Posted inଜାତୀୟ

ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ଲିଷ୍ଟ ଜାରି କଲା ଏଆଇଏଡିଏମକେ

ଚେନ୍ନାଇ,୨୦।୩: ଲୋକ ସଭା ନିର୍ବାଚନର ତାରିଖ ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗ। ଗତଥର ପରି ଏଥର ମଧ୍ୟ ସାତୋଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟ ଏପ୍ରିଲ ୧୯ରେ ଅନୁଷ୍ଠିତ ହୋଇଥିବାବେଳେ ସପ୍ତମ ପର୍ଯ୍ୟାୟ ପାଇଁ ଭୋଟ ଜୁନ ୧ ରେ ହେବ। ପ୍ରଥମ ପର୍ଯ୍ୟାୟରେ ତାମିଲନାଡୁର ୩୯ଟି ଆସନରେ ଭୋଟ ଗ୍ରହଣ କରାଯିବ। ଏହି ସମୟରେ, ଏଆଇଏଡିଏମକେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ୧୬ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି।

ଏହି ଦଳ ଚେନ୍ନାଇ ଦକ୍ଷିଣ ଆସନରୁ ଜୟବର୍ଦ୍ଧନ, ଉତ୍ତର ଚେନ୍ନାଇର ରୋୟାପୁରମ ମନୋହରନ, କୃଷ୍ଣଗିରିରୁ ଜୟପ୍ରକାଶ, ଏରୋଡରୁ ଅଟଳ ଅଶୋକ କୁମାର, ଚିଦାମ୍ବରମରୁ ଚନ୍ଦ୍ରହସାନ, ମଦୁରାଇରୁ ସୌରଭନ, ନମକଲରୁ ତାମିଲ ମାନି, ଶାନକୀରୁ ଭି.ଡି ନାରାୟଣସାମୀ। ଏହା ବ୍ୟତୀତ, ଏଆଇଏଡିଏମକେ ସାଲେମ ଲୋକ ସଭା ଆସନରୁ ଭିଗ୍ନେଶ, ଭିଲୁପୁରାମରୁ ବକ୍କିରାଜ ଏବଂ ଆରାକୋନାମର ଏଲ ବିଜୟଙ୍କୁ ଟିକେଟ ଦେଇଛି।
ଦଳର ସାଧାରଣ ସମ୍ପାଦକ ଏଡପ୍ପାଦୀ କେ ପାଲାନିସ୍ପାମୀ କହିଛନ୍ତି ଯେ ଦଳ ମିଳିତ ମଞ୍ଚରେ ଡିଏମଡିଏମକେ ୫ଟି ଆସନରେ, ଏସଡିପିଆଇ ଗୋଟିଏ ଆସନରେ ଏବଂ ପୁଥିଆ ତାମିଲଗାମ ଟେନକାସୀ ନିର୍ବାଚନମଣ୍ଡଳୀରୁ ୧ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri