ପାର୍ବଣରେ ବୋନସ୍‌ ଦାବି ତେଜିଲା, ନ ମିଳିଲେ…

ରାଉରକେଲା,୧।୧୦(ବିପ୍ଳବ ରଞ୍ଜନ ଦାଶ): ଆର୍‌ଏସ୍‌ପିରେ କାର୍ଯ୍ୟରତ ଠିକା ଶ୍ରମିକଙ୍କୁ ବୋନସ୍‌ ପ୍ରଦାନ ଦାବି ନେଇ ରାଉରକେଲା ହିନ୍ଦ୍‌ ମଜଦୁର ସଭା ଓ ଜିଲା ଶିଳ୍ପାଞ୍ଚଳ ଶ୍ରମିକ ସଭା ପକ୍ଷରୁ ମଙ୍ଗଳବାର ବିଶ୍ରା ଗେଟ୍‌ ନିକଟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ଏଥିରେ ହିନ୍ଦ୍‌ ମଜଦୁର ସଭାର ରାଜ୍ୟ ସମ୍ପାଦକ ତଥା ଜିଲା ଶିଳ୍ପାଞ୍ଚଳ ଶ୍ରମିକ ସଭାର ସାଧାରଣ ସମ୍ପାଦକ ଦିଗମ୍ବର ମହାନ୍ତି, କାର୍ଯ୍ୟକାରୀ ସଭାପତି ହରିକୃଷ୍ଣ ପାଢ଼ୀ, ଉପସଭାପତି ମହେଶ୍ୱର ମହାପାତ୍ର, ଠିକା ଶ୍ରମିକ ସଭାର ବିମଳ ବେହୁରିଆ, ଓଡ଼ିଶା ମେଡିକାଲ କର୍ମଚାରୀ ସଂଘ ଜିଲା ଉପଦେଷ୍ଟା ଦେବେନ୍ଦ୍ର ନାଥ ଆଚାର୍ଯ୍ୟ, ଜିଲା ଶିଳ୍ପାଞ୍ଚଳ ଶ୍ରମିକ ସଭା ସମ୍ପାଦକ ଜଗବନ୍ଧୁ ଜେନା, ଦିଲୀପ ଜେନା, ଅଜୟ କୁମାର ନାୟକ, ଉମେଶ ଚନ୍ଦ୍ର ମଲ୍ଲିକ ଓ ଉମେଶ ଚନ୍ଦ୍ର ନାୟକଙ୍କ ସମେତ ବହୁ ମହିଳା ପୁରୁଷ ଠିକା ଶ୍ରମିକ ସାମିଲ ହୋଇଥିଲେ।

ପ୍ରତ୍ୟେକ ଠିକା ଶ୍ରମିକଙ୍କୁ ସର୍ବନିମ୍ନ ୨୦ହଜାର ଟଙ୍କା ବୋନସ୍‌ ଦେବାକୁ ସେମାନେ ଦାବି କରିଥିଲେ। ନ୍ୟାଯ୍ୟ ଦାବି ପୂରଣ ନ ହେଲେ ଆଗକୁ ଜିଲାବ୍ୟାପୀ ଠିକା ଶ୍ରମିକ ଆନ୍ଦୋଳନ ହେବ ବୋଲି ଶ୍ରମିକ ନେତାମାନେ କହିଛନ୍ତି।

ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ ଦିବ୍ୟ ରଞ୍ଜନ ପାଣିଗ୍ରାହୀ, ଅଶୋକ ତରେଇ, ରାଜେନ୍ଦ୍ର ପାତ୍ର, କୁନି ଘାସି, ବିଳାସ ନାୟକ, ଉଷାକାନ୍ତି ସୁରେନ ଓ ଚାନ୍ଦୁ ବାର୍ଲା ପ୍ରମୁଖ ନେତୃତ୍ୱ ନେଇଥିଲେ। ମହେଶ୍ୱର ମହାପାତ୍ର ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

OCS ମେନ୍‌ ପରୀକ୍ଷାରେ ତ୍ରୁଟି: ଆଜି ଗୋଟିଏ ଦିନରେ ସାମ୍ନାକୁ ଆସିଲା ୨ଟି ବଡ଼ ଭୁଲ୍‌

ଭୁବନେଶ୍ୱର,୨୭ା୪: ରବିବାର ଗୋଟିଏ ଦିନରେ ୨ଟି ବଡ଼ ପରୀକ୍ଷାରେ ତ୍ରୁଟି ହୋଇଥିବା ସାମ୍ନାକୁ ଆସିଛି। OSSC ସହ OPSC ପରିଚାଳିତ ପରୀକ୍ଷାରେ ତ୍ରୁଟି ହୋଇଛି। ନୋଟିସ୍‌...

