ପୁଣି ସଙ୍କଟ ଘନେଇଲା…

ନୂଆଦିଲ୍ଲୀ, ୧୩।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ପୁଣି ସଙ୍କଟ ଘନେଇବାରେ ଲାଗିଛି। ଫଳରେ ପୁଣି ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ଲକ୍ଷେ ୧୯ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଛି। ଏହା ୧୫ ହଜାର ୮୧୫ ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ବଢ଼ି ୬୮ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୧୯ ହଜାର ୨୬୪ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୨୦ ହଜାର ୧୮ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୬ ହଜାର ୯୯୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୨ ଲକ୍ଷ ୩୯ ହଜାର ୩୭୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୫ ଲକ୍ଷ ୯୩ ହଜାର ୧୧୨ ଜଣ ସୁସ୍ଥ ହୋଇ ସାରିଛନ୍ତି।

ମହାରାଷ୍ଟ୍ର, କେରଳ, କର୍ନାଟକ, ଦିଲ୍ଲୀ ଆଦି ୪ ରାଜ୍ୟରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି। ଦିଲ୍ଲୀରେ ମାସ୍କ ନପିନ୍ଧିଲେ ଜରିମାନା ଆଦାୟ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି।

Share