Posted inଜାତୀୟ

ଅଜିତ ଡୋଭାଲ ହାଜିର ହୋ…ଭାରତୀୟ ‘ଜେମ୍ସ ବଣ୍ଡ’ଙ୍କ ବିରୋଧରେ କେଉଁ କୋର୍ଟ ଜାରି କଲା ସମନ?

ନୂଆଦିଲ୍ଲୀ,୧୯।୯: ନ୍ୟୁୟର୍କର ଦକ୍ଷିଣ ଜିଲାର ଆମେରିକାର ଜିଲା କୋର୍ଟ ଭାରତ ସରକାରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ପୂର୍ବତନ ର ମୁଖ୍ୟ ସାମନ୍ତ ଗୋୟଲଙ୍କୁ ଡକାଇଛନ୍ତି। ଖଲିସ୍ତାନ ସମର୍ଥକ ସଂଗଠନ ଶିଖ ଫର ଜଷ୍ଟିସ ଗୁରୁପତଓ୍ବନ୍ତ ସିଂ ପନ୍ନୁଙ୍କୁ ହତ୍ୟା ଉଦ୍ୟମ ସଂପର୍କରେ ତାଙ୍କୁ ସମନ ଜାରି କରାଯାଇଛି। ଏକ ଆମେରିକୀୟ ଅଦାଲତ ଭାରତ ସରକାର ଏବଂ ବରିଷ୍ଠ ଅଧିକାରୀଙ୍କୁ ଡକାଇବା ଉପରେ କେନ୍ଦ୍ର ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ବୈଦେଶିକ ସଚିବ ବିକ୍ରମ ମିଶ୍ରି ଏକ ବିବୃତ୍ତିରେ କହିଛନ୍ତି ଯେ ଆମେ ଯେପରି ପୂର୍ବରୁ କହିଛୁ, ଏହା ସମ୍ପୂର୍ଣ୍ଣ ଅନ୍ୟାୟ ଏବଂ ଭିତ୍ତିହୀନ ଅଭିଯୋଗ। ବର୍ତ୍ତମାନ ଯେହେତୁ ଏହି ନିର୍ଦ୍ଦିଷ୍ଟ ମାମଲା ପଞ୍ଜୀକୃତ ହୋଇଛି, ମୁଁ କେବଳ ଏହି ନିର୍ଦ୍ଦିଷ୍ଟ ମାମଲା ପଛରେ ଥିବା ବ୍ୟକ୍ତିଙ୍କ ପ୍ରତି ଦୃଷ୍ଟି ଦେବାକୁ ଚାହୁଁଛି, ଯାହାର ଇତିହାସ ସମସ୍ତଙ୍କୁ ଜଣା।

ସେ କହିଛନ୍ତି, ’ମୁଁ ଏହା ମଧ୍ୟ କହିବାକୁ ଚାହେଁ ଯେ ଏହି ବ୍ୟକ୍ତି ପ୍ରତିନିଧିତ୍ୱ କରୁଥିବା ସଂଗଠନ ଏକ ବେଆଇନ ସଂଗଠନ। ଯାହା ୧୯୬୭ର ବେଆଇନ କାର୍ଯ୍ୟକଳାପ ନିବାରଣ ଅଧିନିୟମ ଅନୁଯାୟୀ ଘୋଷିତ ହୋଇଛି। ଭାରତର ସାବଭୌମତ୍ୱ ତଥା ଆଞ୍ଚଳିକ ଅଖଣ୍ଡତାକୁ ଭଣ୍ଡୁର କରିବା ଉଦ୍ଦେଶ୍ୟରେ ଜାତୀୟ ବିରୋଧୀ ତଥା ବିଦ୍ରୋହୀ କାର୍ଯ୍ୟକଳାପରେ ଜଡିତ ଥିବାରୁ ଏହା କରାଯାଇଛି।
ସୂଚନାଯୋଗ୍ୟ, ନ୍ୟୁୟର୍କର ଦକ୍ଷିଣ ଜିଲାର ଆମେରିକାର ଜିଲା କୋର୍ଟ ଭାରତ ସରକାର, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ପୂର୍ବତନ ଆରଏଚ ମୁଖ୍ୟ ସାମନ୍ତ ଗୋୟଲଙ୍କୁ ଡକାଇଥିଲେ। ହତ୍ୟା ମାମଲାରେ ଦୁଇ ଅଭିଯୁକ୍ତ ନିଖିଲ ଗୁପ୍ତା ଏବଂ ବିକ୍ରମ ଯାଦବଙ୍କୁ ମଧ୍ୟ ସମନ ପଠାଯାଇଛି। ନ୍ୟୁୟର୍କରେ ପନ୍ନୁଙ୍କୁ ହତ୍ୟା ଷଡଯନ୍ତ୍ରରେ ସମ୍ପୃକ୍ତ ଥିବାରୁ ଆମେରିକା ସରକାରଙ୍କ ଅନୁରୋଧ କ୍ରମେ ନିଖିଲ ଗୁପ୍ତା ଗତ ବର୍ଷ ଚେକ ଗଣତନ୍ତ୍ରରେ ଗିରଫ ହୋଇଥିଲେ। ତାଙ୍କୁ ଚଳିତ ବର୍ଷ ଜୁନରେ ଚେକ ରିପବ୍ଲିକରୁ ଆମେରିକାରେ ପ୍ରତ୍ୟର୍ପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜୀକୃତ ଡାକ୍ତର ତାଲିକାରୁ ବାଦ୍‌ ପଡିଲେ ସନ୍ଦୀପ୍‌ ଘୋଷ

କୋଲକାତା,୧୯ା୯: ପଶ୍ଚିମବଙ୍ଗ ମେଡିକାଲ କାଉନ୍‌ସିଲ (ଡବ୍ଲ୍ୟୁବିଏମ୍‌ସି) ଗୁରୁବାର ଆର୍‌.ଜି. କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷଙ୍କ ପଞ୍ଜୀକରଣକୁ ବାତିଲ କରିଦେଇଛି। ପଞ୍ଜୀକୃତ ଡାକ୍ତର...

ଗୋଟିଏ ଦିନ ରାହୁଲ ଗାନ୍ଧୀ ହେବାକୁ ଚାହେଁ: କାହିଁକି ଏଭଳି କହିଲେ ବନସୁରୀ ସ୍ବରାଜ

ନୂଆଦିଲ୍ଲୀ,୧୯।୯: ଅରବିନ୍ଦ କେଜରିଓ୍ବାଲଙ୍କ ଇସ୍ତଫା ପରେ ଚର୍ଚ୍ଚାରେ ଦିଲ୍ଲୀ ରାଜନୀତି। ଅରବିନ୍ଦଙ୍କ ଇସ୍ତଫା ଏବଂ ଅତିଶୀ ଦିଲ୍ଲୀର ନୂଆମୁଖ୍ୟ ମନ୍ତ୍ରୀ ହେବାକୁ ନେଇ ସ୍ବର୍ଗତ ସୁଷମା...

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା...

ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!

ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି...

ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା...

ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରାସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାରର

ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରାସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା...

କୋଲକାତା ବଳାତ୍କାର-ହତ୍ୟା ଘଟଣାର ଆଉ ଏକ ନୂଆ ତଥ୍ୟ ଆସିଲା ସାମ୍ନାକୁ! ଦୁଇ ଦିନ ପର୍ଯ୍ୟନ୍ତ ଜବତ ହୋଇ ନ ଥିଲା…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ପରେ ହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ନୂଆ...

ରାହୁଲଙ୍କୁ କାହିଁକି ଭାଇରସ ବୋଲି କହିଲେ ମୋଦି

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ୨୫ସେପ୍ଟେମ୍ବର ୨୦୨୪ରେ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୟ ଶେରାୱାଲି କହି ରାଲିରେ ନିଜର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri