ରବିବାର ଖୋଲାରହିବ ଡାକ୍ତରଖାନା ପରିସରରେ ଥିବା ଆହାର କେନ୍ଦ୍ର

ଭୁବନେଶ୍ବର, ୨୭ା୬(ସୁନିତ୍‌ ମିଶ୍ର): ରାଜ୍ୟରେ ବିଭିନ୍ନ ଡାକ୍ତରଖାନା ପରିସର ବା ନିକଟରେ ଥିବା ଆହାର କେନ୍ଦ୍ରଗୁଡିକ ଏଣିକି ରବିବାର ଖୋଲା ରହିବ। ଏ ନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ସମସ୍ତ ମହାନଗର ନିଗମ କମିଶନର ତଥା ସିଟି ଆହାର ସମିତି ସଭାପତି, ଜିଲାପାଳ ଏବଂ ଜିଲା ଆହାର ସମିତିର ସଭାପତିଙ୍କୁ ଅବଗତ କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି। ରାଜ୍ୟରେ ୧୬୭ଟି ଆହାର କେନ୍ଦ୍ର ରହିଛି। ସେଥିରୁ ୮୨ଟି ଡାକ୍ତରଖାନା ପରିସରରେ ଅଛି। ସେଥିମଧ୍ୟରୁ ୫୮ ଟିରେ ରାତିରେ ଖାଦ୍ୟ ପରିବେଷଣ ସୁବିଧା ରହିଛି। ଏସବୁ ଆହାର କେନ୍ଦ୍ରଗୁଡ଼ିକ ଯୋଗୁ ଡାକ୍ତରଖାନାକୁ ଆସୁଥିବା ରୋଗୀଙ୍କର ପରିବାର ଲୋକ କିମ୍ବା ଆଟେଣ୍ଡାଣ୍ଟମାନେ ଉପକୃତ ହୋଇଥାଆନ୍ତି। ଏହି ୮୨ଟି କେନ୍ଦ୍ରରେ ଦୈନିକ ହାରାହାରି ୪୮ ହଜାର ଲୋକ ଉପକୃତ ହେଉଛନ୍ତି। ତେବେ ରବିବାର ଏହି ଆହାର କେନ୍ଦ୍ରଗୁଡ଼ିକ ବନ୍ଦ ରହୁଥିବାରୁ ରୋଗୀଙ୍କ ପରିବାର ଲୋକ ବା ଆଟେଣ୍ଡାଣ୍ଟମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ସମ୍ପର୍କରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଶାଳିନୀ ପଣ୍ଡିତ ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏଥିସହ ଡାକ୍ତରଖାନାରେ ଥିବା ଆହାର କେନ୍ଦ୍ରଗୁଡ଼ିକୁ ରବିବାର ଖୋଲା କରିବାକୁ ଅନୁରୋଧ କରିଥିଲେ। ସରକାରୀ ଡାକ୍ତରଖାନାକୁ ରୋଗୀମାନେ ସବୁଦିନ ଆସୁଥିବାରୁୁ ସପ୍ତାହରେ ୬ ଦିନ ପରିବର୍ତ୍ତେ ୭ ଦିନ ଆହାର କେନ୍ଦ୍ର ଖୋଲା ରଖିବା ଉପରେ ଧ୍ୟାନ ଦେବାକୁ କହିଥିଲେ। ବିଭିନ୍ନ ଦିଗରୁ ବିଚାରକୁ ନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ରବିବାର ମଧ୍ୟ ସେହିସବୁ ଆହାର କେନ୍ଦ୍ରଗୁଡ଼ିକୁ ଖୋଲା ରଖିବା ନିମନ୍ତେ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri