ପୁଣି ୪୦ ହଜାର ଟପିଲା ଦୈନିକ ସଂକ୍ରମଣ, ତୃତୀୟ ଲହର ନେଇ ଆତଙ୍କ…

ନୂଆଦିଲ୍ଲୀ,୪।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର କେତେକ ଅଞ୍ଚଳରେ ଅନ୍‌ଲକ୍‌ ଯୋଗୁ ଲୋକଙ୍କ ଭିଡ଼ ବଢ଼ିବାରେ ଲାଗିଛି। କରୋନା ମାର୍ଗଦର୍ଶିକା ପାଳନ ନ କରାଯାଉଥିବାରୁ ସଂକ୍ରମଣ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୬୨୫ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୫୬୨ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୬ ହଜାର ୬୬୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୩୮ ରହିଛି। ଅପରପକ୍ଷରେ ୪ ଲକ୍ଷ ୧୦ ହଜାର ୩୫୩ ଜଣ ଚିକିତ୍ସିତ ହେଉଛନ୍ତି। ଦୈନିକ ପଜିଟିଭ୍‌ ହାର ୧.୩୦ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୨୮ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୨୫ ହଜାର ୭୫୭ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୪୮ କୋଟି ୫୨ ଲକ୍ଷ ୮୬ ହଜାର ୫୭୦ଜଣ ଲୋକଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୬୨ ଲକ୍ଷ ୫୩ ହଜାର ୭୪୧ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୪୭ କୋଟି ୩୧ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୯ ଲକ୍ଷ ୩୩ ହଜାର ୨୨ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ଇତିମଧ୍ୟରେ ୩ କୋଟି ୧୭ ଲକ୍ଷ ୬୯ ହଜାର ୧୩୨ ଜଣ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ: ବାପାଙ୍କୁ ହାଣିଲା ନାବାଳକ ପୁଅ, କଟକ ସ୍ଥାନାନ୍ତର ହେଲେ…

ବାଲେଶ୍ୱର, ୧୨।୪(ବାଞ୍ଛାନିଧି ଦେ): ପାରିବାରିକ କଳହରୁ ପରିବାର ମଧ୍ୟରେ ବୁଲିଲା ତେଲେଙ୍ଗା କଟୁରି । ବାପାଙ୍କୁ ହାଣିଲା ନାବାଳକ ପୁଅ । ଏଭଳି ଅଭାବନୀୟ ଘଟଣା...

ପ୍ରଥମଥର ରାଷ୍ଟ୍ରପତିଙ୍କୁ ଏମିତି ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ: ୩ ମାସରେ ନିର୍ଣ୍ଣୟ ନିଅ

ନୂଆଦିଲ୍ଲୀ,୧୨।୪: ରାଜ୍ୟପାଳମାନଙ୍କ ଦ୍ୱାରା ପଠାଯାଇଥିବା ବିଲ ଉପରେ ତିନି ମାସ ମଧ୍ୟରେ ନିଷ୍ପତ୍ତି ନିଆଯିବା ଉଚିତ ବୋଲି ପ୍ରଥମଥର ସୁପ୍ରିମକୋର୍ଟ ରାଷ୍ଟ୍ରପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ହାଣିଲେ, ରାସ୍ତାରେ ପଡ଼ିଛି ରକ୍ତାକ୍ତ ମୃତଦେହ

ବଲାଙ୍ଗିର,୧୨।୪(ସୁନୀଲ କୁମାର ମହାନ୍ତି): ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଟାଙ୍ଗିଆରେ ହାଣି ବିଭତ୍ସ ହତ୍ୟା। ବଲାଙ୍ଗୀର ଜିଲା ଚିମିନିଭାଟି ପଡ଼ା ପ୍ରାଥମିକ ସ୍କୁଲ ନିକଟ ଜନଗହଳି ରାସ୍ତାରେ...

ପୁଣି UPI ଡାଉନ୍‌, ଥରେ ପେମେଣ୍ଟ କଲେ ଦୁଇଥର କଟିଯାଉଛି ଟଙ୍କା!

ନୂଆଦିଲ୍ଲୀ,୧୨।୪: ପୁଣି ୟୁପିଆଇ ଡାଉନ୍‌। ଶନିବାର ସାରା ଦେଶରେ ବ୍ୟବହାରକାରୀ UPI ମାଧ୍ୟମରେ ପେମେଣ୍ଟ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। UPI ବ୍ୟବହାର କରି କାରବାର...

Video: ପ୍ରେମିକାଙ୍କୁ ସୁଟକେସ୍‌ରେ ଭର୍ତ୍ତି କରି ହଷ୍ଟେଲ୍‌ ଭିତରକୁ ନେଉଥିଲେ ପ୍ରେମିକ: ଧରାପଡ଼ିବାରୁ…ଦେଖନ୍ତୁ ଭିଡିଓ

ଆଜିକାଲି ପ୍ରେମ କେବଳ ଅନ୍ଧ ନୁହେଁ, ଏହା ଅଧିକ କ୍ରିଏଟିଭ୍‌ ମଧ୍ୟ ହୋଇଯାଇଛି। ନିକଟରେ ପ୍ରେମର ଏମିତି ଏକ ଉପାୟ ଭାଇରାଲ ହୋଇଛି, ଯାହା ଯେକେହି...

ସାରାଦେଶରେ ପୁଣି UPI DOWN, ପେମେଣ୍ଟବେଳେ ହେଉଛି ସମସ୍ୟା

ନୂଆଦିଲ୍ଲୀ,୧୨।୪: ଆଜି, ସାରା ଦେଶରେ ଲୋକମାନେ UPI ମାଧ୍ୟମରେ ପେମେଣ୍ଟ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। UPI ବ୍ୟବହାର କରି କାରବାର କରିବା ସମୟରେ ହଜାର...

Summer Vacation 2025: ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର, ଘୋଷଣା ହେଲା ଖରାଛୁଟି, ଏଥର ମିଳିଲା ଲମ୍ବାଛୁଟି

କୋଲକତା,୧୨।୪: ଏପ୍ରିଲ ଆରମ୍ଭରୁ ତାତି ଏତେ ବଢିଲାଣି ଯେ, ବାହାରକୁ ବାହାରିବା ବି ମୁସ୍କିଲ ହୋଇପଡ଼ିଲାଣି । ଏହାରି ଭିତରେ ଗ୍ରୀଷ୍ମ ତାତିକୁ ଦୃଷ୍ଟିରେ ରଖି...

IPL ୨୦୨୫ ମଝିରେ ଗୁଜରାଟ ଟାଇଟନ୍ସକୁ ବଡ଼ ଝଟ୍‌କା, ହଠାତ ବଡ଼ ନିଷ୍ପତ୍ତି ନେଇ ଦଳ ଛାଡ଼ିଲେ ଏହି ଷ୍ଟାର ଖେଳାଳି…

ନୂଆଦିଲ୍ଲୀ,୧୨।୪: ଆଇପିଏଲ୍‌ ୨୦୨୫ରେ ଏଯାବତ ୨୫ ମ୍ୟାଚ୍‌ ଖେଳାଯାଇଛି। ଏବେ ବି ପ୍ଲେଅଫ୍‌କୁ ବହୁତ ସମୟ ଥିବା ବେଳେ ଗୁଜରାଟ ଟାଇଟନ୍ସକୁ ବଡ଼ ଝଟ୍‌କା ଲାଗିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image