Advertisement

ଦୀର୍ଘ ୨ ବର୍ଷ ପରେ ଭକ୍ତଙ୍କ ପାଇଁ ରବିବାର ଖୋଲିଲା ଶ୍ରୀମନ୍ଦିର

ପୁରୀ ଅଫିସ, ୨୦।୩: ଦୀର୍ଘ ୨ ବର୍ଷ ପରେ ରବିବାର ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲିଛି। ହୋଲି ଛୁଟିପରେ ରବିବାର ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଣିକି ପ୍ରତି ରବିବାର ଭକ୍ତଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଖୋଲା ରହିବ। ଦୀର୍ଘ ଦୁଇବର୍ଷ ଧରି କରୋନା ମହାମାରୀ ଯୋଗୁ ଭକ୍ତଙ୍କ ପାଇଁ ରବିବାର ଶ୍ରୀମନ୍ଦିର ବନ୍ଦ ରଖାଯାଇ ସାନିଟାଇଜ କରାଯାଉଥିଲା। ବର୍ତ୍ତମାନ କୋଭିଡ ସଂକ୍ରମଣ ହ୍ରାସ ପାଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share