ଭୁବନେଶ୍ୱର,୨୭ ା୧୧(ବ୍ୟୁରୋ)-ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ କଲେଜ। ମେଡିକାଲ କଲେଜର ଛାତ୍ରଛାତ୍ରୀଙ୍କ ପାଠପଢା ପାଇଁ କଲେଜ ଖୋଲିବ। ଏ ନେଇ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। କରୋନା ଗାଇଡଲାଇନ ମାନିବା ସହ ଏସଓପି ପାଳନ କରି କଲେଜ ଖୋଲିବାକୁ ସମସ୍ତ ମେଡିକାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି।