ଜେଇଇ(ଆଡଭାନ୍ସଡ)ରେ ଆକାଶ ବାଇଜୁସର ବାଜିମାତ

ଭୁବନେଶ୍ୱର,୧୯।୬: ଦେଶର ପ୍ରମୁଖ ଘରୋଇ କୋଚିଂ ସେଣ୍ଟର ତଥା ଟେଷ୍ଟ ପ୍ରସ୍ତୁତି କ୍ଷେତ୍ରରେ ଜାତୀୟ ସ୍ତରର ଅଗ୍ରଣୀ ଅନୁଷ୍ଠାନ ଆକାଶ ବାଇଜୁସ ଚଳିତ ବର୍ଷର ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସଡ ୨୦୨୩ରେ ବାଜିମାତ କରିଛି। ଏପରିକି ଶ୍ରେଷ୍ଠ ୧୦୦ ସ୍ଥାନରେ ଆକାଶ ବାଇଜୁସର ୧୭ ଜଣ ଛାତ୍ରୀଛାତ୍ର ସ୍ଥାନ ପାଇଛନ୍ତି। ଉଲ୍ଲେଖଯୋଗ୍ୟ ରବିବାର ଆଇଆଇଟି ଗୁଆହାଟୀ ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସଡ ୨୦୨୩ର ଫଳାଫଳ ଘୋଷଣା କରାଯାଇଛି। ଉକ୍ତ ଫଳାଫଳ ଅନୁଯାୟୀ ଆକାଶ ବାଇଜୁସର ଭୁବନେଶ୍ୱର ସେଣ୍ଟରରୁ ୪ ଛାତ୍ରୀଛାତ୍ର ଜେଇଇ(ଆଡଭାନ୍ସଡ)ରେ ବେଶ ପ୍ରଭାବୀ ପ୍ରଦର୍ଶନୀ ସହ ପ୍ରତିଷ୍ଠାନକୁ ଗର୍ବିତ କରିବା ସହିତ ସେମାନଙ୍କର ପିତାମାତା ଏବଂ ପ୍ରତିଷ୍ଠାନର ସମସ୍ତ କର୍ମଚାରୀଙ୍କୁ ଗର୍ବିତ କରିଛନ୍ତି।
ଉଲ୍ଲେଖଯୋଗ୍ୟ, ସେଣ୍ଟରର ଶ୍ରେଷ୍ଠ ସ୍କୋରଧାରୀ ମଧ୍ୟରେ ଅଲିଭ ସାହୁ ଏଆଇଆର ୩୨୬ ହାସଲ କରିଥିବାବେଳେ ପ୍ରତ୍ୟୁଷ ସ୍ବାଇଁ ଏଆଇଆର ୪୩୯ ଏବଂ ପ୍ରିୟଙ୍କା ସର ଏଆଇଆର ୬୨୧ ଓ ବରୁଣ ମିଶ୍ର ଏଆଇଆର ୯୮୧ ର଼୍ୟାଙ୍କ ହାସଲ କରିଛନ୍ତି।
ଏ ସମ୍ପର୍କରେ ଆକାଶ ଏଜୁକେଶନାଲ ସର୍ଭିସେସ ଲିମିଟେଡ (ଏଇଏସଏଲ)ର ରିଜିଓନାଲ ଡାଇରେକ୍ଟର ଅଜୟ ବାହାଦୁର ସିଂ କହିଛନ୍ତି, ଚଳିତ ଥରର ସଫଳ ଛାତ୍ରୀଛାତ୍ରଙ୍କୁ ସେମାନଙ୍କର ଅନନ୍ୟ ସଫଳତା ପାଇଁ ଅଭିନନ୍ଦନ ଜଣାଉଛୁ। ଏପରିକି ସେମାନଙ୍କ ସଫଳତା ସେମାନଙ୍କ କଠିନ ପରିଶ୍ରମ ଓ ଉତ୍ସର୍ଗୀକୃତ ପ୍ରୟାସ ତଥା ସେମାନଙ୍କ ପିତା ମାତାଙ୍କର ସମର୍ଥନକୁ ପ୍ରତିପାଦିତ କରୁଛି। ବିଶେଷ କରି ଆମେ ସେମାନଙ୍କୁ ସେମାନଙ୍କର ଭବିଷ୍ୟତ ପ୍ରୟାସଗୁଡିକ ନିମନ୍ତେ ସର୍ବକୁଶଳତା କାମନା କରୁଛୁ। ଉଲ୍ଲେଖଯୋଗ୍ୟ, ସମଗ୍ର ଦେଶରୁ ୧.୮ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ଜେଇଇ (ଆଡଭାନ୍ସଡ)୨୦୨୩ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା...

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର...

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri