ରତ୍ନଭଣ୍ଡାରରୁ ବାହାରିବା ପରେ ଗଜପତି ମହାରାଜ ଦେଲେ ବଡ଼ ସୂଚନା: କହିଲେ…

ପୁରୀ,୧୮।୭: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ପାଇଁ ଗୁରୁବାର ଖୋଲିଛି। ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଭିତର ରତ୍ନ ଭଣ୍ଡାର ଖୋଲାଯାଇଛି। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ ୧୧ଜଣିଆ ଟିମ୍‌ର ଉପସ୍ଥିତିରେ ଭଣ୍ଡାର ଖୋଲାଯାଇଛି। ପୁରୀ ଗଜପତି ମହାରାଜଙ୍କ ଉପସ୍ଥିତିରେ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ସ୍ଥାନାନ୍ତର କରାଯାଇଛି। ତେବେ ଗଜପତି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରୁ ଆସିବା ପରେ ଗଣମାଧ୍ୟମକୁ କହିଛନ୍ତି, ଭିତର ରତ୍ନଭଣ୍ଡାରରେ ଯାହା ବି ଗହଣା ଓ ମୂଲ୍ୟବାନ ସାମଗ୍ରୀ ଅଛି, ତାକୁ ଖଟଶେଜ ଘରକୁ ସ୍ଥାନାନ୍ତର କରାଯିବ। ସମସ୍ତ ଅଳଙ୍କାର ସିସିଟିଭି ନଜରରେ ରହିଛି। ରତ୍ନ ଅଳଙ୍କାର ସ୍ଥାନାନ୍ତର ପରେ ଶେଜଘରେ ତାଲା ପଡିବ। ଆଉ ନିୟମ ମୁତାବକ ଏହାର ଚାବି ସରକାରୀ ଟ୍ରେଜେରୀରେ ରହିବ। ବାହାର ଓ ଭିତର ରତ୍ନଭଣ୍ଡାର ଅଳଙ୍କାର ସ୍ଥାନାନ୍ତର ପରେ ଏହାର ସ୍କାନିଂ କରାଯିବ। ଏହାପରେ ରତ୍ନଭଣ୍ଡାରକୁ ଏଏସଆଇକୁ ହସ୍ତାନ୍ତର କରାଯିବ।
ସୂଚନାଯୋଗ୍ୟ, ଗତ ୧୪ ତାରିଖରେ ପ୍ରଥମେ ରତ୍ନଭଣ୍ଡାର ଖୋଲା ଯାଇଥିଲା। କମିଟି ସଦସ୍ୟମାନେ ବାହାର ରତ୍ନଭଣ୍ଡାର ତାଲା ଭାଙ୍ଗି ରତ୍ନଅଳଙ୍କାର ସ୍ଥାନାନ୍ତର ପାଇଁ ପଦକ୍ଷେପ ନେଇଥିଲେ। ପରେ ନୂଆ ତାଲା ପକାଇ ସିଲ କରିଦେଇଥିଲେ। ତେବେ ସମୟ ଅଭାବରୁ ଭିତର ରତ୍ନଭଣ୍ଡାର ଖୋଲାଯାଇ ନ ଥିଲା। କେବଳ ପୁରୁଣା ତାଲା ଭାଙ୍ଗି ନୂଆ ତାଲା ପକାଇ ବାହାରୁ ଚାଲିଆସିଥିଲେ। ରତ୍ନଅଳଙ୍କାର ସ୍ଥାନାନ୍ତର ହୋଇପାରି ନ ଥିତ୍ଲା। ତେଣୁ ଅଜି ପୁନର୍ବାର ସମାନ ଏସଓପି ଅନୁଯାୟୀ, ଭିତର ରତ୍ନଭଣ୍ଡାର ଖୋଲାଯାଇ ଗଚ୍ଛିତ ଅଳଙ୍କାର ଶ୍ରୀମନ୍ଦିର ଖଟଶେଯ ଘରେ ହୋଇଥିବା ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯାଉଛି। ସମସ୍ତ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯାଉଛି। ସ୍ନେକ ହେଲ୍ପ ଲାଇନ ସଦସ୍ୟ, ଓଡ୍ରାଫ ଟିମ, ଅଗ୍ନିଶମ ବାହିନୀ ଉପସ୍ଥିତ ରହିଛନ୍ତି। ହାଇମାଷ୍ଟ ଲାଇଟ ବ୍ୟବସ୍ଥା କରାଯାଇଛି। ସେହିପରି ଏଏସଆଇ ରତ୍ନଭଣ୍ଡାର ମରାମତି ନେଇ ସ୍ଥିତି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri