ରତ୍ନଭଣ୍ଡାର ଖୋଲିବା ପରେ ଶହ ଶହ ସଂଖ୍ୟାରେ ଉଡ଼ିଆସିଲେ ଚେମେଣିଆ

ପୁରୀ,୧୪ା୭: ବହୁ ପ୍ରତୀକ୍ଷାର ଅନ୍ତ ଘଟି ରବିବାର ଖୋଲିଛି ରତ୍ନଭଣ୍ଡାର। ୧୧ ଜଣିଆ ଟିମ୍‌ ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରି ପ୍ରଥମେ ବାହାର ରତ୍ନଭଣ୍ଡାର ଦ୍ୱାର ଖୋଲିଥିଲେ। ଏହା ପରେ ଶହ ଶହ ସଂଖ୍ୟାରେ ଚେମେଣିଆ ବାହାରକୁ ବାହାରି ଆସୁଛନ୍ତି। ଏପରିକି ବାଇଶି ପାହାଚ ସାରା ଘୂରି ବୁଲୁଛନ୍ତି। ଏପରି ଦୃଶ୍ୟ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି।

ରବିବାର ଅପରାହ୍ନ ୧ଟା ୨୮ରେ ଶୁଭମୁହୂର୍ତ୍ତରେ ଖୋଲିଛି ରତ୍ନଭଣ୍ଡାର। ପୂର୍ବରୁ ସମୟ ନିର୍ଦ୍ଧାରିତ ହୋଇଥିବା ବେଳେ ଠିକ୍‌ ସମୟରେ ଖୋଲିଛି ରତ୍ନଭଣ୍ଡାର। ପ୍ରଥମେ ବାହାର ଭଣ୍ଡାର ଦ୍ୱାର ଖୋଲାଯାଇଥିଲା। ଏହା ପରେ ଭିତର ରତ୍ନଭଣ୍ଡାର ଦ୍ୱାର ଖୋଲାଯିବ। ଏନେଇ ପ୍ରକ୍ରିୟା ଜାରି ରହିଛି। ତେବେ ଆଜି ଗଣତି ହେବ ନାହିଁ କେବଳ ଯାଞ୍ଚ ହେବ ବୋଲି  ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି।

ରତ୍ନଭଣ୍ଡାର ଭିତରକୁ ୧୧ ଜଣ ସଦସ୍ୟ ଯାଇଛନ୍ତି। ଏମାନଙ୍କ ମଧ୍ୟରେ ଯାଞ୍ଚ କମିଟିର ୨ ଜଣ ସଦସ୍ୟ ଜଷ୍ଟିସ ରଥ ଓ ଡାକ୍ତର ସିବିକେ ମହାନ୍ତି ଭିତରକୁ ଯାଇଛନ୍ତି। ଏଥିସହ ଗଜପତି ମହାରାଜାଙ୍କ ପ୍ରତିନିଧି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ, ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ , ଏଏସ୍‌ଆଇ ଅଧୀକ୍ଷକ ଡିବି ଗଡ଼ନାୟକ ରତ୍ନଭଣ୍ଡାର ସବ୍‌ କମିଟି ସଦସ୍ୟ, ଛତିଶା ନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର ଭିତରକୁ ଯାଇଥିବାର ଜଣାପଡ଼ିଛି।

୨୦୧୮ ମାର୍ଚ୍ଚ ୨୨ରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ପ୍ରଥମେ ମାର୍ଚ୍ଚ ୨୬ରେ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) ଟିମ ରତ୍ନଭଣ୍ଡାର ଯାଞ୍ଚ କରିଥିଲେ। ପରେ ଏପ୍ରିଲ ୪ରେ ଭିତର ରତ୍ନଭଣ୍ଡାର ଖୋଲିବାକୁ ୧୭ ଜଣିଆ ପ୍ରାଧିକୃତ ଟିମ୍‌ ଯାଇଥିଲା। ତେବେ ଚାବି ହଜିଥିବାରୁ ଭିତର ରତ୍ନଭଣ୍ଡାର ଖୋଲାଯାଇପାରି ନ ଥିଲା। ପରେ ଚାବି ହଜିବା ସମ୍ପର୍କରେ ସରକାରଙ୍କ ପକ୍ଷରୁ ଜଷ୍ଟିସ ରଘୁବୀର ଦାସ କମିଶନ ତଦନ୍ତ କରିଥିଲା। ମାତ୍ର ତଦନ୍ତ ରିପୋର୍ଟ ସାର୍ବଜନୀନ କରାଗଲା ନାହିଁ। ଶ୍ରୀମନ୍ଦିର ରେକର୍ଡ ଅଫ୍‌ ରାଇଟସ ମୁତାବକ ପ୍ରତି ତିନିବର୍ଷରେ ରତ୍ନଭଣ୍ଡାର ଖୋଲାହେବା ନିୟମ ରହିଥିବାବେଳେ ଆଜିକୁ ପ୍ରାୟ ୪୬ ବର୍ଷ ହେବ ଏହା ଖୋଲାଯାଇ ନ ଥିଲା।

ସୂଚନାଯୋଗ୍ୟ, ଶେଷଥର ପାଇଁ ୧୯୭୮ରେ ଭିତର ରତ୍ନଭଣ୍ଡାର ଖୋଲାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଟ୍ରେଲର ପଛରେ ପିଟିହେଲା ବସ୍‌, ୧୦ ଆହତ

କଟକ,୨୧ା୯: କଟକର ଏନ୍‌ଏଚ୍‌ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ...

୮ ବର୍ଷ ପରେ ଆଜି ଆରପିଡିଏସି ବୈଠକ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri