ବିଜେଡି ଛାଡ଼ିବା ପରେ ଏମିତି କହିଲେ ବିମ୍ବାଧର କୁଅଁର

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ସୋମବାର ପୂର୍ବତନ ମନ୍ତ୍ରୀ ବିମ୍ବାଧର କୁଅଁର ବିଜେଡି ଛାଡ଼ି ପୁଣି ଭାଜପାକୁ ଫେରିଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ମେଲ୍‌ ଯୋଗେ ନିଜ ଇସ୍ତଫାପତ୍ର ପଠାଇ ଦେଇଥିବା କହିଛନ୍ତି । ଅନ୍ୟପଟେ ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଦଳର ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ଆଜି ପଦ୍ମ ଧରିଛନ୍ତି । ବ୍ୟକ୍ତିଗତ କାରଣ ଯୋଗୁ ସେ ବିଜେଡି ଛାଡ଼ି ଭାଜପାରେ ଯୋଗଦାନ କରିଥିବା କହିଛନ୍ତି। ତେବେ ସାଧାରଣ ନିର୍ବାଚନ ସମୟରେ ତାଙ୍କ ଘରବାହୁଡ଼ା ବରଗଡ଼ ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି।

ଉଲ୍ଳେଖଯୋଗ୍ୟ, କୁଅଁର ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୩ଥର ବିଧାୟକ ନିର୍ବାଚିତ ହୋଇଛନ୍ତି। ୧୯୭୭ ନିର୍ବାଚନରେ ଜନତା ଦଳରୁ ନିର୍ବାଚିତ ହୋଇଥିବାବେଳେ ୨୦୦୦ ନିର୍ବାଚନରେ ଏହି ଆସନରେ ଭାଜପାରୁ ପ୍ରତିଦ୍ୱନ୍ଦ୍ୱିତା କରି ଜିତିଥିଲେ।

ସେହିପରି ରାଜ୍ୟରେ ବିଜେଡି-ଭାଜପା ମେଣ୍ଟ ସରକାର ଚାଲିଥିବାବେଳେ ସେ ୨୦୦୪ ନିର୍ବାଚନରେ ପୁଣି ବିଧାୟକ ନିର୍ବାଚିତ ହୋଇ ରାଜ୍ୟ ମନ୍ତ୍ରୀମଣ୍ଡଳରେ ଶ୍ରମ ଓ ନିଯୁକ୍ତି ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଥିଲେ। ତେବେ ୨୦୧୪ରେ କୁଅଁର ଭାଜପା ଛାଡ଼ି ବିଜେଡିରେ ମିଶିଥିଲେ। ଏହାପରେ ବିଜେଡି ତାଙ୍କୁ ଦଳୀୟ ପ୍ରାର୍ଥୀ ଭାବେ ନିର୍ବାଚନ ମଇଦାନକୁ ଛାଡ଼ି ନ ଥିବାବେଳେ ଦଳର ରାଜ୍ୟ ଉପସଭାପତି(ସିନିଅର ଗ୍ରୁପ୍‌) ପଦବୀରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ମାହେଶରୀଙ୍କ ପୂଜାର୍ଚ୍ଚନା: ସମାଜର ବିକାଶକୁ ଗୁରୁତ୍ୱ

ବରଗଡ଼,୨୭।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସହର ଉପକଣ୍ଠ ନଦୀଖଣ୍ଡି ସାଇ ମନ୍ଦିର ପରିସରରେ ରବିବାର ଡୁମାଳ ପରିବାରର ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ...

ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା

ଭଦ୍ରକ,୨୭ା୪(ସନାତନ ରାଉତ)- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଘଟଣ ପିଛା ଛାଡୁନାହଁ।  ୩ ଦିନ ତଳେ ଜଣେ ମହିଳା ରୋଗୀଙ୍କ ଲିଫ୍ଟରେ ଚାପି ହୋଇ ମୃତ୍ୟୁ...

ମଦ ବିରୋଧରେ ତାତିଲେ ମହିଳା

କୁତ୍ରା,୨୭ା୪(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅଧୀନ ବୁଡାକଟା ଗ୍ରାମର ମହିଳାମାନେ ରବିବାର ମଦ ବିରୋଧୀ ଅଭିଯାନ ଆରମ୍ଭ କରିଛନ୍ତି। ୫୦ରୁ ଊର୍ଦ୍ଧ୍ୱ ମହିଳା...

Pakistan: ଭାରତ ପାଇଁ ୨୩ବର୍ଷ ଗୁପ୍ତଚର କରିଥିଲେ ପାକିସ୍ତାନର ଏହି ଟପ୍‌ କମାଣ୍ଡର, ଶେଷ ବେଳକୁ…

ନୂଆଦିଲ୍ଲୀ,୨୭।୪: ଯବାନମାନେ ନିଜକୁ ଆଉ ନିଜ ପରିବାରକୁ ଭୁଲି ଦେଶ ପାଇଁ ଜୀବନ ଦିଅନ୍ତି। କିନ୍ତୁ ଏପରି କିଛିଜଣ ଯବାନ ଅଛନ୍ତି ଯେଉଁମାନେ ଶତ୍ରୁଦେଶରେ ଧରାପଡ଼ିବା...

ଭଞ୍ଜଙ୍କ କାବ୍ୟ, କବିତାର ସୁରକ୍ଷା କରାଯିବ: ବିଧାୟକ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ଶ୍ରୀବିଘ୍ନରାଜ ଚାରିଟେବୁଲ ଏବଂ ସମ୍ଭବ ସାହିତ୍ୟ ପରିବାର ପକ୍ଷରୁ ରାଜ୍ୟସ୍ତରୀୟ ଭଞ୍ଜ ସାହିତ୍ୟ ଆଲୋଚନାଚକ୍ର ଶନିବାର ଭୁବନେଶ୍ବରସ୍ଥିତ ବୁଦ୍ଧ ମନ୍ଦିରଠାରେ ଅନୁଷ୍ଠିତ ହୋଇଛି...

ପାହଡ଼ ଉପରୁ ମିଳିଲା ଯୁବକଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ

ସୋରଡ଼ା,୨୭ା୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡଗଡ ଥାନା ଏକଲପୁର ପଞ୍ଚାୟତ ହରିପୁର ଗ୍ରାମ ନିକଟ ପାହାଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକଙ୍କ...

ଶ୍ରୀରାମଚରିତ ମାନସ କଥାମୃତ ଉଦ୍‌ଯାପିତ

ଦିଗପହଣ୍ଡି,୨୭ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ୱାର ସମ୍ମୁଖରେ ୧୮ ତାରିଖଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ କଥାମୃତ କାର୍ଯ୍ୟକ୍ରମ...

ମୃତ ଶିକ୍ଷକଙ୍କ ପରିବାରକୁ ଆର୍ଥିକ ସହାୟତା

ଦିଗପହଣ୍ଡି,୨୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ସମ୍ବଳ ଶିକ୍ଷକ ସର୍ବେଶ୍ୱର ସାହୁ କିଡନୀ ଜନିତ ରୋଗରେ ପୀଡିତ ହୋଇ ଗତ ମାର୍ଚ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image