ଶୃଙ୍ଖଳିତ ଦର୍ଶନ ପାଇଁ ଲାଗିବ AI କ୍ୟାମେରା, ଟେଣ୍ଡର ପ୍ରକ୍ରିୟା ଆରମ୍ଭ

ପୁରୀ, ୧୪।୦୮: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଉନ୍ନତ ଜ୍ଞାନ କୌଶଳ ପ୍ରୟୋଗ କରାଯାଇ ଭିଡ଼ ନିୟନ୍ତ୍ରଣ କରାଯିବା ସହିତ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବାକୁ AI କ୍ୟାମେରା ଲଗାଯିବ। ଶ୍ରୀମନ୍ଦିର ଭିତର ବାହାର ବିଶେଷ କରି ଚାରିଦ୍ବାର ସହିତ ଗୁମୁଟ, ବାଇଶି ପାହାଚ, କୀର୍ତ୍ତନ ଚକଡ଼ାରେ ଏହି ନୂତନ କ୍ୟାମେରା ଲଗାଯିବ। ଏନେଇ ସୂଚନା ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୂଚନା ଦେଇଛନ୍ତି।

ରାଜ୍ୟରେ ଭାଜପା ଦଳ ସରକାରକୁ ଆସିବା କ୍ଷଣି ପ୍ରଥମ ପଦକ୍ଷେପ ଭାବେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିଥିଲେ। ହେଲେ ଚାରିଦ୍ୱାର ଦେଇ ମନ୍ଦିର ଭିତରକୁ ଏକାଥରେ ଲୋକେ ପ୍ରବେଶ କରିବାରୁ ପ୍ରବଳ ଭିଡ଼ କାରଣରୁ ଦର୍ଶନ କରିବା ଲାଗି ଯାଉଥିବା ଭକ୍ତମାନେ ପ୍ରବଳ ଅସୁବିଧାର ସମ୍ମୁଖୀନ ହେଉଥିବା ଖବର ଆସିଥିଲା। ଏହାସହିତ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ପରେ ପୁରୀରେ ଭକ୍ତଙ୍କ ଭିଡ଼ ବଢ଼ିଚାଲିଛି। ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଶ୍ରଦ୍ଧାଳୁ ଶ୍ରୀଜୀଉଙ୍କୁ ଦର୍ଶନ କରି ଆଶୀର୍ବାଦ ନେଉଛନ୍ତି। ମନ୍ଦିର ବାହାରେ ଲାଗୁଥିବା ଲାଇନରୁ ଆଶ୍ୱସ୍ତି ମିଳିଛି। କିନ୍ତୁ ମନ୍ଦିର ଭିତରେ ଭିଡ଼ ନିୟନ୍ତ୍ରଣ ପାଇଁ ବିଶେଷ ବ୍ୟବସ୍ଥା ନ ଥିବାରୁ ଶ୍ରଦ୍ଧାଳୁ ହଇରାଣ ହୋଇଥିଲେ।

ସ୍ଥିତି ଅଧିକ ଖରାପ ହେବାରୁ ଭିଡ଼ ନିୟନ୍ତ୍ରଣ ପାଇଁ ଅଧିକ ୮ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିଲେ। ଏହା ସହିତ ଆଇନଶୃଙ୍ଖଳା ଏଡିଜି ଏବଂ ଗୋଇନ୍ଦା ନିର୍ଦ୍ଦେଶକ ନିଜେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରିଥିଲେ। ସୂତ୍ରରୁ ପ୍ରକାଶ ଯେ ସାଧାରଣ ଦିନରେ ପ୍ରାୟ ୫୦,୦୦୦ ଭକ୍ତ ଦୈନନ୍ଦିନ ଆସୁଥିବା ବେଳେ ଶୁକ୍ରବାର ଦିନ ଏହି ସଂଖ୍ୟା ଦିନକୁ ୨ ଲକ୍ଷରୁ ଅଧିକ ହୋଇଯାଇଥିଲା। ତେବେ ୨୦୨୦ ରୁ ବନ୍ଦ ସାଧାରଣ ଭକ୍ତଙ୍କ ପାଇଁ ବନ୍ଦ ଥିବା ଚାରିଦ୍ୱାର ଖୋଲିବାର ଗୋଟିଏ ଦିନ ପରେ ଏହି ଘଟଣା ଘଟିଥିଲା। ତେଣୁ ସ୍ଥିତିକୁ ଦେଖି ସରକାର ନୂତନ ଜ୍ଞାନକୌଶଳ ମାଧ୍ୟମରେ ଭିଡ଼ ନିୟନ୍ତ୍ରଣ କରିବାକୁ ଯୋଜନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri