ନାବାଳିକାଙ୍କୁ ବଳାତ୍କାର ପରେ ତଣ୍ଟିଚିପି…

ନବରଙ୍ଗପୁର, ୨୫।୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅଧୀନ କଣ୍ଟାଗାଁର ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ନେଇ ଗତ ୧୭ରେ ଥାନାରେ ଅଭିଯୋଗ ହୋଇଥିଲା। ମଙ୍ଗଳବାର ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ କଣ୍ଟାଗାଁର ଅଲେଖ ମାଝୀ (୨୦) ଓ ପରମାନନ୍ଦ ଦିଶାରୀ(୨୪)। ନାବାଳିକାଙ୍କୁ ଯୌନ ନିର୍ଯାତନା ଦିଆଯିବା ପରେ ତଣ୍ଟିଚିପି ଶ୍ୱାସରୁଦ୍ଧ କରି ହତ୍ୟା କରାଯାଇଥିବା ନବରଙ୍ଗପୁର ପୋଲିସ ମୁଖ୍ୟାଳୟରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଚରଣ ସିଂ ମୀନା କହିଛନ୍ତି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ସାର୍ବଜନୀନ କରାଯାଇପାରିବ ନାହିଁ। କୋର୍ଟରେ ଦାଖଲ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।
ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ନେଇ ତାଙ୍କ ପରିବାର ଲୋକେ ୧୭ ତାରିଖରେ ତେନ୍ତୁଳିଖୁଣ୍ଟି ଥାନାରେ ଅଭିଯୋଗ କରିଥିଲେ। ପୋଲିସ କେସ୍‌ ନମ୍ବର ୨୨୨/୨୪ ଏକ ମାମଲା ରୁଜୁ କରିଥିଲା। ଡଗ୍‌ ସ୍କ୍ବାଡ୍‌, ସାଇଣ୍ଟିଫିକ୍‌ ଟିମ୍‌, ଫୋରେନ୍‌ସିକ୍‌ ଓ ସାଇବର ଟିମ୍‌ର ସହଯୋଗ ନିଆଯାଇଥିଲା। ନବରଙ୍ଗପୁର ଏସ୍‌ଡିପିଓ କୃଷ୍ଣଚନ୍ଦ୍ର ଭତ୍ରାଙ୍କୁ ତଦନ୍ତ ଭାର ଦିଆଯାଇଥିଲା। ତଦନ୍ତ ପାଇଁ ୩ଟି ଟିମ୍‌ ଗଠନ କରାଯାଇଥିଲା। ଏଥିସହ ଏଏସ୍‌ପି ବଟକୃଷ୍ଣ ମିଶ୍ର, ଡିଏସ୍‌ପି ରାଜକିଶୋଇ ଦାଶ, ଡିଏସ୍‌ପି (ଡିଆଇବି) ଏନ୍‌. କେ. ପୂଜାରୀ, ଏସ୍‌ଡିପିଓ ମୀନାକ୍ଷୀ ଠାକୁର, ନବରଙ୍ଗପୁର ଥାନାଧିକାରୀ ସମ୍ବିତ ବେହେରା, ତେନ୍ତୁଳିଖୁଣ୍ଟି ଥାନାଧିକାରୀ ଗୋପାଳକୃଷ୍ଣ ଅଗୁପାତ୍ର, ଇନ୍ସପେକ୍ଟର ଡି. ଜେନା ପ୍ରମୁଖଙ୍କୁ ନେଇ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିଲା। ସ୍ବତନ୍ତ୍ର ଟିମ୍‌ ଘଟଣାର ଯାଞ୍ଚବେଳେ ଅଭିଯୁକ୍ତ ଅଲେଖ ଓ ପରମାନନ୍ଦଙ୍କ ସମ୍ପୃକ୍ତି ଥିବା ଜାଣି ପାରିଥିଲେ। ସେମାନଙ୍କୁ ଆଣି ପଚରାଉଚରା କରାଯାଇଥିଲା। ନାବାଳିକାଙ୍କୁ ଯୌନ ନିର୍ଯାତନା ଦେବା ପରେ ଧରାପଡ଼ିଯିବା ଭୟରେ ଶ୍ୱାସରୁଦ୍ଧ କରି ତାଙ୍କୁ ହତ୍ୟା କରିଥିବା ଅଭିଯୁକ୍ତମାନେ ସ୍ବୀକାର କରିଥିବା ଡିଆଇଜି କହିଛନ୍ତି। ପୀଡ଼ିତାଙ୍କୁ ତୁରନ୍ତ ନ୍ୟାୟ ଦେବାକୁ ପୋଲିସ ଉଦ୍ୟମ କରୁଛି। ତ୍ୱରିତ ନ୍ୟାୟ ପାଇଁ ଯଥାଶୀଘ୍ର ଚାର୍ଜଶିଟ କୋର୍ଟକୁ ପ୍ରଦାନ କରାଯିବ। ସରକାରଙ୍କ ପ୍ରାବଧାନ ଅନୁଯାୟୀ ପୀଡ଼ିତାଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଜିଲା ଆଇନ ସେବା ପ୍ରାଧିକାରଣଙ୍କୁ ଚିଠି କରାଯାଇଛି। ପୀଡ଼ିତା ପରିବାରକୁ ନ୍ୟାୟ ଓ ସମସ୍ତ ପ୍ରକାର ଆଇନଗତ ସହାୟତା ଦେବାକୁ ଜିଲା ପୋଲିସ ପ୍ରତିଶ୍ରୁତିବଦ୍ଧ ବୋଲି ଡିଆଇଜି ମୀନା ଖବରଦାତା ସମ୍ମିଳନୀରେ କହିଛନ୍ତି। ଖବରଦାତା ସମ୍ମିଳନୀରେ ଏସ୍‌ପି ରୋହିତ ବର୍ମାଙ୍କ ସମେତ ତଦନ୍ତକାରୀ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ। ପ୍ରକାଶ ଯେ, ଅଭିଯୁକ୍ତଙ୍କୁ ଧରିବାକୁ ବିଭିନ୍ନ ରାଜନୈତିକ ଦଳ, ବୁଦ୍ଧିଜୀବୀ ଏବଂ ଅଞ୍ଚଳବାସୀ ଦାବି କରିଆସୁଥିଲେ। ପୀଡ଼ିତାଙ୍କୁ ନ୍ୟାୟଦେବାକୁ ଏକ ନ୍ୟାୟ ସମିତି ଗଠନ କରାଯାଇଛି। ସୋମବାର ତେନ୍ତୁଳିଖୁଣ୍ଟି ବନ୍ଦ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଗାଧୋଇବାକୁ ଯାଇଥିଲେ, ମାଡ଼ିଆସିଲା ପ୍ରଖର ସ୍ରୋତ: ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୫।୯(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ତଥା ଶେରଗଡ଼ ବ୍ଲକ ବ୍ରାହ୍ମଣଛାଇ ଗ୍ରାମରେ ବୁଧବାର ଜଣେ ଯୁବକଙ୍କ ଋଷିକୂଲ୍ୟା ନଦୀରେ ବୁଡି ମୃତ୍ୟୁ ଘଟିଛି। ମୃତକ...

ଧରିତ୍ରୀ ପ୍ରତିନିଧିଙ୍କ ଅକାଳ ବିୟୋଗ

ଅନୁଗୋଳ,୨୫।୯: ଧରିତ୍ରୀର ଅନୁଗୋଳ ଜିଲା କଣିହାଁ ବ୍ଲକ ପ୍ରତିନିଧି ସଚିଦାନନ୍ଦ ପ୍ରଧାନଙ୍କ ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୩ ବବର୍ଷ ବୟସ ହୋଇଥିଲା। ହଠାତ...

ସୁସ୍ମିତାଙ୍କ ଚିକିତ୍ସାକୁ ନେଇ ବଢ଼ିଲା ଆଶା: ସହାୟତା ପାଇଁ ଆଗେଇ ଆସିଲା ଜିଲା ପ୍ରଶାସନ

ଦାରିଙ୍ଗବାଡି, ୨୪।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗୌଡ଼ ସାହିର ଯୁକ୍ତ ଦୁଇ ଛାତ୍ରୀ ସୁସ୍ମିତା ଗୌଡ଼ଙ୍କ ଦୁର୍ଘଟଣାରେ ଦୁଇଟି ଗୋଡ଼ ଭାଙ୍ଗିଯାଇ ଥିବାବେଳେ ତାଙ୍କର...

ୟୁଜର୍ସ ଫି’ କେଳେଙ୍କାରୀରେ ବଡ଼ବଡ଼ିଆଙ୍କ ହାତ: ପୌରାଧ୍ୟକ୍ଷାଙ୍କ ଦାବି ପରେ କାର୍ଯ୍ୟାନୁଷ୍ଠାନ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ ହଇଚଇ ସୃଷ୍ଟି କରିଛି। ବିଭାଗୀୟ କର୍ମଚାରୀମାନେ ୟୁଜର୍ସ ଫି’ ଅସୁଲି ପାଇଁ ଉଦ୍ଦିଷ୍ଟ ରସିଦ୍‌ ବହିକୁ...

ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଗୁରୁତ୍ୱ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଭଟଲି ବିଧାୟକ ଇରାଶିଷ ଆଚ୍ଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଭଟଲି ବିଧାନସଭା ନିର୍ବାଚନମଣ୍ଡଳୀ ବିକାଶ କମିଟି ବୈଠକ ଅନୁଷ୍ଠିତ ହୋଇଛି।...

ଖଣି ଅଧିକାରୀଙ୍କୁ ପିଟିଲେ ବାଲି ମାଫିଆ: ଟାଉନ ଥାନାରେ ଏତଲା

କୋରାପୁଟ,୨୫।୯(ଅମିତାଭ ବେହେରା): କୋରାପୁଟରେ ବୁଧବାର ସକାଳୁ କୋରାପୁଟ ଖଣି ଉପନିର୍ଦ୍ଦେଶକ କାର୍ଯ୍ୟାଳୟ ସମୁଖରେ ନବରଙ୍ଗପୁର ପୁର ଅଂଚଳରୁ ଆସୁଥିବା ବାଲି ବୋଝେଇ ଟିପ୍ସରଗୁଡିକୁ ଖଣି ଅଧିକାରୀ...

ଗାଁରେ ବିଲୁଆ ଆତଙ୍କ: ଲୋକଙ୍କୁ କଲା ଲହୁଲୁହାଣ

ପୋଲସରା,୨୫।୯:ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ପଞ୍ଚାୟତରେ କିଛି ବିଲୁଆଙ୍କ ଉତ୍ପାତ ଦେଖିବାକୁ ମିଳିଛି। ଗାଁରେ ବିଲୁଆ ପଶି ଅନେକ ଲୋକଙ୍କୁ ଆକ୍ରମଣ କରିଛି। ଉକ୍ତ ପଞ୍ଚାୟତର...

ହାତରେ କୋଦାଳ ଧରି ପୋଖରୀ ସଫା କଲେ ଶିକ୍ଷା ମନ୍ତ୍ରୀ

ନବରଙ୍ଗପୁର,୨୫।୯(ସଦାଶିବ ପ୍ରହରାଜ): ହାତରେ କୋଦାଳ ଧରି ସଚ୍ଛତା ଅଭିଯାନରେ ଅଗ୍ରସର ହୋଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri