ସସ୍‌ପେଣ୍ଡ ପରେ ଗର୍ଜିଲେ ତାରା, କହିଲେ ବାପାଙ୍କ ଚାକର…

ଭୁବନେଶ୍ୱର,୨୬।୩: ବିଧାନସଭାରୁ ଆସିଛି ବଡ଼ ଖବର। ଗୃହରୁ ନିଲମ୍ବିତ ହୋଇଛନ୍ତି କଂଗ୍ରେସର ସବୁ ବିଧାୟକ। ମଙ୍ଗଳବାର କଂଗ୍ରେସର ୧୨ଜଣ ବିଧାୟକ ନିଲମ୍ବିତ ହୋଇଥିବାବେଳେ ଆଜି ଆଉ ୨ଜଣ ସସପେଣ୍ଡ ହୋଇଛନ୍ତି। କଂଗ୍ରେସ ବିଧାୟକ ତାରା ବାହିନୀପତି ଓ ରମେଶ ଜେନା ସସପେଣ୍ଡ ହୋଇଛନ୍ତି। ଗୃହରୁ ୭ ଦିନ ପାଇଁ ସସ୍ପେଣ୍ଡ କରିଛନ୍ତି ବାଚସ୍ପତି। ବିଶୃଙ୍ଖଳିତ ଆଚରଣ ପାଇଁ ଉଭୟ ବିଧାୟକ ସସ୍ପେଣ୍ଡ। ବାଚସ୍ପତିଙ୍କ ତାଗିଦ ସତ୍ତ୍ବେ ଉଭୟ ବିଧାୟକ ଗୃହରେ ଘଣ୍ଟ ପିଟିଥିଲେ। ଗତକାଲି କଂଗ୍ରେସର ୧୨ ବିଧାୟକ ଓ ଆଜି ୨ ବିଧାୟକ ସସ୍ପେଣ୍ଡ ହୋଇଛନ୍ତି। ବର୍ତ୍ତମାନ ବିଧାନସଭାରୁ କଂଗ୍ରେସର ସମସ୍ତ ୧୪ ବିଧାୟକ ନିଲମ୍ବିତ ହୋଇଛନ୍ତି।

ତେବେ ସସପେଣ୍ଡ ପରେ ବିଧାନସଭା ବାହାରେ ଗର୍ଜିଛନ୍ତି ତାରା। ସେ କହିଛନ୍ତି, ଏ ରାଜ୍ୟରେ ନ୍ୟାୟ ବୋଲି କିଛି ନାହିଁ । ବିଧାନସଭା ଗେଟରେ ୩ ଟା ତାଲା ପକାଇଛନ୍ତି । ସରକାରଙ୍କ ବାପାଙ୍କ ଚାକର ଭଳି ବ୍ୟବହାର କରୁଛନ୍ତି। ଆମ ଆଦମୀର ସରକାର ନୁହେଁ ବିଧାୟକଙ୍କୁ ମାଡ ମାରୁଛନ୍ତି। ଏ ରାଜ୍ୟରେ ନ୍ୟାୟ ବୋଲି କିଛିନାହିଁ। ବିଧାୟକମାନେ ବିଧାନସଭାକୁ ଯିବା ଉଚିତ। ହେଲେ ବିଧାୟକଙ୍କୁ ଭିତରକୁ ନ ଛାଡି ଏମାନେ ଅନ୍ୟାୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri