Posted inଜାତୀୟ

ପିଏମ କ୍ରେଡିଟ୍‌ କାର୍ଡ ଯୋଜନା ଉପରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ଚାଷୀଙ୍କୁ ବିଶେଷ ଧ୍ୟାନ ଦିଆଯାଇଛି। ବଜେଟରେ କୃଷକମାନେ ଅନେକ ଉପହାର ପାଇଛନ୍ତି। ଏଥିମଧ୍ୟରୁ ପ୍ରଧାନମନ୍ତ୍ରୀ କିସାନ କ୍ରେଡିଟ୍‌ କାର୍ଡ ବିଷୟରେ ଅର୍ଥମନ୍ତ୍ରୀ କହିଛନ୍ତି ଯେ ଦେଶର ପାଞ୍ଚଟି ରାଜ୍ୟରେ ଜନ ସମର୍ଥ ଆଧାରିତ କିସାନ କ୍ରେଡିଟ୍‌ କାର୍ଡ ପ୍ରଦାନ କରାଯିବ।

କିସାନ କ୍ରେଡିଟ୍‌ କାର୍ଡ ଯୋଜନା କୃଷକମାନଙ୍କୁ ସ୍ବଳ୍ପ ସୁଧରେ ଋଣ ଯୋଗାଇଥାଏ। ଏହି ସ୍ବଳ୍ପ ମିଆଦି ଋଣ କୃଷକଙ୍କ ଆର୍ଥିକ ଆବଶ୍ୟକତା ପୂରଣ କରିବାରେ ସାହାଯ୍ୟ କରେ। କମ ସୁଧ ହାର ହେତୁ କୃଷକମାନଙ୍କୁ ଋଣ ଉପରେ କମ ସୁଧ ଦେବାକୁ ପଡିବ। କୃଷକମାନଙ୍କୁ କୃଷି କାର୍ଯ୍ୟ ପାଇଁ ଆର୍ଥିକ ସହାୟତା ଯୋଗାଇବା ପାଇଁ କିସାନ କ୍ରେଡିଟ୍‌ କାର୍ଡ ଯୋଜନା ଆରମ୍ଭ ହୋଇଥିଲା। ଏହି ଯୋଜନା ଅଧୀନରେ କୃଷକମାନେ ୪% ସୁଧ ହାରରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଆନ୍ତି। କୃଷକମାନେଋଣଦାତାମାନଙ୍କଠାରୁ ପାଇଥିବା ଋଣ ଅପେକ୍ଷା ଏହି ଋଣ ବହୁତ ଶସ୍ତା ଅଟେ। କିସାନ କ୍ରେଡିଟ୍‌ କାର୍ଡ ଯୋଜନା ଅଧୀନରେ କୃଷକମାନେ ସହଜରେ ଋଣ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ମୁଖ୍ୟ ଦାବିକୁ ଗ୍ରହଣ କଲେ ସରକାର

କୋଲକାତା,୧୬ା୯: ଆର୍‌.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ...

‘ରାହୁଲଙ୍କ ଜିଭ କାଟିଲେ ୧୧ ଲକ୍ଷ ପୁରସ୍କାର ଦେବି’, ଶିବସେନା ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ

ମୁମ୍ବାଇ, ୧୬।୯: ମହାରାଷ୍ଟ୍ରର ଶିବଶେନା ବିଧାୟକ ସଞ୍ଜୟ ଗାଏକ୍ୱାଡ୍‌ ସୋମବାର ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି।...

କଶ୍ମୀର ନିର୍ବାଚନ: ଆସିଲା କଂଗ୍ରେସର ନିର୍ବାଚନୀ ଇସ୍ତାହାର, ଜାଣନ୍ତୁ କ’ଣ ସବୁ ରହିଛି ପ୍ରତିଶ୍ରୁତି…

ଶ୍ରୀନଗର,୧୬ା୯: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ସୋମବାର ଦଳୀୟ ଇସ୍ତାହାର ପ୍ରକାଶ ପାଇଛି। ଏଥିରେ କୃଷକ, ମହିଳା ଏବଂ ଯୁବବର୍ଗଙ୍କ ପାଇଁ ଅନେକ...

ମମତାଙ୍କ ସହ ଆଲୋଚନାରେ ଯୋଗଦେଲେ ଡାକ୍ତର

କୋଲକାତା,୧୬ା୯: ଆର୍‌.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ...

ଆତଙ୍କବାଦକୁ ପାତାଳରେ କବର ଦେବୁ: ଜମ୍ମୁ କଶ୍ମୀରରେ ଗର୍ଜିଲେ ଶାହା

ଶ୍ରୀନଗର,୧୬।୯: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ୨୦୨୪ ପାଇଁ ଅଭିଯାନ ଚରମ ସୀମାରେ ରହିଛି। ନିର୍ବାଚନ ପୂର୍ବରୁ ରାଜନେତାମାନେ ପରସ୍ପର ଉପରେ ଆରୋପ-ପ୍ରତ୍ୟାରୋପ କରି ଭୋଟରଙ୍କୁ...

ଆଗାମୀ ୧୦୦୦ ବର୍ଷ ପ୍ଲାନିଂର ଖୁଲାସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୬।୯: ମୋଦି ୩.୦ର ୧୦୦ ଦିନ ସମାପ୍ତ ହୋଇଛି। ଗୁଜରାଟର ଗାନ୍ଧୀ ନଗରରେ ଆୟୋଜିତ ହୋଇଥିବା ‘ଗ୍ଲୋବାଲ ରିନ୍ୟୁଆଲ ଏନର୍ଜି ଇନଭେଷ୍ଟର୍ସ ମିଟ ଆଣ୍ଡ ଏକ୍ସପୋ’ର...

ଉଦ୍‌ଘାଟନ ପୂର୍ବରୁ ବନ୍ଦେ ମେଟ୍ରୋର ବଦଳିଲା ନାଁ

ନୂଆଦିଲ୍ଲୀ,୧୬।୯: ଦେଶର ପ୍ରଥମ ବନ୍ଦେ ମେଟ୍ରୋ ଟ୍ରେନର ନାମ ଉଦଘାଟନ ପୂର୍ବରୁ ବଦଳିଛି। ଏହାର ନାମ ‘ନମୋ ଭାରତ ରାପିଡ ରେଳ’ ରଖାଯାଇଛି। ରେଲଓ୍ବେ ପକ୍ଷରୁ...

ପୂର୍ବରୁ ଫେଲ ମାରିବା ପରେ କାହିଁକି ପୁଣିଥରେ ଡାକ୍ତରଙ୍କୁ ବୈଠକ ପାଇଁ ଡାକିଲେ ମମତା

କୋଲକାତା,୧୬।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା କରାଯାଇଥିବା ମାମଲାରେ ଆଜିବି ବିରୋଧ ପ୍ରଦର୍ଶନ କରୁଥିବା ଡାକ୍ତରମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri