ପୁଣି ବଢ଼ିଲା ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା: ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୨୦୦ ଟପିଲା…

ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏହାଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ଯୋଗୁ ଆକ୍ରାନ୍ତଙ୍କ ସମେତ ମୃତକଙ୍କ ସଂଖ୍ୟା ସୋମବାର, ମଙ୍ଗଳବାର କମିଥିଲେ ମଧ୍ୟ ବୁଧବାର ପୁଣି ବଢ଼ିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୮ ହଜାର ୪୨୧ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୪,୨୦୫ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତ୍ୟୁ ସଂଖ୍ୟା ବଢୁଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନ ଏବଂ କବରସ୍ତାନ ବାହାରେ ମୃତଦେହଗୁଡ଼ିକ ଧାଡ଼ିରେ ରହିଥିବାର ଦେଖିବାକୁ ମିଳୁଛି। ସେହିପରି ବର୍ତ୍ତମାନ ସୁଦ୍ଧା ୧୭ କୋଟି ୫୨ ଲକ୍ଷ ୩୫ ହଜାର ୯୯୧ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୦ କୋଟି ୭୫ ଲକ୍ଷ ୮୩ ହଜାର ୯୯୧ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

Share