ବାତ୍ୟା ପରେ ଏବେ ବନ୍ୟା ଆଶଙ୍କା, ଏସବୁ ଜିଲାରେ ଭୟଙ୍କର…

ଭୁବନେଶ୍ୱର,୨୫ା୧୦: ବାତ୍ୟା ପରେ ଏବେ ବନ୍ୟା ଆଶଙ୍କାରେ କିଛି ଜିଲାବାସୀ ଆତଙ୍କିତ। ଏହି ଜିଲାଗୁଡ଼ିକ ହେଲା କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ବାଲେଶ୍ବର, ଭଦ୍ରକ, ଗଜପତି, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ। ଏନେଇ ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ସୂଚନାନୁଯାୟୀ, ଲ୍ୟାଣ୍ଡଫଲ୍‌ ପରେ ବର୍ଷା ପରିମାଣ ଅଧିକ ରହିବ। ପ୍ରବଳ ବର୍ଷା ହେଲେ ବନ୍ୟା ଆଶଙ୍କା ସୃଷ୍ଟି ହୋଇପାରେ। ତେଣୁ କୁହାଯାଉଛି, ଉତ୍ତର ଓ ଉପକୂଳ ଓ ଦେଇ ପ୍ରବାହିତ ହେଉଥିବା ପ୍ରମୁଖ ନଦୀ, ଯେମିତିକି ବୁଢାବଳଙ୍ଗ, ସାଳନ୍ଦୀ, ଜଳକା, ସୁବର୍ଣ୍ଣରେଖା, ବୈତରଣୀ ଓ ବ୍ରାହ୍ମଣୀ ଆଦି ଫୁଲିବାର ସମ୍ଭାବନା ରହିଛି। ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେଲେ ଶିମିଳିପାଳରୁ ପାଣି ଆସି ବୁଢାବଳଙ୍ଗ ନଦୀରେ ପଶିବ।

ଅନ୍ୟପକ୍ଷରେ ବାତ୍ୟା ପ୍ରକୋପରେ ଜୁଆର ଉଠିବା ଯୋଗୁ ନଦୀ ପଟେ ପ୍ରାୟ ୧ କିଲୋମିଟରରୁ ୩ କିଲୋମିଟର ଯାଏ ଲୁଣାପାଣି ମାଡ଼ିଆସିବ। ଆଉ ଏଥିଯୋଗୁ ବଙ୍ଗୋପସାଗରରେ ମିଶୁଥିବା ଅଧିକାଂଶ ନଦୀର ପାଣି ଶୀଘ୍ର ସମୁଦ୍ରକୁ ଯାଇପାରିବ ନାହିଁ। ଫଳରେ ବନ୍ୟା ପାଣି ଗାଁ ଗଣ୍ଡାରେ ପଶିବା ନେଇ ଆଶଙ୍କା ସୃଷ୍ଟି ହୋଇଛି।

Share