ଆବର୍ଜନା ଗଦାରେ ନିଆଁ ଲଗାଇ ବାୟୁ ପ୍ରଦୂଷଣ

ପଟ୍ଟାମୁଣ୍ଡାଇ,୧୨ା୧୨ (କଳ୍ପତରୁ ନାୟକ): ସହରର ସ୍ବଚ୍ଛ ଓ ସୁସ୍ଥ ପରିମଳ ପ୍ରତ୍ୟେକ ସ୍ବାୟତ ଶାସନ ସଂସ୍ଥାର ମୌଳିକ ଦାୟିତ୍ୱ। ଏ କ୍ଷେତ୍ରରେ ପଟ୍ଟାମୁଣ୍ଡାଇ ପୌରପାଳିକା କେବଳ ଆପରାଧିକ ଅବହେଳା କରୁନାହିଁ, ବରଂ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ତାଗିଦ୍‌କୁ ମଧ୍ୟ ବେଖାତିର କରାଯାଉଛି। ପଟ୍ଟାମୁଣ୍ଡାଇ ପୌର ପରିଷଦ କର୍ମଚାରୀମାନେ ସହରର ବିଭିନ୍ନ ସ୍ଥାନରେରେ ଅଳିଆ ଆବର୍ଜନା ପକାଇବା ସହିତ ରାତିରେ ନିଆଁ ଲଗାଇ ଜଳାଇ ଦେଉଛନ୍ତି। ଫଳରେ ସେଠାରେ ବସବାସ କରୁଥିବା ଲେକେ ବାୟୁ ପ୍ରଦୂଷଣର ଶିକାର ହେଉଛନ୍ତି। ପୌର ପରିଷଦର ଏହି ଆଭିମୁଖ୍ୟ ପାଇଁ ସହରାଞ୍ଚଳରେ ବସବାସ କରୁଥିବା ଲୋକଙ୍କ ମଧ୍ୟରେ ପ୍ରତିକ୍ରିୟା ପ୍ରକାଶ ପାଇଛି।
ସାମାଜିକ କର୍ମୀ ପ୍ରେମାନନ୍ଦ ପଣ୍ଡା କହିଛନ୍ତି, ପଟ୍ଟାମୁଣ୍ଡାଇ ପୌର ସଂସ୍ଥା ପକ୍ଷରୁ ବିଭିନ୍ନ ୱାର୍ଡରୁ ବାହାରୁଥିବା ଆବର୍ଜନା ସବୁକୁ ପଟ୍ଟାମୁଣ୍ଡାଇ କେନାଲ ବନ୍ଧର ବିଦ୍ୟୁତ୍‌ ଅଫିସ ନିକଟ ପୋଲ ପାଖ କଡ଼ରେ ପକାଯାଉଥିବାରୁ ସେଠାରେ ଗଦା ହୋଇ ରହି ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି କରୁଛି। ସେହି ରାସ୍ତା ଦେଇ ଲୋକମାନେ ନାକରେ କପଡ଼ା ଦେଇ ଯାଅଆସ କରୁଛନ୍ତି। ସଫେଇ ଦାୟିତ୍ୱରେ ଥିବା କର୍ମଚାରୀମାନେ ଡଷ୍ଟବିନ୍‌ରେ ପଡୁଥିବା ଅଳିଆ ସବୁ ଆଣି ରସ୍ତାକଡ଼ରେ ଫିଙ୍ଗି ଦେଉଛନ୍ତି। ୧୫ଦିନ ମାସେ ପରେ ସେହି ଅଳିଆ ଆବର୍ଜନାରେ ନିଆଁ ଲଗାଇ ପୋଡ଼ି ଦେଉଛନ୍ତି। ଅନନ୍ତ ଦାସ କହିଛନ୍ତି ପଟ୍ଟାମୁଣ୍ଡାଇ ପୌର ପରିଷଦର ପକ୍ଷରୁ କାନ୍ଥବାଡ଼ରେ ଅଳିଆକୁ ବାହାରେ ନିଆଁ ଲଗାଇ ଜାଳିବା ଆଇନ ଅନୁଯାୟୀ ନିଷିଦ୍ଧ ବୋଲି ଲେଖି ବିଜ୍ଞାପନ କରୁଛନ୍ତି। ହେଲେ ପୌର କର୍ମଚାରୀଙ୍କ ଦ୍ୱାରା କୁଢ଼ କୁଢ଼ ଅଳିଆ ପୋଡ଼ା ଯାଉଥିବା ମଙ୍ଗଳବାର ସନ୍ଧ୍ୟା ବିଦ୍ୟୁତ କାର୍ଯ୍ୟାଳୟ ପାଖ କେନାଲ କଡ ବାଇପାସ ରାସ୍ତାରେ ଦେଖିବାକୁ ମିଳିଛି। ଫଳରେ ଆବର୍ଜନାରୁ ବିଷାକ୍ତ ଧୁଆଁ ବାହାରି ପରିବେଶ ପ୍ରତି ବିପଦ ସୃଷ୍ଟିି କରୁଛି। କାନ୍ଥବାଡ଼ରେ ସ୍ବଚ୍ଛ ପରିମଳ ପାଇଁ ବିଭିନ୍ନ ନିୟମ ପାଳନ କରିବାକୁ ଅର୍ଥ ଖର୍ଚ୍ଚ କରି ବହୁ ସଚେତନତାର ବାର୍ତ୍ତା ଲେଖାଯାଉଛି। ଉଲ୍ଲଂଘନକାରୀଙ୍କୁ ଜାତୀୟ ସବୁଜ ପ୍ରାଧିକରଣଙ୍କ ଦ୍ୱାରା ୫ରୁ ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ ବୋଲି ଦର୍ଶାଯାଇଛି। ହେଲେ ଖୋଦ୍‌ ଉକ୍ତ ନିୟମକୁ ପାଳନ ନ କରି ପୌର ପରିଷଦ ଆଇନର ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ବୁଦ୍ଧିଜୀବୀ ପ୍ରବିର ନାୟକ କହିଛନ୍ତି, ପଟ୍ଟାମୁଣ୍ଡାଇ ମ୍ୟୁନିସିପାଲିଟିର ୨୦ଟି ୱାର୍ଡକୁ ନେଇ ଗଠିତ। ଏହି ପୌରାଞ୍ଚଳରେ ବେସରକାରୀ ଭାବେ ଲୋକସଂଖ୍ୟା ପ୍ରାୟ ୪୫ ହଜାରରୁ ଊର୍ଦ୍ଧ୍ୱ ଛୁଇଁଲାଣି। ପ୍ରତ୍ୟହ ସହରରୁ ଅତି କମ୍‌ରେ ୫୦ଟନ ଆବର୍ଜନା ବାହାରୁଛି। ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅନୁସାରେ ପୌରାଞ୍ଚଳ ଆବର୍ଜନାର ପରିଚାଳନା ପାଇଁ ମାକ୍ରୋ କମ୍ପୋଷ୍ଠ କେନ୍ଦ୍ର ମାଟିଆ ଓ କଷଣଅଣ୍ଟାରେ ପ୍ରତିଷ୍ଠା କରିଛନ୍ତି। ମ୍ୟୁନିସିପାଲିଟି ସହରର ୨୦ଟି ଯାକ ୱାର୍ଡର ଆବର୍ଜନା ଉଠାଇବା ଦାୟିତ୍ୱ ଚନ୍ଦନ ସିକ୍ୟୁରିଟ ସର୍ଭିସ ନାମକ ଏକ ବେସରକାରୀ ସଂସ୍ଥାକୁ ଠିକା ଦେଇଛି। ସମ୍ପୃକ୍ତ ଠିକା ସଂସ୍ଥା ସହରର ଆବର୍ଜନା ଏଣେତେଣେ ଗଦା କରିବା ସହ ବଡ଼ ଅଂଶ ବିଦ୍ୟୁତ୍‌ ଅଫିସ କେନାଲ ବନ୍ଧରେ ଜମା କରୁଛି। କିନ୍ତୁ କମ୍ପୋଷ୍ଠ କେନ୍ଦ୍ରଠାରେ ବର୍ଜ୍ୟବସ୍ତୁର ଉପଯୁକ୍ତ ପରିଚାଳନା ନ କରି ରାତି ଅଧିଆ ସେଠାରେ ନିଆଁ ଲଗାଇ ଦିଆଯାଉଛି। ଆଇନଜୀବୀ ପ୍ରମୋଦ ସାହୁ କହିଛନ୍ତି, ପରିମଳ ବ୍ୟବସ୍ଥା ପାଇଁ ନିୟୋଜିତ ଠିକାସଂସ୍ଥାକୁ ସରକାରୀ ଭାବେ ମାସକୁ ପ୍ରାୟ ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଦିଆଯାଉଛି। ଏହାବାଦ ରାସ୍ତାକଡ଼ରୁ ମଇଳା ନ ଉଠିବା, ଡ୍ରେନ୍‌ ସଫା ନ ହେବା ଯୋଗୁ ମଶାଙ୍କ ପ୍ରାର୍ଦୁଭାବ ଚରମସୀମାରେ ପହଞ୍ଚତ୍ଛି। ପୌର ପରିଷଦ ପକ୍ଷରୁ ନିୟୋଜିତ ସଂସ୍ଥା ଦ୍ୱାରା କୌଣସି ମଶାମରା ଔଷଧ ବ୍ୟବହାର ହେଉନାହିଁ। ପ୍ରାୟ ୬ମାସ ହେବ ସହରର ଅଧିକାଂଶ ଡ୍ରେନ ସଫା ହୋଇନାହିଁ। ଡ୍ରେନରେ ଆବଶ୍ୟକ ମଶା ତେଲ ସିଞ୍ଚନ କରାଯାଉନାହିଁ। ଏଥିପାଇଁ ଆସୁଥିବା ଅନୁଦାନକୁ ଠିକା ସଂସ୍ଥା ଓ ପୌର କର୍ତ୍ତୃପକ୍ଷ ମିଳିମିଶି ଚଳୁ କରୁଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହେଉଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ଅଜିତ ନାରାୟଣ ଗିରିଙ୍କୁ ପଚାରିବାରେ ଅଳିଆ ଗଦାରେ ନିଆଁ  ଲଗାଇବା ଘଟଣା ଉପରେ ତଦନ୍ତ କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଶାଧୂପରୁ ଶ୍ୱାସରୁଦ୍ଧ ହୋଇ ମା’-ଝିଅ ସମେତ ୩ ଅସୁସ୍ଥ

ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡା ପଞ୍ଚାୟତ ଅଧୀନ ଦକ୍ଷିଣପାରି ଗ୍ରାମରେ ମଶାଧୂପରେ ଶ୍ୱାସରୁଦ୍ଧ ହୋଇ ମା-ଝିଅ ସମେତ ୩ଜଣ ଅସୁସ୍ଥ ହୋଇଛନ୍ତି।...

କୋରାପୁଟରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ, ବାଦ୍ୟର ତାଳେ ତାଳେ ଝୁମିଲେ…

କୋରାପୁଟ,୨୭ା୧୦(ଅମିତାଭ ବେହେରା): ରବିବାର କୋରାପୁଟ ଜିଲାର ସେମିଲିଗୁଡା ବ୍ଲକର ଦୁଧାରୀ ଗ୍ରାମର ମା’ ମାଉଲିମା ମନ୍ଦିରରୁ ପୂଜାର୍ଚ୍ଚନା ପରେ ଅନୁଷ୍ଠାନିକ ଭାବେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ...

ଠେକୁଆ ଦେଖାଇବେ କହି ୭ବର୍ଷର କୁନି ଝିଅକୁ ବଳାତ୍କାର କଲେ ଜେଜେ ବୟସର  ବ୍ୟକ୍ତି: ମାଡ଼ି ବସିଲା ପୋଲିସ 

ଯାଜପୁର,୨୭।୧୦: ଯାଜପୁର ବରୀ-ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାରର ହୋଇଥିଲ। ଘଟଣାର ୪ ଦିନ ପରେ ଅଭିଯୁକ୍ତ କାଳିଆ ପରିଡାଙ୍କୁ ପୋଲିସ ଗିରଫ...

ସାନଖେମୁଣ୍ଡିରେ ଅନାସ୍ଥାକୁ ନେଇ ରାଜନୈତିକ ଛକାପଞ୍ଝା, ନାଏବ ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼

ଦିଗପହଣ୍ଡି,୨୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ସରପଞ୍ଚ ବର୍ଷା ସେଠୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ କେନ୍ଦ୍ରକରି ୨ ଗୋଷ୍ଠୀ ମଧ୍ୟରେ...

ସାଳନ୍ଦୀ-ନାଳିଆ ନଦୀରେ ବନ୍ୟା, ୬ ହଜାର ଲୋକ ପାଣିଘେରରେ

ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ବାତ୍ୟା ଦାନା ପରେ ସାଳନ୍ଦୀ ଓ ନାଳିଆ ନଦୀରେ ବନ୍ୟା ଆସିଛି। ଯାହାଫଳରେ ଭଦ୍ରକ ଜିଲା ତିହଡ଼ି ବ୍ଲକ ଅଧୀନ ବିଲଣା ଓ...

ମଦ ପିଇବା ପାଇଁ ସ୍ତ୍ରୀଙ୍କୁ ଟଙ୍କା ମାଗିଲେ ସ୍ବାମୀ, ନ ଦେବାରୁ ନେଲେ ଏମିତି ପଦକ୍ଷେପ…

ତୁମୁଡ଼ିବନ୍ଧ,୨୭ା୧୦(ଦୀପକ କୁମାର ପରାସେଠ): ନୃଶଂସ ସ୍ବାମୀଙ୍କର ଅମାନୁଷିକ କାଣ୍ଡ। ମଦ୍ୟପାନ ପାଇଁ ସ୍ବାମୀ ଟଙ୍କା ମାଗିବା ପରେ ସ୍ତ୍ରୀ ଟଙ୍କା ନ ଦେବାରୁ ଛୁରିରେ ସ୍ତ୍ରୀଙ୍କ...

ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ୫ ବର୍ଷୀୟା ଝିଅଙ୍କ ମୃତ୍ୟୁ ଅଭିଯୋଗ

ଝରିଗାଁ,୨୭।୧୦(କିଶୋର ଚନ୍ଦ୍ର ମଣ୍ତଳ)ନବରଙ୍ଗପୁରରୁ ଭୁବନେଶ୍ୱର ଯାଇ କାମ କରୁଥିବା ଏକ ଦମ୍ପତିଙ୍କ ୫ ବର୍ଷୀୟା ଝିଅ ଶୁକ୍ରବାର ଏକ ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ପ୍ରାଣ...

ବିଜେଡି ବିଧାୟକଙ୍କୁ ଅଣଦେଖା: ଗଣେଶ୍ୱର

କେନ୍ଦ୍ରାପଡ଼ା,୨୭ା୧୦(ଜଗନ୍ନାଥ ଧଳ)ବାତ୍ୟା ‘ଦାନା’ ପ୍ରଭାବରେ କ୍ଷୟକ୍ଷତିର ଆକଳନ ଚାଲିଛି। ଏହି ସମୟରେ ଶାସକ ଓ ବିରୋଧୀ ଦଳର କଳି ଆରମ୍ଭ ହୋଇଛି। ବାତ୍ୟା ପରିଚାଳନାରେ ଶାସକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri