Posted inଜାତୀୟ

ନିର୍ବାଚନ ଘୋଷଣା ହେଉ ହେଉ ଜମ୍ମୁ କଶ୍ମୀରରେ ହାଇ ଆଲର୍ଟ, ବଡ଼ ଆତଙ୍କବାଦୀ ଆକ୍ରମଣ ସୂଚନା

ଶ୍ରୀନଗର,୨୩।୮: ଜମ୍ମୁ କଶ୍ମୀରରେ ବହୁତ ଶୀଘ୍ର ନିର୍ବାଚନ ହେବାକୁ ଯାଉଛି। ଏହାରି ଭିତରେ ଶୁଣିବାକୁ ମିଳୁଛି ଯେ, ଆତଙ୍କବାଦୀ ଜମ୍ମୁର ପୋଲିସ ଷ୍ଟେଶନ, କିଛି ସୁରକ୍ଷା ସ୍ଥଳୀ ଉପରେ ଆକ୍ରମଣ କରିବାକୁ ଯାଉଛନ୍ତି। ସିକ୍ରେଟ ଇନପୁଟଙ୍କୁ ଏନେଇ ଖବର ମିଳିବା ପରେ ସୁରକ୍ଷା ଏଜେନ୍ସିମାନେ ଆଲର୍ଟ ହୋଇଯାଇଛନ୍ତି।

ତେବେ ଆକ୍ରମଣକୁ ଦୃଷ୍ଟିରେ ରଖି ରାଜୋରି, ପୁଛ, କଠୁଆ ଓ ଡୋଡୋରେ ସୁରକ୍ଷା ବଳ ବଢାଇ ଦିଆଯାଇଛି। ସମ୍ବେଦନଶୀଳ ସ୍ଥାନ ଉପରେ କଡା ନଜର ରଖାଯାଇଛି। ଏଜେନ୍ସିଙ୍କୁ ସୂଚନା ମିଳିଛି କି, ଲମ୍ବା ସମୟ ପରେ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ଏହାକୁ ପ୍ରଭାବିତ କରିବା ପାଇଁ ଆତଙ୍କବାଦୀମାନେ ଆକ୍ରମଣ କରିବା ପାଇଁ ରଣନୀତି ପ୍ରସ୍ତୁତ କରୁଛନ୍ତି। କହିରଖୁଛୁ କି, ଚଳିତ ବର୍ଷ ସୁରକ୍ଷା ବଳ ଜମ୍ମୁ କଶ୍ମୀରରେ ୩୩ ଆତଙ୍କବାଦୀଙ୍କୁ ନିହତ କରିଥିଲେ।

ସୂଚନାଥାଉ କି, ଜମ୍ମୁ କଶ୍ମୀରରେ ୨୦୧୪ ପରେ ପ୍ରଥମ ଥର ବିଧାନସଭା ନିର୍ବାଚନ ହେବାକୁ ଯାଉଛି। କେନ୍ଦ୍ର ଶାସିତ ପ୍ରଦେଶ ହେବା ପରେ ଏଠାରେ ପ୍ରଥମ ଥର ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଠି ୯୦ ବିଧାନସଭା ଆସନରେ ମତଦାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଶରଦ ପାୱାରଙ୍କୁ ଝଟ୍‌କା ଦେଲେ ସୁପ୍ରିମକୋର୍ଟ: ଅଜିତଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଶରଦ ପାୱାରଙ୍କୁ ଏକ ବଡ ଝଟ୍‌କା ଲାଗିଛି। ଅଜିତ ପାୱାରଙ୍କୁ ଘଣ୍ଟା ନିର୍ବାଚନ ପ୍ରତୀକ ବ୍ୟବହାର ନ କରିବା...

ପ୍ରାର୍ଥିପତ୍ର ଦାଖଲ କଲେ କଳ୍ପନା, ହେଲେ…

ରାଞ୍ଚି,୨୪।୧୦: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ ତଥା ଜେଏମଏମ ସୁପ୍ରିମୋ ଶିବୁ ସୋରେନଙ୍କ ବୋହୂ କଳ୍ପନା ସୋରେନ ମାତ୍ର କିଛି ମାସ ପୂର୍ବରୁ ରାଜନୀତିରେ...

ସଲମାନଙ୍କୁ ୫ କୋଟି ଟଙ୍କାର ଧମକ ଦେଇ ପରିବା ବାଲା ଗିରଫ

ମୁମ୍ବାଇ,୨୪।୧୦: ମୁମ୍ବାଇ ପୋଲିସ ଜାମସେଦପୁରରୁ ଜଣେ ପରିବା ବିକାଳିଙ୍କୁ ଗିରଫ କରିଛି ଯିଏ ବଲିଉଡ ଅଭିନେତା ସଲମାନ ଖାନଙ୍କୁ ଧମକ ଦେଇ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ...

ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେଇ ସ୍ବଦେଶ ଫେରିଲେ ମୋଦି

ନୂଆଦିଲ୍ଲୀ,୨୪।୧୦: ୧୬ତମ ବ୍ରିକ୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଋଷିଆ ଗସ୍ତ ସାରି ସ୍ବଦେଶ ଫେରିଛନ୍ତି। ରୁଷିଆର କାଜାନ ସହରରେ ଅନୁଷ୍ଠିତ...

ସ୍ବାମୀଙ୍କୁ ହିଞ୍ଜଡ଼ା କହିବା ମାନସିକ ନିଷ୍ଠୁରତା: ହାଇକୋର୍ଟ

ଚଣ୍ଡିଗଡ଼,୨୪ା୧୦(ପି.ଟି.): ସ୍ବାମୀଙ୍କୁ ହିଞ୍ଜଡ଼ା କହିବା ମାନସିକ ନିଷ୍ଠୁରତା ବୋଲି ପଞ୍ଜାବ ଓ ହରିୟାଣା ହାଇକୋର୍ଟ କହିଛନ୍ତି। ଜଣେ ସ୍ବାମୀଙ୍କ ସପକ୍ଷରେ ପରିବାର ଅଦାଲତ ଜୁଲାଇରେ ଛାଡ଼ପତ୍ର...

ମହାବିକାଶ ଆଘାଡିରେ ଛିଡିଲା ଭାଗବଣ୍ଟା; ଏତିକି ଏତିକି ଆସନରେ ଲଢ଼ିବେ ସମସ୍ତ ଦଳ

ମୁମ୍ବାଇ,୨୩।୧୦:  ମହାରାଷ୍ଟ୍ର ନିର୍ବାଚନ ପାଇଁ ଆଉ କିଛି ସମୟ ବାକି ଅଛି ଏବଂ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ଆରମ୍ଭ ହୋଇଛି। ସେପଟେ ରାଜ୍ୟରେ ବିରୋଧୀ...

୫ ବର୍ଷ ପରେ ମୋଦି-ଜିନ୍‌ପିଙ୍ଗ୍‌ଙ୍କ ମଧ୍ୟରେ ପ୍ରଥମ ଆଲୋଚନା

କାଜାନ,୨୩ା୧୦: ରୁଷିଆର କାଜାନ ସହରରେ ୧୬ତମ ବ୍ରିକ୍ସ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କ ମଧ୍ୟରେ ବୁଧବାର ଦ୍ୱିପାକ୍ଷିକ...

ରିଲାଏନ୍ସ ‘ସ୍ମାର୍ଟ ବଜାର ହୋଇଯିବ ‘ରାଶନ ଦୋକାନ’ ! ଏ ହେଉଛି ମୁକେଶ ଅମ୍ବାନୀଙ୍କ ବଡ଼ ପ୍ଲାନ୍‌ 

ନୂଆଦିଲ୍ଲୀ,୨୩।୧୦: ରାଶନ ଦୋକାନ/ଡିଲର୍‌ଙ୍କ ପାଖରେ ଶସ୍ତାରେ ଚିନି, ଡାଲି, ଗହମ ଏବଂ ଚାଉଳ ଭଳି ସାମଗ୍ରୀ ଉପଲବ୍ଧ ହୋଇଥାଏ। ଆଗାମୀ ଦିନରେ ଉଦ୍ୟୋଗପତି ମୁକେଶ ଅମ୍ବାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri