ବାତ୍ୟା ପରେ ଦୁଃଖ ଦେଉଛି ବର୍ଷାପାଣି

ତିହିଡ଼ି,୨୬ା୧୦(ସଞ୍ଜିତ ବଳ): ବାତ୍ୟା ଦାନା ପ୍ରଭାବରେ ୩ଦିନ ଧରି ଲଗାଣ ବର୍ଷା ହୋଇଛି। ଯାହାଫଳରେ ତିହିଡ଼ି ବ୍ଲକର ବିଭିନ୍ନ ଗାଁକୁ ବର୍ଷାପାଣି ପ୍ରବେଶ କରିଛି। ଗୁଆମାଳ ପଞ୍ଚାୟତର ଇଶାଣପୁର ଗାଁଦାଣ୍ତରେ ବର୍ଷାପାଣି ଲହଡ଼ି ଭାଙ୍ଗୁଛି। ଏଥିଯୋଗୁ ଗ୍ରାମବାସୀ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିବା ଜଣାଯାଇଛି। ପାଣି ନିଷ୍କାସନ ହୋଇପାରି ନ ଥିବାରୁ ଏ ପ୍ରକାର ସମସ୍ୟା ଉପୁଜିଥିବା ଜଣାଯାଇଛି। ପୂର୍ବତନ ସରପଞ୍ଚ ପ୍ରଦୀପ ପଣ୍ତା ସେହି ଗ୍ରାମ ବୁଲିବା ପରେ ଏ ସମ୍ପର୍କରେ ପ୍ରଶାସନକୁ ଅବଗତ କରାଇଛନ୍ତି।

ସେହିପରି ବ୍ଲକ ଅଧୀନ ତଳଗୋପବିନ୍ଧା ରାସ୍ତାରେ ବର୍ଷାପାଣିର ସୁଅ ଛୁଟିଥିବା ସରପଞ୍ଚ ସଞ୍ଜୀବ ବେହେରା ସୂଚନା ଦେଇଛନ୍ତି। ଏହାଦ୍ୱାରା ଯାତାୟାତ ବାଧାପ୍ରାପ୍ତ ହୋଇଥିବା ଜଣାଯାଇଛି। ସେହିପରି ବିଭିନ୍ନ ତଳିଆ ଅଞ୍ଚଳରେ ବର୍ଷାପାଣି ଗ୍ରାମରେ ପ୍ରବେଶ କରିଥିବା ସୂଚନା ମିଳିଛି। ପ୍ରଶାସନ ପକ୍ଷରୁ ତୁରନ୍ତ ପଦକ୍ଷେପ ନିଆଯିବାକୁ ସେ ଦାବି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧାରରେ କୁମ୍ଭକାରଙ୍କ କୌଳିକ ବୃତ୍ତି: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

କୋକସରା,୨୬ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆଲୋକର ପର୍ବ ଦୀପାବଳି ଆସିଲେ ଗାଁଠୁ ସହର ଚଳଚଞ୍ଚଳ ହୋଇଉଠେ। ଏହି ପର୍ବରେ ସବୁଠୁ ଅଧିକ ଆବଶ୍ୟକ ହୁଏ ଦୀପ।...

କାର୍ଯ୍ୟରେ ଯୋଗ ଦେବା ପରେ, ତଦାରଖ କଲେ ବିଡିଓ

ଦାରିଙ୍ଗବାଡି,୨୬।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବଡିଓ ଭାବେ ପ୍ରୀତିରଞ୍ଜନ ରଥ ଶୁକ୍ରବାର ବିଳମ୍ବିତ ରାତିରେ କାର୍ଯ୍ୟରେ ଯୋଗଦେଇଥିଲେ। ପରେ ଶନିବାର ସେ ଦାରିଙ୍ଗବାଡି...

ପୌରାଧ୍ୟକ୍ଷା ପଦ ହରାଇବା ପରେ ବିଷ୍ଣୁ ପ୍ରଧାନଙ୍କୁ ମିଳିଲା ଭାରପ୍ରାପ୍ତ ଅଧ୍ୟକ୍ଷ ଦାୟିତ୍ୱ

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା ବେହେରା ନିଜ ପଦ ହରାଇବା ନେଇ ଗୁରୁବାର ଗୃହ ଓ ନଗର ଉନ୍ନୟନ...

ସାନଖେମୁଣ୍ଡିରେ ବାଘ ଆତଙ୍କ, ଟ୍ରାପ୍‌ କ୍ୟାମେରା ଖଞ୍ଜିଲା ବନ ବିଭାଗ

ଦିଗପହଣ୍ଡି/ପାଟପୁର,୨୬ା୧୦(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ନରସିଂହ ଗଡ଼ ଗ୍ରାମ ନିକଟ ରତନେଇ ସଂରକ୍ଷିତ ଜଙ୍ଗଲରେ ଶନିବାର ସକାଳେ...

ଜଙ୍ଗଲରୁ ମଳିଲା ମହିଳାଙ୍କ ମୃତଦେହ: ହତ୍ୟା କରି…

ଶେରଗଡ,୨୬ା୧୦(ସୂର୍ଯ୍ୟ ନାରାୟଣ ଦାଶ): ଗଞ୍ଜାମ ଜିଲା ଶେରଗଡ ବ୍ଳକ ଅଧୀନ ବାଦଗଡ ଗ୍ରାମ ଠାକୁରାଣୀ ମନ୍ଦିର ନିକଟସ୍ଥ ଶାଗୁଆନ ଜଙ୍ଗଲରୁ ଜଣେ ମହିଳାଙ୍କ ମୃତଦେହ ଜବତ...

ବାତ୍ୟା ଡ୍ୟୁଟିରେ ଥିବା ଡାକ୍ତରଙ୍କୁ କାମୁଡ଼ିଲା ସାପ, ଆଇସିୟୁରେ ଭର୍ତ୍ତି

ମହାକାଳପଡ଼ା,୨୬ା୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବାବର ପିଏଚ୍‌ସିରେ ଜଣେ ଡାକ୍ତରଙ୍କ ଡ୍ୟୁଟି ପଡ଼ିଥିଲା। ତେବେ ସେ ଶୌଚ ପାଇଁ ବାହାରକୁ ଯାଇଥିବାବେଳେ ତାଙ୍କୁ...

ଆମ୍ବୁଲାନ୍ସ ଡ୍ରାଇଭର ମାନସଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ, କହିଲେ ବାତ୍ୟା ସମୟରେ…

ରାଜନଗର,୨୬ା୧୦: କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ‘ଦାନା’ର ତାଣ୍ଡବ ସମୟରେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ମାନସ ମଳିକ ସାହସିକତା ଦେଖାଇଥିବାରୁ...

ତ୍ରିପାକ୍ଷିକ ବୈଠକ: ଆନ୍ଦୋଳନ ଡାକରାକୁ ସ୍ଥଗିତ ରଖିଲା ଫେଡେରେସନ

ଛତ୍ରପୁର,୨୬।୧୦(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଗୋପାଳପୁର ବନ୍ଦରରେ ମାଲ ପରିବହନ କାର୍ଯ୍ୟରେ ନିୟୋଜିତ କରିବା ଓ ସଠିକ ଦର ପ୍ରଦାନ କରିବା ଦାବି ନେଇ ଗଞ୍ଜାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri