Posted inଜାତୀୟ

ମୁଇଜୁଙ୍କୁ ଭେଟିବା ପରେ ବଡ଼ କଥା କହିଦେଲେ ମୋଦି

ନୂଆଦିଲ୍ଲୀ,୭ା୧୦: ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ଭାରତ ଗସ୍ତରେ ଅଛନ୍ତି। ସୋମବାର ମୁଇଜୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଥିଲେ। ହାଇଦ୍ରାବାଦ ହାଉସରେ ଏହି ସାକ୍ଷାତ ଅନୁଷ୍ଠିତ ହୋଇଥିଲା। ମୋଦି ଏବଂ ମୁଇଜୁ ମାଳଦ୍ୱୀପରେ ହନିମାଧୁ ଅନ୍ତର୍ଜାତୀୟ ବିମାନବନ୍ଦରର ରନୱେକୁ ଉଦ୍‌ଘାଟନ କରିଥିଲେ। ଏହାସହ ମାଳଦ୍ୱୀପରେ RuPay କାର୍ଡ ମାଧ୍ୟମରେ ଦେୟ ଆରମ୍ଭ ହୋଇଥିଲା। ମୋଦି ଏବଂ ମୁଇଜୁ ପ୍ରଥମ କାରବାରର ସାକ୍ଷୀ ରହିଛନ୍ତି।

ମୁଇଜୁଙ୍କ ସହ ସାକ୍ଷାତ ପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଭାରତ ଏବଂ ମାଳଦ୍ୱୀପ ମଧ୍ୟରେ ସମ୍ପର୍କ ଶତାବ୍ଦୀ ପୁରୁଣା। ଭାରତ ହେଉଛି ମାଳଦ୍ୱୀପର ନିକଟତମ ପଡ଼ୋଶୀ ତଥା ଘନିଷ୍ଠ ବନ୍ଧୁ। ଆମର ପଡ଼ୋଶୀ ପ୍ରଥମ ନୀତି ଏବଂ ସାଗର ଭିଜନରେ ମାଳଦ୍ୱୀପର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ରହିଛି।

ସେ ଆହୁରି ମଧ୍ୟ କହିଛନ୍ତି, ଆମେ ପ୍ରତିରକ୍ଷା ଏବଂ ସୁରକ୍ଷା ସହଯୋଗର ବିଭିନ୍ନ ଦିଗ ବିଷୟରେ ବିସ୍ତୃତ ଭାବରେ ଆଲୋଚନା କରିଛୁ। ହାରବର୍‌ ପ୍ରକଳ୍ପ ଉପରେ କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି। ଆମେ ଭାରତ ମହାସାଗରରେ ସ୍ଥିରତା ଏବଂ ସମୃଦ୍ଧତା ପାଇଁ ମିଳିତ ଭାବେ କାର୍ଯ୍ୟ କରିବୁ। କଲମ୍ବୋରେ ପ୍ରତିଷ୍ଠାତା ସଦସ୍ୟ ସୁରକ୍ଷା କନକ୍ଲେଭ ମାଳଦ୍ୱୀପ ଏଥିରେ ଯୋଗଦେବା ସ୍ବାଗତଯୋଗ୍ୟ।

ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏକ୍ସରେ ଏକ ପୋଷ୍ଟରେ, ଏହି ବୈଠକ ସମ୍ପର୍କରେ ସୂଚନା ଦେଇ ଲେଖିଛନ୍ତି, ଭାରତ-ମାଳଦ୍ୱୀପର ସ୍ବତନ୍ତ୍ର ସମ୍ପର୍କକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହାଇଦ୍ରାବାଦ ହାଉସରେ ପହଞ୍ଚିବା ପରେ ମାଲଦ୍ୱୀପ ରାଷ୍ଟ୍ରପତି ମୁଇଜୁଙ୍କୁ ସ୍ବାଗତ କରିଥିଲେ। ଭାରତ-ମାଳଦ୍ୱୀପ ଦ୍ୱିପାକ୍ଷିକ ସମ୍ପର୍କ ଉପରେ। ସେଠାରେ ବ୍ୟାପକ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଡାକ୍ତରଙ୍କୁ ବଳାତ୍କାର-ହତ୍ୟା ଘଟଣା: ଚାର୍ଜସିଟ୍‌ ଦାଖଲ ଗଲା ସିବିଆଇ

କୋଲକାତା,୭।୧୦: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାସ୍ଥିତ ଆର.ଜି କର ହସ୍ପିଟାଲରେ ଜଣେ ଜୁନିଅର ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ସଞ୍ଜୟ ରାୟଙ୍କୁ ମୁଖ୍ୟ ଅଭିଯୁକ୍ତ...

‘ଡେଲିଭରୀ ବଏ’ ସାଜିଲେ ଜୋମାଟୋ ସିଇଓ: ଅର୍ଡର ଡେଲିଭରୀ ପରେ ବଖାଣିଲେ ଦୁଃଖ

ନୂଆଦିଲ୍ଲୀ,୭।୧୦: ଜୋମାଟୋ ସିଇଓ ଦୀପିନ୍ଦର ଗୋୟାଲ ନିକଟରେ ତାଙ୍କ ସ୍ତ୍ରୀ ଗ୍ରେସିଆ ମୁନୋଜଙ୍କ ସହ ଗୋଟିଏ ଦିନ ଫୁଡ୍‌ ଡେଲିଭରୀ ଏଜେଣ୍ଟ ଭାବରେ କାର୍ଯ୍ୟ କରିଥିଲେ।...

ଦଳିତ ପରିବାରରେ ସମୟ ବିତାଇଲେ ରାହୁଲ ଗାନ୍ଧୀ: ଶିଖିଲେ ରୋଷେଇ

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ଏମ୍‌ପି ତଥା ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ସୋମବାର ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ଅଜୟ ତୁକାରାମ ସନାଡେ ଏବଂ...

ମୋଦିଙ୍କୁ ୭୫ ବର୍ଷ ହେବାକୁ ଅପେକ୍ଷା କରିଛନ୍ତି ଜନତା, ବର୍ଷିଲେ ସିସୋଡିଆ

ନୂଆଦିଲ୍ଲୀ,୭।୧୦: ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଏକ ସାମ୍ବାଦିକ ସମ୍ମିଳନୀରେ ଭାଜପା ଉପରେ କଡ଼ା ଆକ୍ରମଣ କରିଥିଲେ। ସେ କହିଛନ୍ତି ଯେ ଭାରତବାସୀ...

ସରକାର ଗଠନକୁ ନେଇ ବଡ଼ ଘୋଷଣା କଲେ ଫାରୁକ ଅବଦୁଲ୍ଲା

ଶ୍ରୀନଗର,୭।୧୦: ଜମ୍ମୁ କଶ୍ମୀର ନ୍ୟାଶନାଲ କନଫରେନ୍ସ ମୁଖ୍ୟ ଫାରୁକ ଅବଦୁଲ୍ଲା ଏକ ବଡ଼ ବୟାନଦେଇଛନ୍ତି। ସେ କହିଛନ୍ତି, ଆମେ କୌଣସି ସମୟରେ ଭାଜପା ସହିତ ଯିବୁ...

କ୍ରିକେଟ ଖେଳିଲେ ଯୋଗୀ, ହାତରେ ବ୍ୟାଟ୍‌ ଧରି ମାରିଲେ ଚୌକା-ଛକା

ଲକ୍ଷ୍ନୌ,୭ା୧୦: ପଡ଼ିଆକୁ ଓହ୍ଲାଇଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ। ହାତରେ ବ୍ୟାଟ୍‌ ଧରି ଚଉକା, ଛକା ବର୍ଷଣ କରିଛନ୍ତି। ଲକ୍ଷ୍ନୌରେ ଆୟୋଜିତ ଅଲ୍‌ ଇଣ୍ଡିଆ...

ଆଇସିୟୁରେ ଥିବା ଖବରକୁ ନିଜେ ଖଣ୍ଡନ କଲେ ରତନ ଟାଟା, କହିଲେ ଭୁଲ ଖବର ଦିଅନ୍ତୁ ନାହିଁ

ମୁମ୍ବାଇ,୭।୧୦: ଟାଟା ଗ୍ରୁପ ଭେଟେରାନ ରତନ ଟାଟାଙ୍କର ସ୍ବାସ୍ଥ୍ୟ ଖରାପ ହେବାର ଖବର ଆସିଥିଲା। ହେଲେ ଏବେ ସେ ନିଜେ ଏହି ଖବରକୁ ଅସ୍ବୀକାର କରିଛନ୍ତି।...

ଜମ୍ମୁ-କଶ୍ମୀରରେ ଏହି ୫ ସଦସ୍ୟ ହେବେ ଅସଲ କିଙ୍ଗ ମେକର!

ଶ୍ରୀନଗର,୭।୧୦: ଜମ୍ମୁ-କଶ୍ମୀରରେ ଅଧିକାଂଶ ଏକଜିଟ ପୋଲ ଝୁଲା ବିଧାନସଭା ସମ୍ଭାବନାକୁ ସୂଚାଉଛି। ଏଭଳି ସ୍ଥିତିରେ ଜମ୍ମୁ କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନାଙ୍କ ଦ୍ୱାରା ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri