ଅଲ କାଏଦାର ନୂଆ ମୁଖ୍ୟ ସୈଫ୍‌ ଆଦେଲ ଇରାନରେ ଲୁଚି ରହିଛନ୍ତି: ଆମେରିକା…

ଓ୍ବାଶିଂଟନ,୧୬।୨ : ସାରା ବିଶ୍ୱରେ ଆତଙ୍କ ବିସ୍ତାର କରୁଥିବା ଆତଙ୍କବାଦୀ ସଂଗଠନ ଅଲ-କାଏଦା ଏହାର ନୂତନ ମୁଖ୍ୟ ଚୟନ କରିଛି। ଗତ ବର୍ଷ ଜୁଲାଇରେ ଆମେରିକା ଦ୍ୱାରା ଡ୍ରୋନ ଷ୍ଟ୍ରାଇକରେ ଅଲ-କାଏଦା ମୁଖ୍ୟ ଆୟମାନ ଅଲ-ଜାବାହିରିଙ୍କୁ ହତ୍ୟା କରାଯିବା ପରେ ସୈଫ ଅଲ-ଆଦେଲଙ୍କୁ ନୂତନ ଦାୟିତ୍ୱ ଦିଆଯାଇଛି। ଆମେରିକାର ବୈଦେଶିକ ବିଭାଗ ଏ ସମ୍ପର୍କରେ ସୂଚନା ଦେଇଛି। ସୈଫ ଇରାନରେ ଲୁଚି ରହିଛି ଆତଙ୍କବାଦୀ କାର୍ଯ୍ୟକଳାପ ଜାରି ରଖିଛନ୍ତି। ମିଳିତ ଜାତିସଂଘ ପକ୍ଷରୁ ମଧ୍ୟ ଏ ସମ୍ପର୍କରେ ଏକ ରିପୋର୍ଟ ଜାରି କରାଯାଇଛି।

ସେ ୩୦ ବର୍ଷ ବୟସ୍କ ଥିବା ସମୟରେ ସୋମାଲିଆର ମୋଗାଦିସୁରେ ୧୯୯୩ରେ ଅପରେଶନ ବ୍ଲାକ ହକ ଡାଉନ କରିଥିଲେ। ଏହି ଅପରେଶନରେ ୧୯ ଜଣ ଆମେରିକୀୟ ସୈନିକ ନିହତ ହୋଇଥିଲେ। ଏହା ପରେ ସୈନିକମାନଙ୍କ ମୃତଦେହକୁ ରାସ୍ତାରେ ଟାଣି ନିଆଯାଇଥିଲା। ୨୦୧୧ ରେ ଓସାମା ବିନ ଲାଡେନଙ୍କ ହତ୍ୟା ପରଠାରୁ ସୈଫ ଅଲ-କାଏଦା ମଧ୍ୟରେ ଏକ ପ୍ରମୁଖ ରଣନୀତିଜ୍ଞ ହୋଇପାରିଥିବା ଗୁପ୍ତଚର ସଂସ୍ଥା ରିପୋର୍ଟରେ ଦର୍ଶାଯାଇଛି।

ସେ ମିଶରର ସେନାର ଜଣେ ପୂର୍ବତନ ଅଧିକାରୀ ଭାବରେ କାର୍ଯ୍ୟ କରିଛନ୍ତି। ସେ ନିଜକୁ ‘ନ୍ୟାୟର ଖଣ୍ଡା’ ବୋଲି ମଧ୍ୟ କହିଥାନ୍ତି। ଏଫବିଆଇ ତାଙ୍କୁ ମୋଷ୍ଟ ୱାଣ୍ଟେଡ ତାଲିକାରେ ରଖିଛି ଏବଂ ତାଙ୍କ ମୁଣ୍ଡ ଉପରେ ୧୦ ମିଲିୟନ ଡଲାରର ପୁରସ୍କାର ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରୁମରେ ମହିଳା ବିଚାରପତିଙ୍କୁ ଧମକ

ନୂଆଦିଲ୍ଲୀ, ୨୧।୪:ଦିଲ୍ଲୀର ଏକ ଅଦାଲତର କୋର୍ଟରୁମରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତି ଏବଂ ତାଙ୍କ ଓକିଲ ସର୍ବ ସମ୍ମୁଖରେ ମହିଳା ବିଚାରପତିଙ୍କୁ ଧମକ ଦେବା...

ପିଅନ ନିଯୁକ୍ତି ପାଇଁ ଆବେଦନ କରିଛନ୍ତି ପିଏଚ୍‌.ଡି., ଏମ୍‌ବିଏ, ଲ’ ଗ୍ରାଜୁଏଟ

ଜୟପୁର, ୨୧।୪:ରାଜସ୍ଥାନ ସରକାରଙ୍କ ଅଧୀନ ରାଜସ୍ଥାନ ସବ୍‌ଅର୍ଡିନେଟ ଆଣ୍ଡ୍‌ ମିନିଷ୍ଟ୍ରିଆଲ ଷ୍ଟାଫ୍‌ ସିଲେକ୍ସନ ବୋର୍ଡ (ଆର୍‌ଏସ୍‌ଏମ୍‌ଏସ୍‌ଏସ୍‌ବି) ଦ୍ୱାରା ଜାରି ହୋଇଥିବା ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ନିଯୁକ୍ତି...

ପରିବାରକୁ ମିସ୍‌ କରୁଛନ୍ତି ତହଉର: NIA ସ୍ବତନ୍ତ୍ର କୋର୍ଟରେ ଆବେଦନ

ମୁମ୍ବାଇ,୨୧।୪: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ତହଉର ରାଣା ଭାରତ ଆସିବା ପରେ ତାଙ୍କ ପରିବାରକୁ ମିସ କରିବା ଆରମ୍ଭ କରିଛି। ସେ ତାଙ୍କ ପରିବାର...

ମୋଦିଙ୍କୁ ଭେଟିଲେ ଆମେରିକାର ଉପରାଷ୍ଟ୍ରପତି: ବସିବ ବଡ଼ ବୈଠକ

ନୂଆଦିଲ୍ଲୀ,୨୧।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ତାଙ୍କ ପରିବାର ସହିତ ଭାରତ ଗସ୍ତରେ ଅଛନ୍ତି। ସୋମବାର ସନ୍ଧ୍ୟାରେ ଜେଡି ଭାନ୍ସ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

ଆହତ ହେଲପରଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ବିଦ୍ୟୁତ ସଂଘ ପକ୍ଷରୁ କ୍ଷତିପୂରଣ ଦାବି

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ବେଲଗୁଣ୍ଠା ଟାଟା ପାୱାର ବିଦ୍ୟୁତ ସେକ୍ସନ ରେ ଏଜେନ୍ସି ମାଧ୍ୟମରେ କାର୍ଯ୍ୟରତ ଥିବା ହେଲପର ବଳରାମ ସାହୁ ଗତ ୧୧ ତାରିଖରେ...

ଯୌତୁକ ଦାବି କରିବା ପଡିଲା ମହଙ୍ଗା: ୩ ଅଭିଯୁକ୍ତ ଦୋଷୀ, ନଜରରେ ରହିବେ ବର୍ଷେ

ଛତ୍ରପୁର,୨୧ା୪(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଶାନ୍ତିନଗରରେ ୨୦୨୨ରେ ଘଟିଥିବା ଏକ ଯୌତୁକ ନିର୍ଯାତନା ମାମଲାର ଶୁଣାଣି ହୋଇଛି। ସୋମବାର ଛତ୍ରପୁର...

କେନାଲରେ ଭାସୁଛି ଅଜଣା ଯୁବକଙ୍କ ମୃତଦେହ: ପୋଲିସ ତଦନ୍ତ ଜାରି

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ – ଭେଡେନ କେନାଲରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଭାସୁଛି। ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ବରଗଡ଼ ସହରର ସୁବାସ ନଗର...

ଦେଶୀମଦ ଜବତ: ଜେଲ୍‌ ଗଲେ ପୂର୍ବତନ ସମିତି ସଭ୍ୟ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ଦେବେନ୍ଦ୍ର ମଲ୍ଲିକଙ୍କୁ ଚିକିଟି ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image