ନୂଆବର୍ଷ ସୁଦ୍ଧା ଖୋଲିଯିବ ସବୁ ଶ୍ରେଣୀ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଦୀପାବଳି ପରେ ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ରାଜ୍ୟ ସରକାର ଚିନ୍ତା କରିଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବା ଉପରେ ବିଚାର କରାଯାଉଛି। ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ଉପରେ ବିଚାର କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବୁଧବାର ସ୍କୁଲ ଖୋଲିବା ସମ୍ପର୍କରେ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି, କରୋନା ସଂକ୍ରମଣ କମିବାରେ ଲାଗିଛି। ପିଲାଙ୍କ ପାଠପଢ଼ା ଓ ସ୍ବାସ୍ଥ୍ୟକୁ ଗରୁତ୍ୱ ଦେଇ ପର୍ଯ୍ୟାୟକ୍ରମେ ସ୍କୁଲ ଖୋଲାଯାଉଛି। ଏବେ ଅଷ୍ଠମରୁ ଦ୍ୱାଦଶ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ଶ୍ରେଣୀଗୃହ ପାଠପଢ଼ା ଚାଲିଛି। ଏବେ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବା ପାଇଁ ବିଚାର କରୁଛୁ। ତେବେ ପ୍ରଥମ, ଦ୍ୱିତୀୟ ପିଲାଙ୍କୁ ସାମାଜିକ ଦୂରତା ବିଷୟରେ କହି କିଛି ଲାଭ ନାହିଁ। ତେଣୁ ସେମାନଙ୍କ ସ୍କୁଲ ଖୋଲିବା ଉପରେ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ବୋଳି ମନ୍ତ୍ରୀ ସୂଚନା ଦେଇଛନ୍ତି। ତେବେ ନୂଆବର୍ଷ ସୁଦ୍ଧା ରାଜ୍ୟର ସବୁ ସ୍କୁଲ ଖୋଲିଯିବ ବୋଲି ମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

Share