ଭୁବନେଶ୍ୱର,୨୫।୯(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ନେଇ ସଜାଗ ହୋଇଛି ପ୍ରଶାସନ। ଜରୁରୀ ପରିସ୍ଥିତିର ସାମ୍ନା ପାଇଁ ଗଜପତି ଜିଲାରେ ଅଫିସରଙ୍କ ଛୁଟି ବାତିଲ କରାଯାଇଛି। ସେପ୍ଟେମ୍ବର ୨୫ ଓ ୨୬ ତାରିଖରେ କେହି ଛୁଟିରେ ରହିପାରିବେ ନାହିଁ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।
ଜିଲାପାଳ କହିଛନ୍ତି, ଅଫିସରମାନେ ହେଡ୍କ୍ୱାଟର୍ସରେ ରହିବେ। ବିନା ଅନୁମତିରେ କେହି ହେଡକ୍ୱାଟର୍ସ ଛାଡ଼ିବେ ନାହିଁ। ବାତ୍ୟା ପ୍ରଭାବରେ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଜିଲା ପ୍ରଶାସନ ପକ୍ଷରୁ ଜିଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି।