Posted inଖେଳ

ଭାରତୀୟ ଦଳରେ ଓଡ଼ିଶାର ଆହାନ

ଭୁବନେଶ୍ୱର, ୧୫।୨ (ତପନ ସ୍ବାଇଁ): ମାଲେସିଆର କୁଚିଙ୍ଗ୍‌ଠାରେ ଆଇଟିଏଫ୍‌ ଓ୍ବାଲର୍‌ଡ ଜୁନିୟର୍ସ ଟିମ୍‌ କମ୍ପିଟେଶନ ଫାଇନାଲ କ୍ୱାଲିଫାଇଂ ଇଭେଣ୍ଟ-୨୦୨୪ ମାର୍ଚ୍ଚ ୧୮ରୁ ୨୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ଭାରତୀୟ ଦଳରେ ଓଡ଼ିଶାର ଆହାନ ସାମିଲ ହୋଇଛନ୍ତି। ସର୍ବଭାରତୀୟ ଟେନିସ ଆସୋସିଏଶନ(ଏଆଇଟିଏ) ପକ୍ଷରୁ ଏକ ଅଭ୍ୟାସ କ୍ୟାମ୍ପ ଗତ ୧୨ ତାରିଖରୁ ନୂଆଦିଲ୍ଲୀର ଆର୍‌.କେ. ଖାନ୍ନା ଟେନିସ ଷ୍ଟାଡିୟମରେ ଆରମ୍ଭ ହୋଇଛି। ଏହା ଗୁରୁବାର ଶେଷ ହେବ। କ୍ୟାମ୍ପରେ ୬ ଖେଳାଳି ସାମିଲ ଥିଲେ। ଆହାନ ସିଙ୍ଗଲ୍ସରେ ସମସ୍ତ ୫ ଖେଳାଳିଙ୍କୁ ହରାଇ ଶୀର୍ଷସ୍ଥାନ ଅଧିକାର କରିଥିଲେ। ଆହାନ ହେଉଛନ୍ତି ଏସ୍‌ବେସ୍‌ ଟେନିସ ଏକାଡେମୀର ପ୍ରଶିକ୍ଷାର୍ଥୀ। ସେ ରାଜ୍ୟର ପ୍ରତିଷ୍ଠିତ କୋଚ୍‌ ଅଜୟ ନିଶଙ୍କଙ୍କଠାରୁ ପ୍ରଶିକ୍ଷଣ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି।...

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ...

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri