Posted inଖେଳ

କେ ଏଲ୍‌ ରାହୁଲଙ୍କ ପରେ ରୋହିତ ଶର୍ମା ଆହତ, ଟିମ୍‌ ଇଣ୍ଡିଆର ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ,୨୨।୧୨: ବର୍ଡର-ଗାଭାସ୍କର ଟ୍ରଫିରେ ଆଉ ୨ ମୁକାବିଳା ଖେଲାଯିବ। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଲାଗି ଟୁର୍ନାମେଣ୍ଟ ଗୁରୁତ୍ୱ ରଖୁଥିବାରୁ ଉଭୟ ଟିମ୍‌ ଲାଗି ବିଜୟ ଗୁରୁତ୍ୱ ବହନ କରୁଛି। ଏହାକୁ ଦୃଷ୍ଟିରେ ରଖି ଟିମ୍‌ ଇଣ୍ଡିଆର ଖେଳାଳିମାନେ ନେଟ୍ସରେ କଠିନ ପରିଶ୍ରମ କରୁଛନ୍ତି। ହେଲେ ଖରାପ ଫର୍ମ ଦେଇ ଗତି କରୁଥିବା ଭାରତୀୟ ଅଧିନାୟକ ରୋହିତ ଶର୍ମା ନେଟ୍ସରେ ଝାଳ ବୁହାଉଛନ୍ତି। ଏମିତିରେ ରବିବାର ସେ ମେଲବର୍ନ କ୍ରିକେଟ ଗ୍ରାଉଣ୍ଡରେ ପହଞ୍ଚିଥିଲେ। ନେଟ୍ସରେ ବ୍ୟାଟିଂ କରିବା ସମୟରେ ସେ ଆହତ ହୋଇଛନ୍ତି। ତାଙ୍କ ଆଣ୍ଠୁରେ ଆଘାତ ଲାଗିଛି। ପୂର୍ବରୁ ପ୍ରଥମ ସେଶନରେ କେ ଏଲ୍‌ ରାହୁଲଙ୍କ ହାତରେ ଆଘାତ ଲାଗିଥିଲା।

ତେବେ ରୋହିତ ଆଘାତ ଲାଗିବା ସତ୍ତ୍ୱେ କିଛି ସମୟ ସେ ଖେଳିବାକୁ ଚେଷ୍ଟା କରିଥିଲେ। ହେଲେ ଯନ୍ତ୍ରଣା ଅଧିକ ହେବା ପରେ ସେ ବରଫ ଘସି ବସି ପଡ଼ିଥିବା ଦେଖିବାକୁ ମିଳିଛି। ରିପୋର୍ଟ ମୁତାବକ ଏହି ଆଘାତ ବେଶ ଗମ୍ଭୀର ନୁହେଁ। ଅପରପକ୍ଷେ ଟେଷ୍ଟ ଖେଳାଯିବାକୁ ଆଉ ୪ ଦିନ ବାକି ଥିବାରୁ ସେ ସମ୍ପୂର୍ଣ୍ଣ ଫିଟ୍‌ ହୋଇଯିବେ ବୋଲି କୁହାଯାଉଛି।

ରୋହିତଙ୍କ ଆଘାତ ଯୋଗୁ ଭାରତୀୟ ଟିମ୍‌ର ଅସୁବିଧା ବଢ଼ିଛି। କାରଣ ଦଳର ଅଧିକାଂଶ ବ୍ୟାଟ୍ସମ୍ୟାନ ସଂଘର୍ଷ କରୁଛନ୍ତି। ସେ ଏଯାବତ ଅଷ୍ଟ୍ରେଲିଆରେ ରନ୍‌ କରିବାରେ ବିଫଳ ହେଉଛନ୍ତି। ପ୍ରଥମେ ଦଳର ସଫଳ ବ୍ୟାଟ୍ସମ୍ୟାନ କେ ଏଲ୍‌ ରାହୁଲ ଏବଂ ଅଧିନାୟକ ଆହତ ହେବା ଯୋଗୁ ଚିନ୍ତା ବଢ଼ିଛି। କେବଳ ଏତିକି ନୁହେଁ ମୁକାବିଲା ପୂର୍ବରୁ ଟିମ୍‌ର ଅନୁଭବୀ ସ୍ପିନର ଅଶ୍ୱୀନ ଅବସର ଘୋଷଣା କରିଦେଇଛନ୍ତି। ଏସବୁ ଦେଖିଲେ ଭାରତୀୟ ଟିମ୍‌ ଅନିଶ୍ଚିତତା ମଧ୍ୟକୁ ଯାଉଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାରଗୁଡ଼ା ଲୋକ ମହୋତ୍ସବ ଉଦ୍‌ଯାପିତ

