ସବୁ ଜିଲାପାଳଙ୍କୁ ହାଇଆଲର୍ଟ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୩।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ନେଇ ସରକାର ପୁରା ପ୍ରସ୍ତୁତ ଥିବା ବୁଧବାର ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି। ସେ କହିଛନ୍ତି, ଲଗାତାର ଭାବେ ମେ ମାସରେ ବାତ୍ୟା ହେଉଛି । ସମସ୍ତ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ବିଭାଗ ସଜାଗ ଅଛନ୍ତି । ସବୁ ଜିଲାପାଳଙ୍କୁ ଆଲର୍ଟରେ ରଖାଯାଉଛି । ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଜିଲାପାଳ ଅଫିସ ଓ ରାଜ୍ୟ ସ୍ତରରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୋମ ଖୋଲାଯିବ ବୋଲି କହିଛନ୍ତି ମନ୍ତ୍ରୀ କହିଛନ୍ତି।

Share