ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ପରେ ଏଭଳି ପ୍ରତିକ୍ରିୟା ରଖିଲେ ପ୍ରତାପ, ସୂର୍ଯ୍ୟବଂଶୀ, ଆକାଶ

ଭୁବନେଶ୍ୱର,୧୧।୬: ମଙ୍ଗଳବାର ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ବୁଧବାର ଶପଥ ଗ୍ରହଣ କରିବେ। ଏନେଇ ଜନତା ମଇଦାନରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ନବ ନିର୍ବାଚିତ ଏମ୍‌ପି ଏବଂ ବିଧାୟକଙ୍କଠାରୁ ପ୍ରତିକ୍ରିୟା ଆସିବା ଆରମ୍ଭ ହୋଇଯାଇଛି।

ବାଲେଶ୍ୱର ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ନିଜ ପ୍ରତିକ୍ରିୟାରେ କହିଛନ୍ତି ‘ଏକଛତ୍ରବାଦ ଓ କଳା ଶାସନର ଅନ୍ତ ହୋଇଛି। ଓଡ଼ିଶାରେ ଲୋକତନ୍ତ୍ର ବଞ୍ଚିଗଲା। ତେଣୁ ଲୋକ ଆଜି ଦୀପାବଳି ମନାଉଛନ୍ତି ବୋଲି ପ୍ରକାଶ କରିଛନ୍ତି।

ସେହିପରି ବିଧାୟକ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ଭାଜପା ନେତୃତ୍ୱ ଚାରି ଚାରି ଥର ବିଧାୟକ ମୋହନ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଚୟନ କରିଛନ୍ତି। ବିଧାୟକ ଦଳ ତାଙ୍କୁ ସମ୍ପୂର୍ଣ୍ଣ ସମର୍ଥନ କରୁଛି।

ଅନ୍ୟପକ୍ଷେ ବିଧାୟକ ଆକାଶ ଦାସନାୟକ ମଧ୍ୟ କହିଛନ୍ତି ‘ଓଡ଼ିଶା ପାଇଁ ଆଜି ଏକ ଐତିହାସିକ ମୁହୂର୍ତ୍ତ । ମୋହନ ମାଝୀଙ୍କ ନେତୃତ୍ୱରେ ଓଡ଼ିଶାର ବହୁତ ଉନ୍ନତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri