Posted inଜାତୀୟ

ରାହୁଲ ଗାନ୍ଧୀଙ୍କୁ ସେନାର ଜବାବ; ଅଗ୍ନିବୀରଙ୍କ ପରିବାରକୁ ଦିଆଯାଇଛି ୯୮.୩୯ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୩ା୭: ବୁଧବାର ଲୋକ ସଭାରେ ରାହୁଲ ଗାନ୍ଧୀ କରିଥିବା ଅଭିଯୋଗର ଜବାବ ରଖିଛି ଭାରତୀୟ ସେନା। ରାହୁଲ ଗାନ୍ଧୀ କହିଥିଲେ ଯେ, ଶହୀଦ ଅଗ୍ନିବୀର କର୍ମଚାରୀଙ୍କ ପରିବାରକୁ କ୍ଷତିପୂରଣ ପ୍ରସଙ୍ଗରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସଂସଦରେ ମିଥ୍ୟା କହିଛନ୍ତି। ଏଥିପାଇଁ ସେ କ୍ଷମା ମାଗିବା ଉଚିତ ବୋଲି ସେ କହିଥିଲେ।

ବର୍ତ୍ତମାନ ଏହି ପ୍ରସଙ୍ଗରେ ଭାରତୀୟ ସେନାର ଏଡିଜି ପିଆଇ ବିବୃତ୍ତି ସାମ୍ନାକୁ ଆସିଛି। ଏଥିରେ କୁହାଯାଇଛି ଯେ ସୋସିଆଲ ମିଡିଆରେ କିଛି ପୋଷ୍ଟରୁ ଜଣାପଡିଛି ଯେ ଡ୍ୟୁଟି ଲାଇନରେ ଜୀବନ ହରାଇଥିବା ଅଗ୍ନିବୀର ଅଜୟ କୁମାରଙ୍କ ପରିବାର ସଦସ୍ୟଙ୍କୁ କ୍ଷତିପୂରଣ ଦିଆଯାଇ ନାହିଁ।

ଏଡିଜି ପିଆଇ କହିଛି ଯେ, ”ଅଗ୍ନିବୀର ଅଜୟ କୁମାରଙ୍କ ସର୍ବୋଚ୍ଚ ବଳିଦାନକୁ ଭାରତୀୟ ସେନା ନମସ୍କାର କରୁଛି। ତାଙ୍କୁ ସମ୍ପୂର୍ଣ୍ଣ ସାମରିକ ସମ୍ମାନ ସହିତ ତାଙ୍କର ଶେଷ ବିଦାୟ ଦିଆଯାଇଥିଲା। ଏହାସହିତ ଅଜୟଙ୍କ ପରିବାର ସଦସ୍ୟଙ୍କୁ ୯୮.୩୯ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି।

ଅଗ୍ନିବୀର ଯୋଜନାର ବ୍ୟବସ୍ଥା ଅନୁଯାୟୀ ପ୍ରାୟ ୬୭ ଲକ୍ଷ ଟଙ୍କା ମୂଲ୍ୟର ଆର୍ଥିକ ସହାୟତା ଏବଂ ଅନ୍ୟାନ୍ୟ ସୁବିଧା ପୋଲିସ ଯାଞ୍ଚ ପରେ ପ୍ରଦାନ କରାଯିବ। ମୋଟ ପରିମାଣ ପ୍ରାୟ ୧.୬୫ କୋଟି ଟଙ୍କା ହେବ। ଏହି ବିବୃତ୍ତିରେ ଜୋର ଦିଆଯାଇଛି ଯେ ଅଗ୍ନିବୀରଙ୍କ ସମେତ ଶହୀଦ ସୈନିକଙ୍କ ପରିବାରକୁ ଆର୍ଥିକ ସହାୟତା ଯଥାଶୀଘ୍ର ପ୍ରଦାନ କରାଯିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ପୋନ ହେଲା ନିଟ ୟୁଜି କାଉନସିଲିଂ, ଶୀଘ୍ର ଘୋଷଣା ହେବ ନୂଆ ତାରିଖ

ନୂଆଦିଲ୍ଲୀ,୬।୭: ନିଟ ୟୁଜି ୨୦୨୪ର କାଉନସିଲିଂକୁ ପରବର୍ତ୍ତୀ ବିଜ୍ଞପ୍ତି ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛ। ଏଥିପାଇଁ ଅଲ ଇଣ୍ଡିଆ କୋଟା (ଏଆଇକ୍ୟୁ) ସିଟ କାଉନସେଲିଂ ଶନିବାର ଅର୍ଥାତ୍‌...

ଅଗ୍ନିବୀର vs ଯବାନ: ମିଳେ କେତେ ଦରମା, ଶହୀଦ ପରେ ମିଳିଥାଏ କି ସୁବିଧା

ନୂଆଦିଲ୍ଲୀ,୬।୭: ଦେଶରେ ଅଗ୍ନିବୀର ଯୋଜନାକୁ ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ଏହି ଯୋଜନାକୁ ସରକାର ଦେଶ ପାଇଁ ଲାଭକାରୀ କହୁଥିବାବେଳେ ବିରୋଧୀ ଲଗାତାର ଏହାକୁ...

ଲାଲୁଙ୍କୁ ଟାର୍ଗେଟ କଲେ ଚିରାଗ

ନୂଆଦିଲ୍ଲୀ,୬।୭: ରାଷ୍ଟ୍ରୀୟ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସରେ ଲାଲୁ ଯାଦବ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ କେନ୍ଦ୍ର ସରକାର ଦୁର୍ବଳ ଏବଂ...

ମୁଁ ବିଶ୍ୱରେ ଅଛି, ଗିରଫ କରିବା କଥା ଯଦି ଆସନ୍ତୁ, ଚ୍ୟାଲେଞ୍ଜ ଦେଲେ ମହୁଆ

କୋଲକାତା,୬।୭: ଟିଏମସି ଏମପି ମହୁଆ ମୋଇତ୍ର ବର୍ତ୍ତମାନ ଏକ ନୂଆ ଅସୁବିଧାରେ ପଡ଼ିଛନ୍ତି। ନ୍ୟାସନାଲ କମିଶନ ଫର ଓମେନ (ଏନସିଡବ୍ଲୁ) ଅଧ୍ୟକ୍ଷ ରେଖା ଶର୍ମାଙ୍କ ବିରୋଧରେ...

ମାତ୍ର ୧୦ଟଙ୍କା ନିବେଶ କରି ହେବେ ମାଲାମାଲ, ଆବଶ୍ୟକ ସମୟରେ ମିଳିବ ୧୬ ଲକ୍ଷ

ନୂଆଦିଲ୍ଲୀ,୬।୭: ଯେଉଁମାନେ ସବୁବେଳେ ଭବିଷ୍ୟତ ବିଷୟରେ ଚିନ୍ତିତ, ସେମାନଙ୍କୁ ଏହି ଖବର ଆଶ୍ୱସ୍ତି ଦେଇପାରେ। କାରଣ ଡାକଘର ଯୋଜନା ଆପଣଙ୍କୁ ଆବଶ୍ୟକ ସମୟରେ ୧୬ଲକ୍ଷ ଟଙ୍କା...

ରାଜ୍ୟରେ ରହିବ ନାହିଁ ବେରୋଜଗାରୀ, ସରକାର କରୁଛନ୍ତି ଯୋଜନା

ଲକ୍ଷ୍ନୌ,୬।୭: ଲୋକ ସଭା ନିର୍ବାଚନରେ ଖରାପ ପ୍ରଦର୍ଶନ ପରେ ଏବେ ଉତ୍ତରପ୍ରଦେଶର ଯୋଗୀ ସରକାର କିଛି ଯୋଜନା କାର୍ଯ୍ୟକାରୀ କରିବାରେ ବ୍ୟସ୍ତ ଅଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ...

ହାଥରସ ଘଟଣାକୁ ନେଇ ଆସିଲା ‘ଭୋଲେ ବାବା’ ଙ୍କ ପ୍ରଥମ ବୟାନ, କହିଲେ…

ଲକ୍ଷ୍ନୌ,୬।୭: ହାଥରସ ଦୁର୍ଘଟଣା ସମ୍ପର୍କରେ ବାବା ସୁରଜପାଲଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କହିଛନ୍ତି, ଏହି ଘଟଣାରେ ସେ ଅତ୍ୟନ୍ତ ଦୁଃଖିତ। ପ୍ରଶାସନରେ ଲୋକଙ୍କ ବିଶ୍ୱାସ...

ପ୍ରଶାସନିକ ବିଫଳତାରୁ ଦଳାଚକଟା

ହାଥରସ୍‌,୬ା୭: ଉତ୍ତରପ୍ରଦେଶର ହାଥ୍‌ରସ୍‌ ଜିଲାରେ ଭୋଲେ ବାବାଙ୍କ ସତ୍‌ସଙ୍ଗ କାର୍ଯ୍ୟକ୍ରମ ବେଳେ ଦଳାଚକଟା ଘଟି ୧୨୩ ଜଣଙ୍କ ମୃତ୍ୟୁ ହୋଇଥିଲା। ଲୋକ ସଭାର ବିରୋଧୀ ଦଳ ନେତା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri