ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୱାୟୀ. ବି. ଖୁରାନିଆ

ଭୁବନେଶ୍ୱର,୧୬।୮: ନୂତନ ଭାବେ ଦାୟିତ୍ଵ ଗ୍ରହଣ କରିଥିବା ପୋଲିସ ପୋଲିସ ମହାନିର୍ଦ୍ଦେଶକ ୱାୟୀ. ବି. ଖୁରାନିଆ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।ଶୁକ୍ରବାର ଅପରାହ୍ନରେ ଓଡ଼ିଶା ପୋଲିସର ନୂତନ ଆରକ୍ଷୀ ମହାନିର୍ଦ୍ଦେଶକ ଭାବେ ଯୋଗେଶ ବାହାଦୁର ଖୁରାନିଆ,ଆଇ.ପି.ଏସ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେଅନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।

ଡିଜିପି ଖୁରାନିଆ ପୋଲିସ ମୁଖ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଉପସ୍ଥିତ ବରିଷ୍ଠ ଅଧିକାରୀଗଣ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ।ପରେ ତାଙ୍କୁ “ଗାର୍ଡ ଅଫ୍ ଅନର” ପ୍ରଦାନ କରାଯାଇଥିଲା । ଦାୟିତ୍ୱ ଗ୍ରହଣ ପରେ ଗଣମାଧ୍ୟମକୁ ନିଜର ପ୍ରତିକ୍ରିୟା ଦେଇ ଡିଜିପି ଖୁରାନିଆ କହିଥିଲେ ଯେ, ଓଡିଶା ପୋଲିସର ସ୍ଵତନ୍ତ୍ର ଗରିମା ଏବଂ ଗୌରବ ରହିଛି । ପୋଲିସର ମୁଖିଆ ଭାବେ ଦାୟିତ୍ଵ ଗ୍ରହଣ କରି ନିଜକୁ ଗୌରବାନ୍ଵିତ ମନେ କରିବା ସହ ରାଜ୍ୟବାସୀଙ୍କୁ ଉନ୍ନତ ମାନର ପୋଲିସ ସେବା ଯୋଗାଇବା ସବୁଠୁ ବଡ କର୍ତ୍ତବ୍ୟ ବୋଲି ମତବ୍ୟକ୍ତ କରିଥିଲେ ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଆହ୍ଵାନ କ୍ରମେ,ଥାନାରେ କାର୍ଯ୍ୟରତ କର୍ମଚାରୀ ଏବଂଥାନାକୁ ଅଭିଯୋଗ କରିବାକୁ ଆସୁଥିବା ବ୍ୟକ୍ତିବିଶେଷଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବା ଉପରେ ସେ ଗୁରୁତ୍ଵାରୋପ କରାଯିବ ବୋଲି ଡିଜିପି କହିଥିଲେ । ବିଗତ ଦିନରେ ଓଡିଶା ପୋଲିସ ମାଓବାଦୀ ମୁକାବିଲା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛି ବୋଲି କହିବା ସହ ଲଢେଇରେ ଶହୀଦ ଯବାନ ମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଶାନ୍ତି ଶୃଙ୍ଖଳା ରକ୍ଷା,ଅପରାଧ ଦମନ, ଅପରାଧ ନିରାକରଣ ଉପରେ ଗୁରୁତ୍ଵ ଦିଆଯିବ ।

ସମାଜର ଦୁର୍ବଳ ବର୍ଗ, ଶିଶୁ ଓ ମହିଳା ଅନୁସୂଚିତ ଜାତି ଓ ଜନଜାତିଙ୍କ ଉପରେ ହେଉଥିବା ଅତ୍ୟାଚାର ଏବଂ ଅପରାଧ ଉପରେ ସ୍ଵତନ୍ତ୍ର ଧ୍ୟାନ ଦେବେ ବୋଲି ଡିଜିପି କହିଥିଲେ । ସାଂପ୍ରତିକ ପରିସ୍ଥିତିରେ ବଢି ଚାଲିଥିବା ସାଇବର ଅପରାଧକୁ ସଫଳତାର ସହ ମୁକାବିଲା କରିବା ପାଇଁ ସ୍ଵତନ୍ତ୍ର ପଦକ୍ଷପ ନିଆଯିବ ବୋଲି ଖୁରାନିଆ କହିଥିଲେ । ଆଗାମୀ ଦିନରେ ମାଦକ ଦ୍ରବ୍ଯର ପ୍ରସାର ଏବଂ ଅପରାଧ ଉପରେ ପୋଲିସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ବୋଲି ସେ କହିଥିଲେ । ଜନସାଧାରଣଙ୍କ ଶ୍ରଦ୍ଧାଭାଜନ ହେବା ପାଇଁ ସମସ୍ତ ପ୍ରକାର ଉଦ୍ୟମ ଜାରି ରହିବା ବୋଲି ଖୁରାନିଆ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri