ପୁଣି କୋକୁଆ ଭୟ: ୨ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୫।୪: ଦେଶରେ କରୋନାର ସଂକ୍ରମଣ ବେଲଗାମ୍‌ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨ ଲକ୍ଷ ଟପିିଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ହଜାର ୭୩୯ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ହଜାରେ ୩୮ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏଭଳି ସ୍ଥିତି ଜାରି ରହିଲେ ଆଉ ଗୋଟିଏ ସପ୍ତାହ ମଧ୍ୟରେ ଦେଶରେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଅଢ଼େଇ ଲକ୍ଷରେ ପହଞ୍ଚିବାର ଆଶଙ୍କା ଦେଖାଦେଇଛି।

Share