ପୁଣି ଆତଙ୍କ ଘନେଇଲା, ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ ପରାମର୍ଶ…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪ ହଜାର ତଳେ ରହିଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।

ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ଶହ ତଳେ ରହିଛି। ଏହା ବଢ଼ି ୧୮୫ ରହିଛି। ଗୋଟିଏ ଦିନ ତଳେ ଏହା ୧୨୮ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୩ ହଜାର ୪୦୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୪୦୮ ଥିଲା। ସେହିପରି ୨୪ ଘଣ୍ଟାରେ ୧୯୦ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨୧୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୮୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୬ ହଜାର ୫୧୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୨ ହଜାର ୪୩୨ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share