UPSC ପରୀକ୍ଷାରେ କେନ୍ଦୁଝରର ପୁଅ ଅନୁପଙ୍କ ସଫଳ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚଳିତ ବର୍ଷ ୨୦୨୪ ବର୍ଷର ୟୁପିଏସସି ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ କେନ୍ଦୁଝର ମାଟିର ପୁଅ ଅନୁପ ନାୟକ ସଫଳ...

ବିଶ୍ୱ ଏକତା, ବିଶ୍ୱାସର ବିକାଶ ପାଇଁ ରାଜଯୋଗ

ଦାରିଙ୍ଗବାଡ଼ି,୨୭ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପ୍ରଜାପତି ବ୍ରହ୍ମକୁମାରୀ ପକ୍ଷରୁ ରବିବାର ବିଶ୍ୱ ଏକତା ଓ ବିଶ୍ୱାସର ବିକାଶ ପାଇଁ ରାଜଯୋଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

ଉଚ୍ଚ ରକ୍ତଚାପ ସମସ୍ୟାରେ ପୀଡ଼ିତ କି? ଏଭଳି ଉପାୟରେ ମେଥି ସେବନ କରି…

ଆଜିର ସମୟରେ ଅନିୟମିତ ଦିନଚର୍ଯ୍ୟା ବିଭିନ୍ନ ପ୍ରକାର ରୋଗର କାରଣ ପାଲଟୁଛି। ସେଥିରୁ ଗୋଟିଏ ହେଲା ଉଚ୍ଚ ରକ୍ତଚାପ। ସାଧାରଣତଃ ମୋଟାପଣ ଏବଂ ଜୀବନଶୈଳୀରେ ପରିବର୍ତ୍ତନ...

ଶରୀରର ଏହି ୫ ସ୍ଥାନରେ କଳାଜାଇ ଅଛି କି? ଜାଣନ୍ତୁ କ’ଣ ତାର ଅର୍ଥ, କିଭଳି ହେବ ଭବିଷ୍ୟତ

ଜ୍ୟୋତିଷଶାସ୍ତ୍ରରେ ଶରୀରରେ ଥିବା କଳାଜାଇର ବିଶେଷ ମହତ୍ୱ ରହିଛି। ଏହାକୁ ଦେଖି କୌଣସି ମନୁଷ୍ୟର ଭବିଷ୍ୟତ ଏବଂ ବ୍ୟକ୍ତିତ୍ୱ ବିଷୟରେ ଅନୁମାନ କରାଯାଇପାରେ। ଶରୀରରେ ଥିବା...

ଭୁବନେଶ୍ୱର ଛାଡ଼ିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ୍‌

ଭୁବନେଶ୍ୱର,୨୭ା୪: ଭୁବନେଶ୍ବର ଛାଡ଼ିଛନ୍ତି ପାକିସ୍ତାନୀ ନାଗରିକ ନଗମା ୟୁସୁଫ୍‌।  ୨୦୦୮ରେ ଜଣେ ବ୍ୟବସାୟୀଙ୍କୁ ବିବାହ କରି ଭୁବନେଶ୍ୱର ଭୁବନେଶ୍ୱର ବିଜେବି ନଗର ଅଞ୍ଚଳରେରହି ଆସୁଥିଲେ। ବିବାହ...

ଥମୁନି ଦାଦନ ମୃତ୍ୟୁ: ପୁଣି କେରଳରୁ ଫେରିଲା ଜଣେ ଦାଦନ ଶ୍ରମିକଙ୍କ ମୃତଦେହ

ଲାଞ୍ଜିଗଡ଼,୨୭ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ...

ଭାରତୀୟ ଖେଳାଳିଙ୍କୁ ଅଣଦେଖା କରୁଛନ୍ତି ରିକି ପଣ୍ଟିଂ, ଦେଉନାହାନ୍ତି ସୁଯୋଗ…

ନୂଆଦିଲ୍ଲୀ,୨୭।୪: ପଞ୍ଜାବ କିଙ୍ଗ୍ସକୁ ସବୁଠାରୁ ଦୁର୍ବଳ ଦଳ ମଧ୍ୟରେ ଗଣନା କରାଯାଉଥିଲା। କିନ୍ତୁ ମୁଖ୍ୟ ପ୍ରଶିକ୍ଷକ ରିକି ପଣ୍ଟିଂ ଏବଂ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ପଞ୍ଜାବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image