Posted inଜାତୀୟ

ନିଜ ସରକାର ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କଲେ ଅଜିତ ପାଓ୍ବାର, ମହାରାଷ୍ଟ୍ର ରାଜନୀତିରେ ବଡ଼ ହଲଚଲ

ମୁମ୍ବାଇ,୨୯।୮: ସିନ୍ଧୁ ଦୁର୍ଗରେ ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତିର ଭାଙ୍ଗିଯିବା ଘଟଣାରେ ମହାରାଷ୍ଟ୍ର ରାଜନୀତି ସରଗରମ ଅଛି। କ୍ଷମତାସୀନ ସରକାର ଓ ବିରୋଧୀଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଲାଗି ରହିଛି। ଶିବାଜୀଙ୍କ ମୂର୍ତ୍ତି ଭାଙ୍ଗିଯିବାକୁ ନେଇ ବିରୋଧୀ କ୍ଷମତାସୀନ ଭାଜପା-ଶିବସେନା-ଏନସିପି ମେଣ୍ଟ ସରକାରକୁ ଟାର୍ଗେଟ କରୁଛି। ତେବେ ଏହାରି ଭିତରେ ମହାରାଷ୍ଟ୍ର ଡେପୁଟି ସିଏମ ଅଜିତ ପାୱାର ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତ, ଏଥିପାଇଁ ମୁଁ ମହାରାଷ୍ଟ୍ରର ୧୩କୋଟି ଲୋକଙ୍କୁ କ୍ଷମା ମାଗୁଛି। ଛତ୍ରପତି ଶିବାଜୀ ମହାରାଜ ଆମର ଭଗବାନ। ଗୋଟିଏ ବର୍ଷ ମଧ୍ୟରେ ଏହିପରି ତାଙ୍କର ପ୍ରତିମା ଭାଙ୍ଗିଯିବା ସମସ୍ତଙ୍କୁ ଚକିତ କରିଛି।

ସେ କହିଛନ୍ତି, ଗତ ବର୍ଷ ନୌସେନା ଦିବସରେ ମାଲୱାନର ରାଜକୋଟ ଦୁର୍ଗରେ ମହାରାଷ୍ଟ୍ରର ଆଇକନ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରାଯାଇଥିଲା। ମହାରାଷ୍ଟ୍ରର ସେହି ପ୍ରତିମୂର୍ତ୍ତିର ପତନ ଘଟଣା ମୋ ପାଇଁ ଅତ୍ୟନ୍ତ ଦୁଖଦାୟକ। ସରକାରଙ୍କ ଅଂଶ ଭାବରେ ମୁଁ ସର୍ବସାଧାରଣରେ କ୍ଷମା ପ୍ରାର୍ଥନା କରୁଛି।

ମହାରାଜଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବା ସମୟରେ ଭୌଗାଳିକ ଅବସ୍ଥା ଏବଂ ଜଳବାୟୁ ଭଳି ଗୁରୁତ୍ୱପୂର୍ଣ୍ଣ ଦିଗଗୁଡିକ ଅଧ୍ୟୟନ କରାଯାଇଥିଲା କି ବୋଲି ସେ ପ୍ରଶ୍ନ ଉଠାଇଛନ୍ତି। ଅଜିତ ପାୱାର କହିଛନ୍ତି, ଦୁର୍ଗରେ ଯଥାଶୀଘ୍ର ମହାରାଜାଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ। ଏଥିସହ ଅବହେଳିତ ବ୍ୟକ୍ତିଙ୍କ ବିରୋଧରେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ରାଜ୍ୟ ନିର୍ବାଚନର କିଛିମାସ ପୂର୍ବରୁ ମହାରାଷ୍ଟ୍ରର କ୍ଷମତାସୀନ ମେଣ୍ଟ ସରକାରଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଛି। ଅଜିତ ପାଓ୍ବାରଙ୍କ ଗୋଷ୍ଠୀ ଏନସିପି ଶିବାଜୀଙ୍କ ମୂର୍ତ୍ତିୀ ଭାଙ୍ଗିଯିବା ଘଟଣାର ନିନ୍ଦା କରିଛି। ଏଥିସହ ମୌନ ବିରୋଧ ପ୍ରଦର୍ଶନ ପାଇଁ ନିଷ୍ପତ୍ତି ନେଇଛି। ଅଜିତଙ୍କ ଦ୍ୱାରା ନିଜ ସରକାରଙ୍କ ବିରୋଧରେ ଖୋଲିଥିବା ମୋର୍ଚ୍ଚାକୁ ନେଇ ରାଜ୍ୟ ରାଜନୀତି ଉଠୁଛି ପଡୁଛି। ତେବେ ନିର୍ବାଚନ ପୂର୍ବରୁ ରାଜନୈତିକ ସମୀକରଣ ବଦଳିପାରେ ବୋଲି ମଧ୍ୟ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri