Categories: ଜାତୀୟ

ଯୋଗୀଙ୍କ ବିରୋଧରେ ପ୍ରାର୍ଥୀ ଘୋଷଣା କଲେ ଅଖିଳେଶ

ଲକ୍ଷ୍ନୌ,୮।୨: ସମାଜବାଦୀ ପାର୍ଟି ଉତ୍ତରପ୍ରଦେଶ ନିର୍ବାଚନ ପାଇଁ ୨୪ଜଣ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛି। ଏଥିରେ ଗୋରଖପୁର (ସହରାଞ୍ଚଳ) ବିଧାନସଭା ନିର୍ବାଚନମଣ୍ଡଳୀରୁ ପୂର୍ବତନ ଭାଜପା ଉପସଭାପତି ସ୍ବର୍ଗତ ଉପେନ୍ଦ୍ର ଦତ୍ତ ଶୁକ୍ଳାଙ୍କ ସ୍ତ୍ରୀ ସ୍ବଭାବତୀ ଶୁକ୍ଳାଙ୍କୁ ଦଳ ପ୍ରାର୍ଥୀ କରିଛି। ସ୍ବଭାବତୀ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ଦଳ ପକ୍ଷରୁ କୁହାଯାଇଛି।

ଏପରି କି ସମାଜବାଦୀ ପାର୍ଟିର ନେତା ଅଖିଳେଶ ଯାଦବ ମୁବାରକପୁର ବିଧାନସଭା ଆସନରୁ ନିର୍ବାଚନ ଲଢ଼ିିବାକୁ ଦଳ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଅନ୍ୟପକ୍ଷେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପସ୍ଥିତିରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଫେବୃୟାରୀ ୪ରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଉତ୍ତରପ୍ରଦେଶରେ ୭ଟି ପର୍ଯ୍ୟାୟରେ ମତଦାନ ହେବ।

Share