ନୂଆଦିଲ୍ଲୀ,୧୩।୩: ଦେଶରେ ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହା ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ୮୮୨ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୦ ଛୁଇଁଛି। ଗତ ୨୦୨୦ ଡିସେମ୍ବର ୨୩ ପରେ ଦେଶରେ ଗୋଟିଏ ଦିନରେ ୨୪ ହଜାରରୁ ଅଧିକ ଆକ୍ରାନ୍ତଙ୍କୁ ଚିହ୍ନଯ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଡସେମ୍ବର ୨୩ରେ ଦେଶରେ ୨୪ ହଜାର ୭୧୨ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ତେବେ ଏହା ପରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଳାଗିଥିଲା। ପୁଣି କରୋନା ଫେରିଥିବାରୁ ସରକାରଙ୍କ ଚିନ୍ତା ବୃଦ୍ଧି ପାଇବାରେ ଲାଗିଛି। କରୋନା ବେକାବୁ ହେବା ପୂର୍ବରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ ନେଇ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଇଛି।