ସର୍ବଦଳୀୟ ବୈଠକ ନିଷ୍ଫଳ, ଧାରଣାରେ ବିରୋଧୀ

ଭୁବନେଶ୍ୱର,୨୬ା୩(ରବିନାରାୟଣ ଜେନା):ଗୋଟିଏପଟେ କଂଗ୍ରେସର ଘଣ୍ଟ, କରତାଳି ମାଡ଼ ଓ ଅନ୍ୟପଟେ ବିଜେଡି ନାରାବାଜିରେ ମଙ୍ଗଳବାର କମ୍ପିଥିଲା ବିଧାନସଭା। ମହିଳା ସୁରକ୍ଷା ପ୍ରସଙ୍ଗକୁ ନେଇ କଂଗ୍ରେସ ସଦସ୍ୟମାନେ ଗୃହରେ କମ୍ପମାନ କରିଥିବାବେଳେ ପ୍ରମୁଖ ବିରୋଧୀ ବିଜେଡି ସଦସ୍ୟଙ୍କ ଏସ୍‌ସି, ଏସ୍‌ଟି ଏବଂ ଓବିସିଙ୍କୁ ଶିକ୍ଷା ଓ ନିଯୁକ୍ତି କ୍ଷେତ୍ରରେ ସଂଖ୍ୟାନୁପାତିକ ସଂରକ୍ଷଣ ଏବଂ ଜାତିଭିତ୍ତିକ ଜନଗଣନା ଦାବିରେ ଗୃହ ଏକପ୍ରକାର ଅଚଳାବସ୍ଥାକୁ ଚାଲିଯାଇଥିଲା। ପରିସ୍ଥିତି ଏପରି ହୋଇଥିଲା ଯେ, ବିରୋଧୀ କିଛି ଶୁଣିବା ଅବସ୍ଥାରେ ନ ଥିଲେ। ବାଚସ୍ପତି ସୁରମା ପାଢ଼ୀ ବାରମ୍ବାର ସଦସ୍ୟଙ୍କୁ ନିଜ ଆସନକୁ ଯିବାକୁ ଅନୁରୋଧ କରିଥିଲେ ହେଁ ସେମାନେ କର୍ଣ୍ଣପାତ କରି ନ ଥିଲେ। ପରେ ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଥିଲେ। ହେଲେ ତାହା ନିଷ୍ଫଳ ହୋଇଥିଲା। ବାରମ୍ବାର ହଟ୍ଟଗୋଳ ଲାଗି ରହିବାରୁ ବାଚସ୍ପତି ୪ଟି ପର୍ଯ୍ୟାୟରେ ଗୃହକୁ ୪ଟା ପର୍ଯ୍ୟନ୍ତ ମୁଲତବୀ କରିଦେଲେ। ଫଳରେ ପ୍ରଶ୍ନକାଳ ଓ ଶୂନ୍ୟକାଳ ଧୋଇଯାଇଥିଲା।
ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ବିଜେଡି ଓ କଂଗ୍ରେସ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ ଓ ନାରାବାଜି କରିଥିଲେ। କଂଗ୍ରେସର ବରିଷ୍ଠ ସଦସ୍ୟ ତାରାପ୍ରସାଦ ବାହିନୀପତି ଘଣ୍ଟ ମାଡ଼କରି ଗୃହକୁ ହୁଲସ୍ଥୂଲ କରିଦେଇଥିଲେ। ଏଥିସହ କଂଗ୍ରେସର ଅନ୍ୟ ସଦସ୍ୟମାନେ କରତାଳି ଓ ସରକାର ବିରୋଧୀ ସ୍ଲୋଗାନ ଦେଇଥିଲେ। ସେହିପରି ବିଜେଡି ସଂରକ୍ଷଣ ପ୍ରସଙ୍ଗରେ ପ୍ଲାକାର୍ଡ ଧରି ପ୍ରବଳ ସ୍ଲେଗାନ ଦେଇଥିଲା। ଫଳରେ ଗୋଟିଏ ମିନିଟ୍‌ ମଧ୍ୟ ଗୃହ ସୁରୁଖୁରୁରେ ଚାଲିବା ସମ୍ଭବପର ହୋଇପାରି ନ ଥିଲା।
ଗୃହ ବାହାରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ କହିଥିଲେ, ମା’ମାନଙ୍କ ସୁରକ୍ଷା ପାଇଁ କଂଗ୍ରେସ ଗୃହ କମିଟି ଦାବିକରି ଆସୁଛି। ସରକାର ନିଦାବିଷ୍ଣୁ ସାଜିଛନ୍ତି। ସେଥିପାଇଁ ଆମେ ବିଧାନସଭା ଗୃହ ତଥା ପବିତ୍ର ମନ୍ଦିରରେ ଘଣ୍ଟମାଡ଼ କରୁଛୁ। ଭାବୁଛୁ ସରକାର ଟିକେ ଚେତିବେ, ହେଲେ ତାଙ୍କର ନାରୀଙ୍କ ପ୍ରତି ଟିକିଏ ବି ସମ୍ମାନ ନାହିଁ। ଯେପର୍ଯ୍ୟନ୍ତ ସେମାନେ ଗୃହ କମିଟି ଗଠନ ପାଇଁ ରୁଲିଂ ଦେଇନାହାନ୍ତି ସେପର୍ଯ୍ୟନ୍ତ କଂଗ୍ରେସ ପ୍ରତିବାଦ କରିବ ବୋଲି କାଡ଼ାମ କହିଥିଲେ।
ସଦସ୍ୟ ଅରୁଣ କୁମାର ସାହୁ କହିଛନ୍ତି, ଭାଜପା ପାଖରେ କୌଣସି ପ୍ରଶ୍ନର ଉତ୍ତର ନାହିଁ। ଯେତେବେଳେ ବିରୋଧୀ ଦଳ ଲୋକଙ୍କ ସ୍ବରକୁ ଶାଣିତ କରୁଛି, ସେତେବେଳେ ସେମାନେ କହୁଛନ୍ତି ବିରୋଧୀ ଗୃହ ଚଳାଇ ଦେଉନାହାନ୍ତି। ହେଲେ ଗୃହ ଚଳାଇବା ଦାୟିତ୍ୱ ସରକାରଙ୍କର। ସରକାର କିଛି ନ ଶୁଣିବାରୁ ଆମେ ଆନ୍ଦୋଳନ କରି ଗେଟ୍‌ ଆଗରେ ବସିଲୁ। ସରକାର ନ ଶୁଣିଲେ ବିରୋଧୀ କାହିଁକି ଗୃହକୁ ଯିବେ? ଯେବେ ଜମ୍ମୁ- କଶ୍ମୀର ଏସ୍‌ଟିଏସ୍‌ସି/ଓବିସି ସଂରକ୍ଷଣକୁ ମୁଖ୍ୟମନ୍ତ୍ରୀ ସ୍ବାଗତ କଲେ, ଓଡ଼ିଶାରେ କିଛି ନ କରି ଶିଶୁ ସରକାର ହୋଇ ରହିବ କି ବୋଲି ସାହୁ ପ୍ରଶ୍ନ କରିଥିଲେ।
ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି, ବିରୋଧୀ ସଦସ୍ୟମାନେ ଗୃହ ଭିତରେ ଦୁଃଶାସନ ଓ ଦୁର୍ଯ୍ୟୋଧନ ଭଳି ହେଉଛନ୍ତି। ବାଚସ୍ପତିଙ୍କୁ ଗୃହ ଚଳାଇବାକୁ ଦେଉନାହାନ୍ତି। ଏହାଦ୍ୱାରା ଅନ୍ୟ ସଦସ୍ୟମାନେ ସେମାନଙ୍କ ଅଞ୍ଚଳର ସମସ୍ୟା ଉତ୍‌ଥାପନ କରିପାରୁନାହାନ୍ତି। ବିରୋଧୀମାନେ ବିରୋଧ କରିବାକୁ ମନା ନାହିଁ, ହେଲେ ସେମାନଙ୍କ ଆଚରଣ ଓ ଉଚ୍ଚାରଣ ସୀମା ଟପିଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷାର୍ଥୀଙ୍କ ମୃତ୍ୟୁ ପାଇଁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ରେ ହୋମ୍‌ଗାର୍ଡ ପାଇଁ ହେଉଥିବା ଶାରିରୀକ ପରୀକ୍ଷା ବେଳେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ରାସ୍ତା ମଝିରେ ଗର୍ଜିଲେ ସୋଫିଆ, କହିଲେ ମୁଖ୍ୟମନ୍ତ୍ରୀ କିଛି ଜାଣି ପାରୁ ନାହାନ୍ତି…

ଭୁବନେଶ୍ୱର,୨୭।୩: ରାଜଧାନୀରେ କଂଗ୍ରେସ କରିଛି ରଣହୁଙ୍କାର। କଂଗ୍ରେସର ଗର୍ଜନରେ ଉଠୁଛି ପଡୁଛି ରାଜଧାନୀ। କଂଗ୍ରେସର ଆନ୍ଦୋଳନ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି। ବିଧାନସଭା ଆଗରେ...

ବିବାହ କାର୍ଡ ବାଣ୍ଟିବାକୁ ଯାଇଥିଲେ ଯୁବକ, ଚାପିଦେଲା ଟ୍ରକ୍‌

ସଇଁନ୍ତଳା,୨୭ା୩(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଲା ଥାନା ନିକଟରେ ଏକ ଟ୍ରକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ସାମାନ୍ୟ ଆହତ...

ବଡ଼ ସୂଚନା ଦେଲେ ଭକ୍ତ, ‘ଆନ୍ଦୋଳନରେ ପହଞ୍ଚିବେ ରାହୁଲ’

ଭୁବନେଶ୍ୱର,୨୭।୩: ରାଜଧାନୀରେ କଂଗ୍ରେସ କରିଛି ରଣହୁଙ୍କାର। କଂଗ୍ରେସର ଗର୍ଜନରେ ଉଠୁଛି ପଡୁଛି ରାଜଧାନୀ। କଂଗ୍ରେସର ଆନ୍ଦୋଳନ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି। ବିଧାନସଭା ଆଗରେ...

ନଗ୍ନ ଭିଡିଓ ଭାଇରାଲ ଧମକ ଦେଇ ପିଉସା କରୁଥିଲେ ବଳାତ୍କାର, ଏବେ ଝିଆରୀ ୩ ମାସର ଗର୍ଭବତୀ

ବାରିପଦା,୨୭ା୩(ନୀଳାଦ୍ରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳରେ ଜନୈକା ଦଶମ ଶ୍ରେଣୀ ଛାତ୍ରୀଙ୍କ ନଗ୍ନ ଭିଡିଓ ଭାଇରାଲ ଧମକରେ ସମ୍ପର୍କୀୟ ପିଉସା ବାରମ୍ବାର...

ବିରୋଧୀଙ୍କ ଉପରେ ବର୍ଷିଲେ ମନମୋହନ, କହିଲେ ସେମାନେ ଦଳର…

ଭୁବନେଶ୍ୱର,୨୭ା୩: କଂଗ୍ରେସ ଗୁରୁବାର ବିଧାନସଭା ଘେରାଉ କରିଛି। ଏପଟେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦଳୀୟ କାର୍ଯ୍ୟାଳୟରେ ପ୍ରେସ୍‌ମିଟ୍‌ କରି ବିରୋଧୀଙ୍କ ଉପରେ ପ୍ରବଳ...

କଂଗ୍ରେସ କଲା ଗର୍ଜନ, ମାନସଙ୍କୁ ଘରୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର,୨୭।୩: ବିଧାନସଭା ଘେରାଉ ପାଇଁ ବାହାରିଲା କଂଗ୍ରେସ। ରାମମନ୍ଦିର ଛକରୁ କଂଗ୍ରେସର ପଦଯାତ୍ରା ଆରମ୍ଭ ହୋଇଛି। ସେପଟେ ବିଧାନସଭା ପ୍ରଶ୍ନକାଳ ଆରମ୍ଭ ପୁର୍ବରୁ ଗଙ୍ଗା ଜଳ...

ହୋମ୍‌ଗାର୍ଡ ପରୀକ୍ଷା ବେଳେ ଅଚେତ ହୋଇପଡ଼ିଥିଲେ ପରୀକ୍ଷାର୍ଥୀ, ଚିକିତ୍ସାଧୀନ ଅବସ୍ଥାରେ…

ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ରିଜର୍ଭ ପୋଲିସ ପଡ଼ିଆରେ ଚାଲିଥିଲା ଶାରିରୀକ ପରୀକ୍ଷା। ଏହି ପରୀକ୍ଷା ବେଳେ ଏକ ଦୁଃଖଦ ଘଟଣା ଘଟିଛି। ପରୀକ୍ଷା ପାଇଁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image