ନୂଆପଡ଼ା,୫ା୪(ମକାରୁ ବେମାଲ): ସ୍ଥାନୀୟ ମିନି ଷ୍ଟାଡିୟମରେ ଚାଲିଥିବା ମାରଗୁଡ଼ା ଲୋକ ମହୋତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି। ନୂଆପଡା ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆଙ୍କ...

ମହଙ୍ଗା ପଡ଼ିଲା ପୋଲିସକୁ ପଥର ମାଡ଼

ଥୁଆମୂଳ ରାମପୁର,୫ା୪(ଦୁର୍ଗା କୀର୍ତ୍ତି): ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ କ୍ଷତିପୂରଣ ଦାବିରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ସମ୍ମୁଖରେ ଶୁକ୍ରବାର ମଧ୍ୟାହ୍ନରୁ...

୭ ରୋଗୀଙ୍କ ଜୀବନ ନେଇଗଲେ ନକଲି ଡାକ୍ତର

ଦମୋହ,୫।୪: ମଧ୍ୟପ୍ରଦେଶର ଦାମୋହ ସହରର ଏକ ଘରୋଇ ମିଶନାରି ହସ୍ପିଟାଲରେ ଜଣେ ନକଲି ଡାକ୍ତର ହୃତ୍‌ପିଣ୍ଡ ଅସ୍ତ୍ରୋପଚାର ବେଳେ ଅନୂ୍ୟନ ୭ ଜଣ ରୋଗୀଙ୍କୁ ମାରିଦେଇଥିବା...

ମଣିପୁର ବିବାଦର ସମାଧାନ ପାଇଁ କେନ୍ଦ୍ରର ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୫।୪: ମଣିପୁର ବିବାଦର ସମାଧାନ କରି ସ୍ଥାୟୀ ଶାନ୍ତି ଆଣିବାର ଉଦ୍ୟମ ସ୍ବରୂପ କେନ୍ଦ୍ର ସରକାର ଶନିବାର ମେଇତି ଏବଂ କୁକି ସମ୍ପ୍ରଦାୟର ପ୍ରତିନିଧିମାନଙ୍କ ସହ...

ଗୋ-ମାଂସ କାଟିବା ବେଳେ ମାଡ଼ି ବସିଲା ପୋଲିସ

ବାଲିଗୁଡ଼ା,୫ା୪(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଗୋମାଂସ କଟିବା ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ,...

ଘରୁ ଚୋରି: ପଲିଗ୍ରାଫ ଟେଷ୍ଟରେ ଧରାପଡ଼ିଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୫ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁ ପଞ୍ଚାୟତ ଦାଉଣି ଗ୍ରାମର ଚନ୍ଦ୍ରଶେଖର ପଟ୍ଟନାୟକଙ୍କ ଘର ଗ୍ରିଲ ଭାଙ୍ଗି ଘରୁ ପ୍ରାୟ...

ଟ୍ରେନ ଆଗକୁ ଡେଇଁ ବିଡିଏ କର୍ମଚାରୀଙ୍କ ଆତ୍ମହତ୍ୟା

ବ୍ରହ୍ମପୁର,୫।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ରେ କାର୍ଯ୍ୟରତ ଜଣେ କର୍ମଚାରୀ ଚଳନ୍ତା ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ା ସେ ହେଲେ ବ୍ରହ୍ମପୁର...

ଜନ୍ମ ଦିନରେ ବିଧାୟକଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ଶନିବାର ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image