ଭାରତ ବନ୍ଦ ବେଳେ ଆନ୍ଦୋଳନକାରୀ ମୁହାଁମୁହିଁ

ଲୋଇସିଂହା,୨୧।୮(ସୁଶାନ୍ତ ବାରିକ): ଉପବର୍ଗୀ କରଣ ଓ ସ୍ବଚ୍ଛଳ ବର୍ଗ ନୀତି ଲାଗୁ କରା ନ ଯିବା ପ୍ରତିବାଦ ବୁଧବାର ଭାରତ ବନ୍ଦ ଡାକରା ଦେଇଛି ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ମିଳିତ କ୍ରିୟାନୁଷ୍ଠାନ କମିଟି । ଏହି କ୍ରମରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ୨୬ ନମୱର ଜାତୀୟ ରାଜପଥ ଲୋଇସିଂହା ସ୍ଥିତ କଲେଜ ଛକ ଓ ପଦ୍ମପୁର ଚାରିଛକ ଠାରେ ଆନ୍ଦୋଳନକାରୀ ସକାଳ ୭ଟାରୁ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଏହାଛଡା ଆନ୍ଦୋଳନକାରୀ ପିକେଟିଂ କରି ଦୋକାନ ବଜାର ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ, ପେଟ୍ରୋଲ ପମ୍ପ ଆଦି ବନ୍ଦ କରିଥିବା ଜଣାଯାଇଛି। ପଦ୍ମପୁର ଚାରିଛକରେ ଲୋଇସିଂହା,ବୁର୍ଡା, ବାଞ୍ଜିପାଲି, ନଅଗାଁ (ଖ) ଆଦି ଅଞ୍ଚଳର ଆନ୍ଦୋଳନକାରୀ ବିକ୍ଷୋଭ ପ୍ରଦର୍ଶନ କରୁଥିଲେ। ହେଲେ ଏଠାରେ ପୂର୍ବାହ୍ନ ସମୟରେ ଜରୁରୀ ସେବାକୁ ଛାଡ଼ି ବାଇକ ଆରୋହୀଙ୍କୁ ମଧ୍ୟ ଛାଡ଼ି ନ ଥିଲେ। ଫଳରେ ସାଧାରଣ ଯାତ୍ରୀ ଓ ବିକ୍ଷୋଭକାରୀ ମଧ୍ୟ ଯୁକ୍ତିତର୍କ ଦେଖିବାକୁ ମିଳିଥିଲା। ଏହାକୁ ସ୍ଥାନୀୟ ଜଣେ ସ୍ଥାନୀୟ ଦଳିତ ନେତା ବିରୋଧର କରିବାରୁ ଉଭୟ ପକ୍ଷ ମଧ୍ୟରେ ବାକ ଯୁଦ୍ଧ ଦେଖିବାକୁ ମିଳିଥିଲା। ଏହାର ଏଠାରେ ନେତୃତ୍ୱ ନେଉଥିବା ଜଣେ ଯୁବକ ସେଠାରେ ଲାଗି ଥିବା ବ୍ୟାନରକୁ ଖୋଲି ଦେଇଥିଲେ।
ଏହି ସୂଚନା ପାଇ କଲେଜ ଛକ ଆନ୍ଦୋଳନକାରୀ ସେଠାକୁ ଆସି ବାଇକ ଛାଡ଼ିବାକୁ ନିଷ୍ପତ୍ତି ହୋଇଥିବାସ୍ଥଳେ କାହିଁକି ଏଠାରେ ଛାଡ଼ୁନାହିଁ । ପାତରଅନ୍ତର କରି ବାଇକ ଛଡାଯାଉଛି କହି ଉଭୟ ପକ୍ଷରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହେଇଥିବା ଦେଖିବାକୁ ମିଳିଥିଲା। ଏପରିକି ଆନ୍ଦୋଳନକାରୀ ଧସ୍ତାଧସ୍ତି ହୋଇଥିବା ପ୍ରତକ୍ଷଦର୍ଶୀଙ୍କ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ...

ବୋନସ ଦାବି ତେଜିଲା…

ରାଉରକେଲା,୨୦।୯(ସଙ୍ଗୀତା ଜେନା): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ସିଟୁ ସମର୍ଥିତ ଷ୍ଟିଲ୍‌ ଏମ୍ପ୍ଲୟିଜ୍‌ ଟ୍ରେଡ୍‌ ୟୁନିୟନ ତଥା ରାଉରକେଲା କଣ୍ଟ୍ରାକ୍ଟର ୱାର୍କର୍ସ ୟୁନିୟନ ପକ୍ଷରୁ ଶୁକ୍ରବାର ପାୱାରଗେଟ୍‌...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ...

ଗ୍ରାହକ ହୋଇ କିଣିବା ବାହାନାରେ ଆସି ଗହଣା ଦୋକାନରୁ….

ବ୍ରହ୍ମପୁର,୨୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗ୍ରାହକ ହୋଇଆସି ଜଣେ ବ୍ୟକ୍ତି ଦୋକାନରୁ ସୁନା ଗହଣା ଚୋରାଇ ନେଇଛନ୍ତି। ଦୋକାନ ମାଲିକ ସତ୍ୟନାରାୟଣ ସେନାପତି ଏହି ସମ୍ପର୍କରେ ବଡ଼ବଜାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri